ETV Bharat / state

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ, ମାସ ଶେଷରେ ପ୍ରବଳ ବର୍ଷା - Extremely Havy Rainfall Alert

author img

By ETV Bharat Odisha Team

Published : Aug 29, 2024, 5:31 PM IST

Odisha Weather Update: ଲଘୁଚାପରେ ପରିଣତ ହେଲା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ପ୍ରଭାବରେ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।

Odisha Weather Update
Odisha Weather Update (ETV Bharat Odisha)

ଭୁବନେଶ୍ବର: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଲଘୁଚାପଟି ପଶ୍ଚିମ-ଉତ୍ତର ପଶ୍ଚିମକୁ ମୁହାଁଇ ଆସନ୍ତାକାଲି ସୁଦ୍ଧା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । ପରେ ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରିବ । ୨ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ଆଗାମୀ ୩ରୁ ୪ ଦିନ ଯାଏଁ ରାଜ୍ୟରେ ଭଲ ବର୍ଷା ସହ ଦକ୍ଷିଣ ଓଡ଼ିଶାରେ ଲଘୁଚାପର ଅଧିକ ପ୍ରଭାବ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆଜି ପାଇଁ ୱାର୍ଣ୍ଣିଂ:

ଆଜି ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏଥିପାଇଁ ନେଇ ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ ଓ ଗଜପତି ଏହି ୫ ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ, ନୂଆପଡା, ବଲାଙ୍ଗୀର, ବରଗଡ଼, ବୌଦ୍ଧ ଓ ସୋନପୁର ଜିଲ୍ଲାକୁ ୟେଲୋ ଚେତାବନୀ ଜାରି ହୋଇଛି । ଏହା ବ୍ୟତୀତ କେବଳ ବିଜୁଳି ଘଡ଼ଘଡ଼ି ପାଇଁ ଜଗଡସିଂହପୁର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ବାଲେଶ୍ବର ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

Odisha Weather Update
Odisha Weather Update (IMD)

ଏସବୁ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ:

ଆସନ୍ତାକାଲି କିଛି ସ୍ଥାନରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଦିଆଯାଇଛି । ସେହପିର ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗଡସିଂହପୁର ଓ କଟକ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି ହୋଇଛି । ଏସବୁ ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ରହିବାର ସମ୍ବାବନା ରହିଛି ।

କେବେଠୁ କମିବ ବର୍ଷା:

୩୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ ଓ ବଲାଙ୍ଗୀର ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି । ସେପଟେ ୧ ତାରିଖରେ ପର୍ବଳ ବର୍ଷା ପାଇଁ ଗଜପତି, ଗଞ୍ଜାମ,ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ତେବେ ୧ ତାରିଖ ପରଠାରୁ ବର୍ଷାର ପରିମାଣ ହ୍ରାସ ହେବାକୁ ଥିବା ବେଳେ କୌଣସି ସତର୍କ ସୂଚନା ଜାରି କରାଯାଇନାହିଁ ।

ଏବେବି କମ୍‌ ବର୍ଷା ରେକର୍ଡ:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୮୦୪.୧ ମିମି ବର୍ଷା ରେକର୍ଡ ହୋଇଛି । ଏବେବି ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୮୯୬.୩ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେପଟେ ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ସୋନପୁରର ବୀରମହାରାଜପୁରରେ ସର୍ବାଧିକ ୧୦୧. ୦୦ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ଏହା ମଧ୍ୟ ପଢ଼ନ୍ତୁ...କାଲି ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷାରେ ଭାସିବ ଏସବୁ ଜିଲ୍ଲା, ସତର୍କ ଜାରି - Odisha Weather Update

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.