ETV Bharat / state

ଲଘୁଚାପରେ ପରିଣତ ହେଲେ ଘୂର୍ଣ୍ଣିବଳୟ, ଜନ୍ମାଷ୍ଟମୀରେ ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା - Odisha Weather

author img

By ETV Bharat Odisha Team

Published : Aug 25, 2024, 8:41 AM IST

Updated : Aug 25, 2024, 7:30 PM IST

Rain alert for several district: ଉତ୍ତର-ବଙ୍ଗୋପସାଗର ଓ ତତ୍‌ସଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି । ଆସନ୍ତାକାଲି ଜନ୍ମାଷ୍ଟମୀରେ ପର୍ବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଅଧିକ ପଢନ୍ତୁ

Rain alert for several district
Rain alert for several district (ETV Bharat Odisha)

ଭୁବନେଶ୍ବର: ଗତକାଲି ଉତ୍ତର-ବଙ୍ଗୋପସାଗର ଓ ତତ୍‌ସଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି । ଫଳରେ ଆସନ୍ତା ୪୮ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ଏହି ଜିଲ୍ଲାଗୁଡିକ ବର୍ଷା ସମ୍ଭାବନା:-

ଆଜି ରାଜ୍ୟରେ କିଛି ସ୍ଥାନରେ ହାଲକାରୁ ମଧ୍ୟମଧରଣର ବର୍ଷା ହେବାକୁ ଥିବା ବେଳେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ପ୍ରବଳ ବର୍ଷା ଅର୍ଥାତ ୭ରୁ ୧୧ ସେମି ବର୍ଷା ପାଇଁ ଯାଜପୁର, କେନ୍ଦ୍ରାପଡା, ଜଗତସିଂପୁର, କଟକ, ଢେଙ୍କାନାଳ, ଅନୁଗୋଳ, ସୁନ୍ଦରଗଡ, ବରଗଡ଼, ଝାରସୁଗୁଡା, ସମ୍ବଲପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।

ଜନ୍ମାଷ୍ଟମୀରେ ପ୍ରବଳ ବର୍ଷା:

ଆସନ୍ତାକାଲି ରହିଛି ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସ୍ବବ ‘ଜନ୍ମାଷ୍ଟମୀ’ । କାଲି ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷାକୁ ନେଇ ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, କଟକ, ଯାଜପୁର, ଜଗତସିଂହପୁର, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆଗାମୀ ଦିନ ପାଇଁ ୱାର୍ଣ୍ଣିଂ:

ସେହିପରି ୨୭ ତାରିଖରେ ପ୍ରବଳ ବର୍ଷାକୁ ନେଇ କୌଣସି ସତର୍କ ସୂଚନା ଜାରି କରାଯାଇନାହିଁ। ଅନ୍ୟପଟେ ୨୮ ତାରିଖରେ ପୁଣି ବର୍ଷାର ପରିମାଣ ବୃଦ୍ଧି ହେବ । ପ୍ରବଳୁର ଅତି ପ୍ରବଳ ବର୍ଷାକୁ ନେଇ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ୨୯ ତାରିଖରେ ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

ଏହା ମଧ୍ୟ ପଢନ୍ତୁ-୩ ଦିନ ତୁହାକୁ ତୁହା ବର୍ଷା; ୨୪ ଜିଲ୍ଲାକୁ ୱାର୍ଣ୍ଣିଂ, ଆଲର୍ଟରେ ରାଜଧାନୀ ଭୁବନେଶ୍ବର - ODISHA RAIN ALERT

ଏବେ ବି ନିଅଣ୍ଟିଆ ସ୍ଥିତି:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୭୬୪.୦ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୮୪୫. ୮ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୧୯ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଓ ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ବାଲେଶ୍ୱର ଓ ଭଦ୍ରକରେ ସବୁଠୁ କମ ବର୍ଷା ରେକର୍ଡ ହୋଇଛି । ସେପଟେ ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ବର୍ଷା ହୋଇଥିବା ବେଳେ ବାଲେଶ୍ୱରର ଖଇରାରେ ୯୭.୦୦ ମିଲି ମିଟର ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Aug 25, 2024, 7:30 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.