ETV Bharat / state

Heavy Rainfall: ଲଘୁଚାପ ପ୍ରଭାବରେ ନିର୍ଧୁମ ବର୍ଷିବ, ଏହି ଦିନ ଠାରୁ ହ୍ରାସ ପାଇବ ବର୍ଷା - Red Warning To several Districts

author img

By ETV Bharat Odisha Team

Published : Aug 30, 2024, 9:50 AM IST

Updated : Aug 30, 2024, 6:38 PM IST

Red Warning To several Districts: ବର୍ଷାରୁ ନାହିଁ ନିସ୍ତାର । ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି । ତେଣୁ ସୁରକ୍ଷା ଦୃଷ୍ଟିରୁ ବିଦ୍ୟାଳୟ ଏବଂ ଅଙ୍ଗନବାଡି ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ । ପାଣିପାଗ ଅପଡେଟ୍ ଜାଣନ୍ତୁ ।

Heavy Rainfall
Heavy Rainfall (ETV Bharat Odisha)

ଭୁବନେଶ୍ବର: ସଦୃଶ ଲଘୁଚାପରେ ପରିଣତ ହେଲା ଗତକାଲି କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ବର୍ତ୍ତମାନ ଏହା ପଶ୍ଚିମ କେନ୍ଦ୍ରୀୟ ଓ ତତ-ସଂଲଗ୍ନ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଉପକୂଳରେ ସକ୍ରିୟ ରହିଛି । ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ମୁହାଁ ହୋଇ ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି । ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ । ଫଳରେ ଆଗାମୀ ୩ ଦିନ ଅର୍ଥାତ ୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବିଶେଷକରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି ।

Odisha Weather Update (ETV Bharat Odisha)

ଏସବୁ ଜିଲ୍ଲାରେ ସ୍କୁଲ ଏବଂ ଅଙ୍ଗନବାଡି ଛୁଟି:

ଆସନ୍ତା 1 ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ । ନିର୍ଧୁମ ବର୍ଷାରେ ଭିଜିବ ସାରା ଓଡିଶା । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକରେ ସଜାଗ ଜିଲ୍ଲା ପ୍ରଶାସନ । କୋରାପୁଟ ଓ ଗଜପତିରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଯାହାକୁ ନଜରରେ ରଖି ସ୍କୁଲ ଏବଂ ଅଙ୍ଗନବାଡି ଛୁଟି ଘୋଷଣା କରିଛନ୍ତି କୋରାପୁଟ ଓ ଗଜପତି ଜିଲ୍ଲାପାଳ । କାରଣ ବର୍ଷା ସମୟରେ ଅଧିକ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିପାରେ । ଏହାସହ ଭୂସ୍ଖଳନର ସମ୍ଭାବନା ମଧ୍ୟ ରହିଛି । କଚ୍ଚା ଘର ଓ ରାସ୍ତା ଆଦି କ୍ଷତିଗ୍ରସ୍ତ ହେବାର ଆଶଙ୍କା ଅଛି । ଏଥିପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।

Heavy Rainfall
Heavy Rainfall (Meteorological Dept)

ଏହା ବି ପଢନ୍ତୁ...Cyclone Asna: ଗୁଜୁରାଟରେ ଜଳପ୍ରଳୟ ଭିତରେ ବାତ୍ୟା ଭୟ, ପ୍ରବଳ ବର୍ଷା ପାଇଁ ଓଡ଼ିଶାରେ ଆଲର୍ଟ - IMD Predicts Rare August Cyclone

Heavy Rainfall
Heavy Rainfall (Meteorological Dept)

ଏସବୁ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ:

ଆଜି (ଶୁକ୍ରବାର) କିଛି ସ୍ଥାନରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ଅର୍ଥାତ ୭ରୁ ୨୦ ସେମି ବର୍ଷା ନେଇ ରେଡ୍‌ ୱାର୍ଣ୍ଣିଂ ଦିଆଯାଇଛି । ସେହପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କଟକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଏସବୁ ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ରହିବାର ସମ୍ଭାବନା ରହିଛି ।

ଆଗାମୀ ଦିନ ପାଇଁ ୱାର୍ଣ୍ଣିଂ:

ଆସନ୍ତାକାଲି ଅର୍ଥାତ ୩୧ ତାରିଖରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏଥିପାଇଁ ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷାକୁ ନେଇ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାକୁ ଚେତାବନୀ ଜାରି କରାଯାଇଛି । ସେପ୍ଟେମ୍ବର ଆରମ୍ଭରୁ ପ୍ରବଳ ବର୍ଷା ହେବ । ଆସନ୍ତା ୧ ତାରିଖରେ ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ତେବେ ୨ ତାରିଖରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ରହିଲେ ମଧ୍ୟ ପ୍ରବଳ ବର୍ଷା ପାଇଁ ସେଭଳି କିଛି ସତର୍କ ସୂଚନା ଜାରି କରିନାହିଁ ପାଣିପାଗ ବିଭାଗ । ସେପଟେ ଆଗାମୀ ୩ ଦିନ ପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ସତର୍କ କରାଯାଇଛି ।

ଏବେ ବି ନିଅଣ୍ଟିଆ ବର୍ଷା:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୮୧୬. ୬ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୯୦୬. ୫ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେପଟେ ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସ୍ଥାନରେ ହୋଇଥିବା ବେଳେ ବରଗଡର ଝରବନ୍ଧ ରେ ସର୍ବାଧିକ ୧୦୧.୦୦ ମିମି ବର୍ଷା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Aug 30, 2024, 6:38 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.