ETV Bharat / state

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ଓଡ଼ିଶାରେ ପଡିବ କି ପ୍ରଭାବ ? ଶୀତ ଉଭାନ - ODISHA WEATHER UPDATE

ନଭେମ୍ବର ମାସ ଅଧା ହେଲାଣି, ହେଲେ ଶୀତର ଦେଖା ନାହିଁ । ଆହୁରି ସପ୍ତାହକ ଯାଏଁ ଥଣ୍ଡା ଅନୁଭୂତ ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

Odisha Weather Update
Odisha Weather Update (ETV Bharat Odisha)
author img

By ETV Bharat Odisha Team

Published : Nov 8, 2024, 7:44 PM IST

ଭୁବନେଶ୍ୱର: ଶୀତ ଉଡାଇନେଲା ବାତ୍ୟା ଦାନା । ସ୍ବାଭାବିକ ଦିନଠାରୁ ଏକ ମାସ ପଛକୁ ଠେଲିନେଲା ଶୀତ। ନଭେମ୍ବର ୧୫ ତାରିଖ ଭିତରେ ଶୀତ ପଡିବ ନାହିଁ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାରଣ ଏବେ ରାଜ୍ୟକୁ ଉତ୍ତର-ପୂର୍ବ ଦିଗରୁ ପବନ ବହୁଛି । ପ୍ରଭାବରେ ତାପମାତ୍ରା ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହୁଛି । ନଭେମ୍ବର ଶେଷ ଆଡକୁ ଉତ୍ତର ଦିଗରୁ ଥଣ୍ଡା ପବନ ପ୍ରବାହ ବଢିଲେ ଶୀତ ବଢିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ସେପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଯାହା ଆସନ୍ତା ଦୁଇ ଦିନ ମଧ୍ୟରେ ତାମିଲନାଡୁ ଓ ଶ୍ରୀଲଙ୍କା ଆଡ଼େ ମୁହାଁଇବ। ଦକ୍ଷିଣ ଭାରତରେ ଲଘୁଚାପ ପ୍ରଭାବରେ ବର୍ଷା ହେବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (IMD)।

'ଧୀରେ ଧୀରେ କମିବ ତାପମାତ୍ରା'

Odisha Weather Update (ETV Bharat Odisha)

ପାଣିପାଗ ବୈଜ୍ଞାନିକ ମନୋରମା ମହାନ୍ତି କହିଛନ୍ତି, "ବର୍ତ୍ତମାନ ପଶ୍ଚିମା ଝଡର ବି ପ୍ରଭାବ ନାହିଁ । ବାତ୍ୟା ପରେ ମାତ୍ର ଗୋଟିଏ ପଶ୍ଚିମା ଝଡ଼ ସୃଷ୍ଟି ହୋଇଛି । ଆଗକୁ ଧିରେ ଧିରେ ତାପମାତ୍ରା କମିବ । କିନ୍ତୁ ହଠାତ୍ ଶୀତ ହେବନାହିଁ । ବର୍ତ୍ତମାନ ରାତିର ତାପମାତ୍ରା ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିଛି । ଏହାସହ ବାୟୁମଣ୍ଡଳରେ ଆର୍ଦ୍ରତା ଅଧିକ ରହୁଛି । ଦିନର ତାପମାତ୍ରା ସ୍ବାଭାବିକକୁ ଫେରୁଛି ।"

ଏହା ବି ପଢନ୍ତୁ...୯ ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ସମ୍ଭାବନା, ରାଜ୍ୟରୁ ଶୀତ ଉଭାନ

ଏହା ବି ପଢନ୍ତୁ...ବାତ୍ୟା କ୍ଷୟକ୍ଷତିର ଆସିଲା ଚୂଡାନ୍ତ ରିପୋର୍ଟ, 'ପ୍ରଭାବିତଙ୍କୁ ଖୁବଶୀଘ୍ର ମିଳିବ କ୍ଷତିପୂରଣ'

ଦାରିଙ୍ଗବାଡିରେ ସର୍ବନିମ୍ନ ରାତ୍ରି ତାପମାତ୍ରା:

Odisha Weather Update
Odisha Weather Update (IMD)

ସେପଟେ ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୪.୮ ଡିଗ୍ରୀ ରେକର୍ଡ ହୋଇଥିବାବେଳେ କନ୍ଧମାଳର ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୬.୫ ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ବର ଦିନର ତାପମାତ୍ରା ୩୨.୫ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ରାତି ତାପମାତ୍ରା ୨୨.୫ ଡିଗ୍ରୀ ରେକର୍ଡ ହୋଇଛି । ସେହିଭଳି କଟକରେ ଦିନ ତାପମାତ୍ରା ୩୦.୫ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ରାତି ତାପମାତ୍ରା ୨୨ ଡିଗ୍ରୀ ରେକର୍ଡ ହୋଇଛି । ବର୍ତ୍ତମାନ ତାପମାତ୍ରା ସହ ଆର୍ଦ୍ରତା ୭୦ ରୁ ୯୯ ପ୍ରତିଶତ ରହୁଛି । ଫଳରେ ଶୀତ ପରିବର୍ତ୍ତେ ଗରମ ଏବଂ ଗୁଳୁଗୁଳି ଅନୁଭୁତ ହେଉଛି । ଆର୍ଦ୍ରତା କମିବା ସହ ଶୁଷ୍କତା ବଢିଲେ ଶୀତ ଆସିବ ବୋଲି ପାଣିପାଗ କେନ୍ଦ୍ର କହିଛି ।

ଇଟିଭି ଭାରତ, ଭୁବନେଶ୍ୱର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.