ETV Bharat / state

ସକ୍ରିୟ ରହିଛି ଲଘୁଚାପ; ପ୍ରବଳ ବର୍ଷା ପାଇଁ ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି - Another Cyclonic Circulation

author img

By ETV Bharat Odisha Team

Published : Jul 28, 2024, 7:04 PM IST

Odisha Weather Update: ପୁଣି ଆସୁଛି ଆଉ ଏକ ଲଘୁଚାପ ! ଜାରି ରହିଛି ବର୍ଷା । ପ୍ରବଳ ବର୍ଷା ପାଇଁ ରାଜ୍ୟର ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

Odisha Weather Update
Odisha Weather Update (ETV Bharat Odisha)

ଭୁବନେଶ୍ବର: ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଉତ୍ତର ଛତିଶଗଡ଼ ଓ ଏହାର ଆଖପାଖରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହା ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାସହ ମୌସୁମୀ ରେଖା ମଧ୍ୟ ସକ୍ରିୟ ରହିଛି । ଫଳରେ ରାଜ୍ୟରେ ଆଗାମୀ କିଛିଦିନ ପ୍ରବଳ ବର୍ଷା ଲାଗି ରହିବା । ଏଭଳି ସ୍ଥିତି ଆସନ୍ତା ୪ ଦିନ ଯାଏଁ ରହିବାର ସମ୍ଭାବନା ଥିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ତେବେ ଆସନ୍ତା ୩୧ ତାରିଖରେ ବଙ୍ଗୋପସାଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଆଜି ପାଇଁ ୱାର୍ଣ୍ଣିଂ:

ଆଜି ଦକ୍ଷିଣ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ । ଯାଜପୁର, କଟକ, ଜଗସିଂହପୁର, କେନ୍ଦ୍ରାପଡା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ଼, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ନେଇ ୟଲୋ ଆଲର୍ଟ ଜାରି ହୋଇଛି ।

ଆସନ୍ତା 4ଦିନ ପାଇଁ ୟେଲୋ ୱାର୍ଣ୍ଣିଂ:-

ସେହିପରି ଆସନ୍ତାକାଲି ଏବଂ ୩୦ ତାରିଖରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାକୁ ଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୩୧ ତାରିଖରେ ପ୍ରବଳ ବର୍ଷାକୁ ନେଇ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, କଟକ, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, କେନ୍ଦ୍ରପଡ଼ା, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅନ୍ୟପଟେ ଅଗଷ୍ଟ ୧ ତାରିଖରେ ପ୍ରବଳ ବର୍ଷା ପାଇଁ କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗୀର, ସୁନ୍ଦରଗଡ଼, ଅନୁଗୋଳ, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ବୌଦ୍ଧ, ବରଗଡ଼ ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...ଆଜି ଏହି 5 ଜିଲ୍ଲାରେ ପ୍ରବଳ ବର୍ଷିବ ! ୟେଲୋ ୱାର୍ଣ୍ଣିଂ ଜାରି - Heavy Rainfall Expected In Odisha

ଏବେ ବି ନିଅଣ୍ଟିଆ ସ୍ଥିତି:
ସେପଟେ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଜୁନ ୧ରୁ ଏଯାବତ ୪୭୫.୩ ମିମି ବର୍ଷା ରେକର୍ଡ କରାଯାଇଛି । ଏବେ ବି ୮ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ସେହିପରି ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୪ ଜିଲ୍ଲାରେ ଅଧିକ ବର୍ଷା ଓ ୧୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛୁ । ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ହାଲୁକରୁ ମାଧ୍ୟମ ଧରଣର ବର୍ଷା ହେବା ସହ ୨ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି । ଏହି କ୍ରମରେ ନୟାଗଡ ରଣପୁରରେ ୧୧୨.୬ ମିମି ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ସେହିପରି ପାରଳାଖେମୁଣ୍ଡିରେ ସର୍ବାଧିକ ୩୪.୭ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.