ETV Bharat / state

ଆଜି ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ, ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାମୂର୍ତ୍ତି - Srimandir Rituals

Padma Besha Rituals Of Lord Jagannath: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପଦ୍ମବେଶ । ଦୁର୍ଲଭ ପଦ୍ମବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ । ଅଧିକ ପଢନ୍ତୁ

Padma Besha of Lord Jagannath
ଆଜି ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ
author img

By ETV Bharat Odisha Team

Published : Feb 10, 2024, 11:08 AM IST

Updated : Feb 10, 2024, 11:36 AM IST

ଆଜି ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ଏଥିପାଇଁ ସୋଲରେ ପଦ୍ମପାଖୁଡା, ହଂସ, କଦମ୍ବ ଫୁଲରେ କରପଲ୍ଲବ ପ୍ରଭୃତି ପଦ୍ମବେଶ ଶିଳ୍ପୀ ଅତି ନିଖୁଣ ଭାବେ ତିଆରି କରିଛନ୍ତି । ସିଂହାରୀ ସେବକଙ୍କ ଦ୍ୱାରା ଏହା ଶ୍ରୀଜିଉଙ୍କୁ ବିଭୂଷିତ କରାଯିବ । ମାଘ ମାସ ଅମାବାସ୍ୟା ଠାରୁ ବସନ୍ତ ପଞ୍ଚମୀ ମଧ୍ୟରେ ଶନିବାର ବା ମଙ୍ଗଳବାରରେ ଏହି ବେଶ ହୋଇଥାଏ । ବେଶର ସମସ୍ତ ଉପକରଣ ବଡ଼ଛତା ମଠ ପକ୍ଷରୁ ଯୋଗାଇ ଦିଆଯାଇଥାଏ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାତ୍ର ଚନ୍ଦନ ଲାଗି ପରେ ବଡ଼ସିଂହାରରେ ଏହି ବେଶ ହୁଏ ।

ବର୍ଷକରେ କେବଳ ଏହି ଗୋଟିଏ ଦିନ ମହାପ୍ରଭୁ ପଦ୍ମବେଶରେ ହିଁ ପହୁଡ଼ ଯାଆନ୍ତି । କେତେକ ଗବେଷକଙ୍କ ମତରେ ଏହି ବେଶର ପ୍ରବର୍ତ୍ତକ ହେଉଛନ୍ତି ବଡ଼ଛତା ମଠର ସନ୍ଥ ରଘୁବର ଦାସ । ଶ୍ରୀଜୀଉଙ୍କ ମୁଖପଦ୍ମ ସହିତ ପଦ୍ମ ପାଖୁଡ଼ା, ବେତ ନିର୍ମିତ ଓ ସୋଲ ପଦ୍ମ ଖଚିତ ଏକ ତ୍ରିକୋଣର ଟାହିଆ ମଧ୍ୟ ଲାଗି କରାଯାଏ । ଏହି ମଠ ଦ୍ଵାରା ପ୍ରଦତ୍ତ ଭୋଗରେ ଖିରି ଓ ଅମାଲୁ ରୋଷଘରର ଚୁଲିରେ ପ୍ରସ୍ତୁତ ହୋଇ ଭୋଗ କରାଯାଏ । ବଡ଼ସିଂହାରର ପଦ୍ମବେଶରେ ମହାପ୍ରଭୁ ସାରାରାତି ରହନ୍ତି ।

କିମ୍ବଦନ୍ତୀ ଅନୁଯାୟୀ, ଉତ୍କଳ ଠାରୁ ଶହ ଶହ ମାଇଲ ଦୂରରେ ଥିଲେ ଜଣେ ହିନ୍ଦୀ ଭାଷୀ ସାଧୁ । ତାଙ୍କର ନାମ ଥିଲା ମନୋହର ଦାସ । ଏକଦା ମହାତ୍ମା ମନୋହର ଦାସ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ଉଦ୍ଦେଶ୍ୟରେ ଶ୍ରୀକ୍ଷେତ୍ରକୁ ଆଗମନ କରିଥିଲେ । ତାଙ୍କର ପ୍ରବଳ ଆକାଂକ୍ଷା ଥିଲା ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କ ଦର୍ଶନ । ଦୀର୍ଘ ଦିନ ପାଦରେ ଚାଲି ଚାଲି ଅନେକ ଜଙ୍ଗଲ, ପାହାଡ଼, ନଈ, ରାସ୍ତା ଅତିକ୍ରମ କରି ଶାରୀରିକ ପୀଡା ସତ୍ତ୍ୱେ ସେ ଅବିଚଳିତ ଭାବେ ଆଗେଇ ଚାଲିଥାନ୍ତି । ପଥ ମଧ୍ୟରେ ରାତ୍ରି ହୋଇଗଲେ କୌଣସି ମନ୍ଦିର, ମଠ, ଆଶ୍ରମ କିମ୍ବା ବୃକ୍ଷ ତଳେ ବିଶ୍ରାମ ନିଅନ୍ତି । ପଦବ୍ରଜରେ ଯାଉଥିବା ବେଳେ ସାଧୁଙ୍କୁ ଥରେ ଭୀଷଣ ଶୋଷ ହେଲା । ପାଖରେ କୌଣସି ଗ୍ରାମ କିମ୍ବା ଜଳାଶୟ ନଥିଲା । କିଛି ପଥ ଅତିକ୍ରମ କରିବା ପରେ ହଠାତ୍ ତାଙ୍କର ଦୃଷ୍ଟିଗୋଚର ହେଲା ଗୋଟିଏ ପୁଷ୍କରିଣୀ ମଧ୍ୟରେ ଅନେକ ପଦ୍ମ ଫୁଲ ଫୁଟିଛି । ସେ ତାହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ କାରଣ ଶୀତ ଦିନରେ ପଦ୍ମ ଫୁଲ ଫୁଟିବା ସମ୍ଭବ ନୁହେଁ । ସେ ମନେ ମନେ ଜଗନ୍ନାଥଙ୍କୁ ସୁମରଣା କରି ପାଣି ପିଇ ପ୍ରଭୁଙ୍କ ନିମନ୍ତେ ପୁଷ୍କରିଣୀରେ ଫୁଟିଥିବା ପଦ୍ମ ପୁଷ୍ପକୁ ତୋଳି ନିକଟରେ ଥିବା ଏକ ମଇଳା ଗାମୁଛାରେ ନେଇଥିଲେ ।

ଏହା ମଧ୍ୟ ପଢନ୍ତୁ-ଶ୍ରୀଜିଉଙ୍କ ପୁଷ୍ୟାଭିଷେକ ନୀତି, ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ

ମାଘ ମାସ ଅମାବାସ୍ୟା ଦିନ ସେ ଶ୍ରୀମନ୍ଦିରରେ ପହଞ୍ଚି ପଦ୍ମ ଫୁଲଗୁଡ଼ିକ ଶ୍ରୀଜୀଉମାନଙ୍କ ଚରଣାବିନ୍ଦରେ ଲାଗି କରିବା ପାଇଁ ଅନୁରୋଧ କଲେ । ମଇଳା ଗାମୁଛାରେ ଥିବା ଶୁଷ୍କ ପଦ୍ମ ଫୁଲକୁ ଦେଖି ପଣ୍ଡା ଏହା ଠାକୁରଙ୍କୁ ଲାଗି ହୋଇପାରିବ ନାହିଁ କହି ତିରସ୍କାର କରିଥିଲେ l ଏ ଘଟଣାରେ ଭକ୍ତ ମନୋହର ଦୁଃଖ ଓ ଅପମାନରେ ମ୍ରିୟମାଣ ହୋଇ ତଳେ ପଡ଼ିଥିବା ଫୁଲ ସବୁ ଗୋଟାଇ ଶ୍ରୀମନ୍ଦିରରୁ ପଳାଇ ଆସି ବଡ଼ଛତା ମଠ ନିକଟରେ ଜଗନ୍ନାଥଙ୍କୁ ସ୍ମରଣ କରି ମୂର୍ଚ୍ଛିତ ହୋଇପଡ଼ିଲେ ।

ସେହି ଦିନ ଜଗନ୍ନାଥ ମହାପ୍ରଭୁ ସ୍ୱପ୍ନାଦେଶରେ ଗଜପତି ମହାରାଜାଙ୍କୁ କହିଲେ ମନୋହର ଆଣିଥିବା ପଦ୍ମ ପୁଷ୍ପରେ ହିଁ ଆଜି ମୋର ବଡ଼ସିଂହାର ବେଶ ହେବ । ପଦ୍ମ ଚାଉଳରେ ଖିରି ଭୋଗ କରି ସେହି ସାଧୁଙ୍କୁ ସେବନ କରାଇ ତାଙ୍କର ଜୀବନ ରକ୍ଷା କର । ଭକ୍ତ ପ୍ରବର ସାଧୁ ମନୋହର ଦାସଙ୍କ ଶ୍ରୀଜଗନ୍ନାଥଙ୍କୁ ପଦ୍ମ ପୁଷ୍ପ ପ୍ରଦାନର କିମ୍ବଦନ୍ତୀ ମୂଳକ ଆଖ୍ୟାନ ଅନୁକ୍ରମେ ମାଘ ମାସରେ ଏହି ବେଶରେ ଜଗନ୍ନାଥ ମହାପ୍ରଭୁ ସୋଲରେ ନିର୍ମିତ ପଦ୍ମପୁଷ୍ପ ପରିହିତ ହୋଇଥାନ୍ତି ।

ଇଟିଭି ଭାରତ, ପୁରୀ

Last Updated : Feb 10, 2024, 11:36 AM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.