ETV Bharat / state

ଘୂର୍ଣ୍ଣିବଳୟ ପ୍ରଭାବରେ ବଢିବ ବର୍ଷା, ଅଗଷ୍ଟ ପହିଲାରୁ ଭିଜିବ ଓଡ଼ିଶା - Rain In Odisha

author img

By ETV Bharat Odisha Team

Published : Jul 30, 2024, 6:46 PM IST

IMD Odisha Weather Update: ଜାରି ରହିଛି ବର୍ଷା । ପୁଣି ଆସୁଛି ଆଉ ଏକ ଲଘୁଚାପ । ପ୍ରଭାବରେ ରାଜ୍ୟର ଏସବୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

Odisha Weather Update
Odisha Weather Update (ETV Bharat Odisha)

ଭୁବନେଶ୍ବର: ଝାଡଖଣ୍ଡ ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ସହ ରାଜ୍ୟ ଉପରେ ମୌସୁମୀ ଟ୍ରପଲାଇନ୍ ସକ୍ରିୟ ରହିଛି । ଫଳରେ ରାଜ୍ୟରେ ବର୍ଷା ଲାଗି ରହିଛି । 31 ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଫଳରେ ଆସନ୍ତାକାଲିଠାରୁ ବର୍ଷା ବଢିବ । ଅଗଷ୍ଟ ୩ ଯାଏଁ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ଆଜି ପାଇଁ ୱାର୍ଣ୍ଣିଂ:

ଆଜି ୭ ଜିଲ୍ଲା କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା ଓ କଟକରେ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ମୟୂରଭଞ୍ଜ, ସୁନ୍ଦରଗଡ, ବାଲେଶ୍ଵର, ଭଦ୍ରକ, ଖୋର୍ଦ୍ଧା, ନୟାଗଡ, ପୁରୀ, ଦେବଗଡ, ବୌଦ୍ଧ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଘୂର୍ଣ୍ଣିବଳୟ ପ୍ରଭାବରେ ବଢ଼ିବ ବର୍ଷା:

31 ତାରିଖରୁ ଘୂର୍ଣ୍ଣିବଳୟ ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର, ଦେବଗଡ, ଅନୁଗୋଳ, ସମ୍ବଲପୁର ଓ ଢେଙ୍କାନାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏସବୁ ଜାଗାରେ 7ରୁ 20 ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବେ । ଏନେଇ ସେସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, ସୁନ୍ଦରଗଡ଼, ବରଗଡ଼, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, କନ୍ଧମାଳ, ସୋନପୁର, ବୌଦ୍ଧ ଓ ଝାରସୁଗୁଡ଼ା ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅଗଷ୍ଟ ପହିଲାରୁ ଛେଚିବ:

ଅଗଷ୍ଟ 1 ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବରଗଡ଼ ଓ ନୂଆପଡ଼ା ଏବଂ ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୋଳ, ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ସୋନପୁର ଓ ବୌଦ୍ଧ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ 2 ତାରିଖ ପାଇଁ ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୋଳ ଓ ଝାରସୁଗୁଡାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି 3 ତାରିଖରେ ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏବେ ବି ନିଅଣ୍ଟିଆ ସ୍ଥିତି:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୪୮୫.୩ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେହିପରି ଗତ ୨୪ ଘଣ୍ଟାରେ ଓଡ଼ିଶାର ଅନେକ ସହରରେ ବର୍ଷା ହୋଇଥିବା ବେଳେ ଗୋଟିଏ ସହରରେ ଅତି ପ୍ରବଳ ଓ ୬ ସହରରେ ପ୍ରବଳ ବର୍ଷା ହୋଇଛି । ଏହି କ୍ରମରେ ମୟୂରଭଞ୍ଜର ରାସଗୋବିନ୍ଦପୁରରେ ସର୍ବାଧିକ ୧୨୮.୦ ମିମି ବର୍ଷା ରେକର୍ଡ କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...ପୁଣି ଏକ ଘୁର୍ଣ୍ଣିବଳୟ ସମ୍ଭାବନା, ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ - Another Cyclonic Circulation BoB
ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.