ଭଦ୍ରକ: ଗତକାଲି(ଶନିବାର) ବିଳମ୍ବିତ ରାତିରେ ଭଦ୍ରକ ଜିଲ୍ଲାର 16 ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଗୋଟିଏ ବୋଲେରୋ ଓ ହାଇୱା ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 8 ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ 4 ଜଣଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବାରୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ସେପଟେ ଦୁର୍ଘଟଣା ପରେ ହାଇୱା ଡ୍ରାଇଭର ଗାଡି ସହ ଫେରାର ହୋଇଯାଇଥିବା ସୂଚନା ମିଳିଛି ।
ସୂଚନା ଅନୁଯାୟୀ, ବାଲେଶ୍ବର ଜିଲ୍ଲା ବାହାନଗା ଅନ୍ତର୍ଗତ ଗୋପାଳପୁର ଅଞ୍ଚଳର କିଛି ଲୋକ ପୁରୀରୁ ଜଗନ୍ନାଥ ଦର୍ଶନ ସାରି ବିଳମ୍ବିତ ରାତିରେ ବୋଲେରୋରେ ଘରକୁ ଫେରୁଥିଲେ । ଭଦ୍ରକ ଜିଲ୍ଲାର ଆରଡ଼ି ଛକ ନିକଟରେ ଏହି ବୋଲେରୋକୁ ମୁହାଁମୁହିଁ ଧକ୍କା ଦେଇଥିଲା ଗୋଟିଏ ହାଇୱା ଟ୍ରକ । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 8 ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ଦୁଇ ଜଣ ଶିଶୁ ଏବଂ ଦୁଇ ମହିଳାଙ୍କ ସମେତ 8 ଜଣ ପୁରୁଷ ରହିଛନ୍ତି ।
ଏହା ମଧ୍ୟ ପଢ଼ନ୍ତୁ... ନବରଙ୍ଗପୁର ସାଂସଦ ରମେଶ ମାଝୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ
କୌଣସି କାରଣ ଯୋଗୁଁ ଭାରସାମ୍ୟ ହରାଇ ହାଇୱା ବୋଲେରୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ତେବେ ଦୁର୍ଘଟଣା ଘଟିବା ପରେ ହାଇୱା ଟ୍ରକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ଏହି ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୋଲେରୋକୁ ଜବତ କରିବା ସହ ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲା । ପୋଲିସ ଏହି ଘଟଣାରେ ଅଧିକ ତଦନ୍ତ ଆରମ୍ଭ କରିଛି ।
ହେଲେ କେଉଁ ପରିସ୍ଥିରିରେ ଭାରସାମ୍ୟ ହରାଇ ଉଭୟ ଗାଡି ମଧ୍ୟରେ ସାମ୍ନାସାମ୍ନି ଧକ୍କା ହେଲା ତାର କାରଣ ସ୍ପଷ୍ଟ ହୋଇନାହିଁ । ପୋଲିସ ଏନେଇ ଅଧିକ ତଦନ୍ତ ଜାରି ରଖିଛି । ସେପଟେ ଦୁର୍ଘଟଣାରେ ଆହତ 8 ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ 4 ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।
ଇଟିଭି ଭାରତ, ଭଦ୍ରକ