ETV Bharat / state

ଚାଷୀଙ୍କ ପାଇଁ ବଡ ଖବର; ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ, ଏସବୁ ସ୍ଥାନରେ ପ୍ରବଳ ବର୍ଷିବ - Rainfall In Odisha

author img

By ETV Bharat Odisha Team

Published : Jul 31, 2024, 6:31 PM IST

Odisha Weather Update: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଛି । ଆଗକୁ ଆହୁରୁ ବଢ଼ିବ ବର୍ଷା । ଅଧିକ ପଢ଼ନ୍ତୁ

Odisha Weather Update
Odisha Weather Update (ETV Bharat Odisha)

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ । ଝାଡ଼ଖଣ୍ଡ ଓ ଏହାର ପାଶ୍ୱବର୍ତୀ ଅଞ୍ଚଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଓ ତାର ପାଶ୍ୱବର୍ତୀ ଅଞ୍ଚଳ ଉପରେ ୩.୧ କିମି ପର୍ଯ୍ୟନ୍ତ ଏହା ବ୍ୟାପିଛି । ଘୁର୍ଣ୍ଣିବଳୟ ସହ ମୌସୁମୀ ଟ୍ରପ ଲାଇନ ରାଜ୍ୟ ଉପରେ ସକ୍ରିୟ ରହିଥିବା ବେଳେ ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗିରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ:

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ରାଜ୍ୟର ଅନେକ ସ୍ଥାନରେ ଆକାଶ ମେଘୁଆ ସହ କିଛି କିଛି ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଛି । ଏଭଳି ସ୍ଥିତି ଆଗମୀ ୩ ତାରିଖ ପର୍ଯ୍ୟନ୍ତ ଲାଗି ରହିବ । ଆଜିଠାରୁ ବର୍ଷାର ପ୍ରକୋପ ବଢ଼ିବାକୁ ଥିବା ବେଳେ ଆଗକୁ ରାଜ୍ୟରେ ବଡ଼ ବର୍ଷା ହେବ । ବର୍ତ୍ତମାନ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେଣୁ ବର୍ଷାର ପ୍ରଭାବ ବଢ଼ିବ ବୋଲି ପାଣିପାଗ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ପାଇଁ ୱାର୍ଣ୍ଣିଂ:

ଆଜି ରାଜ୍ୟର ଅନେକ ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, କଟକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେଓଗଡ, ବରଗଡ଼ ଓ ଜଗତସିଂହପୁରେ ପ୍ରବଳ ବର୍ଷା ପାଇଁ ଏହି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

କାଲିଠୁ ଆହୁରି ବଢ଼ିବ ବର୍ଷା:

ସେହିପରି ଆସନ୍ତାକାଲି ଅଗଷ୍ଟ ପହିଲାରୁ ବର୍ଷାର ପରିମାଣ ବଢିବାକୁ ଥିବା ବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ଢେଙ୍କାନାଳ, କଟକ, ବୌଦ୍ଧ, ସୋନପୁର ଓ ସମ୍ବଲପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୧୬ ଜିଲ୍ଲା ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡା, ବରଗଡ଼, ବଲାଙ୍ଗୀର, ନୂଆପଡା, ନୟାଗଡ, ଖୋର୍ଦ୍ଧା, ଜଗତସିଂହପୁର, ସୁନ୍ଦରଗଡ, ଦେଓଗଡ, କେନ୍ଦୁଝର, ମୟୂରଭଞ୍ଜ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ପାଇଁ ୟଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅଗଷ୍ଟ ୨ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୩ ତାରିଖ ବେଳକୁ ବର୍ଷାର ପରିମାଣ କମିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଏବେ ବି ନିଅଣ୍ଟିଆ ସ୍ଥିତି:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୪୮୯.୫ ମିମି ବର୍ଷା ରେକର୍ଡ ହୋଇଛି । ଏବେବି ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ବର୍ତ୍ତମାନ ରାଜ୍ୟରେ ୫୫୦.୭ ମିମି ସ୍ୱାଭାବିକ ବର୍ଷା ରହିବା କଥା । ସେହିପରି ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ବାକି ୧୨ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେପଟେ ଗତ ୨୪ ଘଣ୍ଟାରେ ଓଡ଼ିଶାର ଅନେକ ସହରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ମୟୂରଭଞ୍ଜର ରାସଗୋବିନ୍ଦପୁରରେ ସର୍ବାଧିକ ୫୮.୪ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ପାରଳାଖେମୁଣ୍ଡିରେ ୩୫.୩ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି ।

ଏହା ମଧ୍ୟ ପଢ଼ନ୍ତୁ...ଘୂର୍ଣ୍ଣିବଳୟ ପ୍ରଭାବରେ ବଢିବ ବର୍ଷା, ଅଗଷ୍ଟ ପହିଲାରୁ ଭିଜିବ ଓଡ଼ିଶା - Rain In Odisha
ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.