ETV Bharat / state

ପୁଣି ଏକ ଘୁର୍ଣ୍ଣିବଳୟ ସମ୍ଭାବନା, ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ - Another Cyclonic Circulation BoB

author img

By ETV Bharat Odisha Team

Published : Jul 29, 2024, 6:15 PM IST

IMD Odisha Weather Update: ଆସୁଛି ଆଉ ଏକ ଘୁର୍ଣ୍ଣିବଳୟ । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

Odisha Weather Update
Odisha Weather Update (ETV Bharat Odisha)

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଏବେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ପୁଣି ଏକ ଲଘୁଚାପ । ଫଳରେ ବଡ ବର୍ଷାର ସାମ୍ନା କରିବ ଓଡ଼ିଶା । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପ୍ରଭାବରେ ଆସନ୍ତା ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ପୁଣି ଏକ ଘୁର୍ଣ୍ଣିବଳୟ :

ପୁଣି ଏକ ଘୁର୍ଣ୍ଣିବଳୟର ସମ୍ଭାବନା ଥିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ । ଏହା ଆଗକୁ ଲଘୁଚାପର ରୂପ ନେଇପାରେ । ପ୍ରଭାବରେ ରାଜ୍ୟରେ ୩୧ରୁ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ଲଘୁଚାପ ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଜି ପାଇଁ ୱାର୍ଣ୍ଣିଂ:

ଆଜି ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା । ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଢେଙ୍କାନାଳ, କଟକ, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆଗାମୀ ଦିନ ପାଇଁ ୱାର୍ଣ୍ଣିଂ:

ଆସନ୍ତାକାଲି 30 ତାରିଖ ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପରେ ୩୧ ତାରିଖ ବେଳକୁ ଘୁର୍ଣ୍ଣିବଳୟ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଆକଳନ କରିଛି ପାଣିପାଗ ବିଭାଗ । କଟକ, ନୟାଗଡ଼, ଢେଙ୍କାନାଳ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଅତି ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକରେ 7ରୁ 20 ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ । ସେହିପରି ପ୍ରବଳ ବର୍ଷା ପାଇଁ ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ବୌଦ୍ଧ, ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂହପୁର, କୋରାପୁଟ, ମାଲକାନଗିରି, ଦେଓଗଡ ଓ ସୁନ୍ଦରଗଡ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଅଗଷ୍ଟ ପହିଲାରେ ବି ବର୍ଷା:

ଅଗଷ୍ଟ 1 ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ ଓ ନୟାଗଡ଼ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ଦେଓଗଡ, ସୁନ୍ଦରଗଡ, ସମ୍ବଲପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ରହିବ । 2 ତାରିଖରେ ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ମୟୂରଭଞ୍ଜ ଓ ଅନୁଗୋଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏବେ ବି ନିଅଣ୍ଟିଆ ସ୍ଥିତି:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୪୭୮.୮ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ସ୍ୱାଭାବିକ ବର୍ଷା ୫୨୬.୪ ମିମି ହେବକଥା । ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ସେହିପରି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ବର୍ଷା ହୋଇଥିବା ବେଳେ ୨ ସହରରେ ପ୍ରବଳ ବର୍ଷା ରେକର୍ଡ ହୋଇଛି । ଜଗତସିଂହପୁର କୁଜଙ୍ଗରେ ସର୍ବାଧିକ ୧୧୦.୦ ମିମି ବର୍ଷା ରେକର୍ଡ ହୋଇଛି । ସେହିପରି ସର୍ବାଧିକ ୩୪.୮ ଡିଗ୍ରୀ ତାପମାତ୍ରା ପାରଳାଖେମୁଣ୍ଡିରେ ରେକର୍ଡ ହୋଇଛି ।

ଏହା ମଧ୍ୟ ପଢ଼ନ୍ତୁ...ସକ୍ରିୟ ରହିଛି ଲଘୁଚାପ; ପ୍ରବଳ ବର୍ଷା ପାଇଁ ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି - Another Cyclonic Circulation
ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.