ETV Bharat / state

ଅଙ୍ଗନବାଡି କର୍ମୀଙ୍କୁ ମିଳିବ ବିପର୍ଯ୍ୟୟ ପରିଚାଳନା ତାଲିମ, ବୁଝାମଣାପତ୍ର ସ୍ୱାକ୍ଷର

author img

By ETV Bharat Odisha Team

Published : Feb 7, 2024, 1:55 PM IST

Disaster Preparedness: ଓଡ଼ିଶାରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ସହ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଅନୁଷ୍ଠାନ ବୁଝାମଣାପତ୍ର ସ୍ୱାକ୍ଷର କରିଛି । ଅଧିକ ପଢନ୍ତୁ

ବିପର୍ଯ୍ୟୟ ପରିଚାଳନା ତାଲିମ
ବିପର୍ଯ୍ୟୟ ପରିଚାଳନା ତାଲିମ

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ବିଭାଗ ଓଡ଼ିଶାରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଅନୁଷ୍ଠାନ ସହ ବୁଝାମଣାପତ୍ର ସ୍ୱାକ୍ଷର କରିଛି । ଭୁବନେଶ୍ୱର ଷ୍ଟେଟ ଇନଷ୍ଟିଚ୍ୟୁଟ ଫର ୱିମେନ ଆଣ୍ଡ ଚିଲଡ୍ରେନ ପରିସରରେ ମହିଳା ଓ ଶିଶୁ ବିକାଶ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମଙ୍କ ଉପସ୍ଥିତରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି ଅବସରରେ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଛନ୍ତି ଯେ, ଗୋପବନ୍ଧୁ ପ୍ରଶାସନ ଏକାଡ଼େମୀ, ରାଜ୍ୟ ଗ୍ରାମ୍ୟ ବିକାଶ ଅନୁଷ୍ଠାନ, ୱାସନ ଭଳି ବିଭିନ୍ନ ଜାତୀୟସ୍ତରୀୟ ଓ ରାଜ୍ୟସ୍ତରୀୟ ଅନୁଷ୍ଠାନ ସହଯୋଗରେ ଷ୍ଟେଟ ଇନଷ୍ଟିଚ୍ୟୁଟ ଫର ୱିମେନ ଆଣ୍ଡ ଚିଲଡ୍ରେନ ଏକ ଉତ୍କର୍ଷ ଅନୁଷ୍ଠାନ ହେବାର ଗୌରବ ଅର୍ଜନ କରିବାକୁ ଯାଉଛି ।

ଓଡ଼ିଶାରେ ପ୍ରାକୃତିକ ବିପର୍ଯ୍ୟୟ ବିରୋଧରେ ଲଢିବା ପାଇଁ ଆମକୁ ସହଭାଗିତାରେ କାର୍ଯ୍ୟ କରିବାକୁ ପଡିବ । ଏହି ବୁଝାମଣା ପତ୍ର ଆମର ବିପର୍ଯ୍ୟୟ ମୁକାବିଲାକୁ ଆହୁରି ସୁଦୃଢ କରିବ । ସେହିପରି ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁସ୍ମିତା ବେହେରା କହିଛନ୍ତି ଯେ, ମହିଳା ଓ ଶିଶୁ ବିକାଶ ବିଭାଗ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ତାଲିମ ସମ୍ପୂର୍ଣ୍ଣ କରିବାରେ ପ୍ରଥମ ବିଭାଗ ଭାବେ ପରିଗଣିତ ହୋଇପାରିଛି । ଏହି ବିପର୍ଯ୍ୟୟ ପରିଚାଳନା ତାଲିମକୁ ତୃଣମୂଳ ସ୍ତରରେ ପହଞ୍ଚାଇ ପ୍ରତି ଘରେ ଜଣେ ଜଣେ ବିପର୍ଯ୍ୟୟ ପ୍ରଶମନ ଯୋଦ୍ଧା ସୃଷ୍ଟି କରିବା ବୁଝାମଣା ପତ୍ରର ପ୍ରଧାନ ଲକ୍ଷ୍ୟ ।

ଏହା ମଧ୍ୟ ପଢନ୍ତୁ- ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କରିବେ ଆପଦ ମିତ୍ର, ଯୁବପିଢ଼ିଙ୍କୁ ଦିଆଯାଉଛି ତାଲିମ

ଅନ୍ୟପଟେ ଷ୍ଟେଟ ଇନଷ୍ଟିଚ୍ୟୁଟ ଫର ୱିମେନ ଆଣ୍ଡ ଚିଲଡ୍ରେନର ମୁଖ୍ୟ ଉପଦେଷ୍ଟା ଏସ. ଗାୟତ୍ରୀ କହିଛନ୍ତି ଯେ, ସମଗ୍ର ରାଜ୍ୟରେ ଜିଲ୍ଲାସ୍ତରୀୟ ଶିଶୁ ସୁରକ୍ଷା ଅଧିକାରୀମାନଙ୍କୁ ଏବଂ ସମସ୍ତ ଅଙ୍ଗନବାଡି କେନ୍ଦ୍ରରେ ଥିବା ଅଙ୍ଗନବାଡି କର୍ମକର୍ତ୍ତାମାନଙ୍କୁ ବିପର୍ଯ୍ୟୟ ପରିଚାଳନା ତାଲିମ ପ୍ରଦାନ କରିବା ଆମ ପାଇଁ ଏକ ବଡ ଆହ୍ୱାନ । ଏହି ଆହ୍ୱାନକୁ ସ୍ୱୀକାର କରି ପ୍ରାକୃତିକ ବିପର୍ଯ୍ୟୟ ସହ ଲଢିବା ସହ ଏହି ପ୍ରଶିକ୍ଷଣକୁ ଗାଁ ଗାଁରେ ପହଞ୍ଚାଇବା ପାଇଁ ଆମେ ଉଦ୍ୟମ ଜାରି ରଖିବୁ । ଏହି କାର୍ଯ୍ୟକ୍ରମରେ ମହିଳା ଶିଶୁ ବିକାଶ ବିଭାଗର ଅନୁଶାସନ ସଚିବ ସ୍ୱୟଂପ୍ରଭା ମୁଦୁଲିଙ୍କ ସମେତ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପର ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଓ ଅଙ୍ଗନବାଡି କର୍ମକର୍ତ୍ତା ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ୱର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.