ETV Bharat / state

କନ୍ଧମାଳରେ ବିଜେଡି ପ୍ରାର୍ଥୀଙ୍କୁ ବିରୋଧ; ବିଧାୟକ ଓ ପର୍ଯ୍ୟବେକ୍ଷକଙ୍କ କୁଶ ପୁତ୍ତଳିକା ଦାହ - Phulbani Politics

Phulbani Politics: ବିଜେଡି ପ୍ରାର୍ଥୀ ଜୟଶ୍ରୀଙ୍କର ପ୍ରାର୍ଥିତ୍ୱକୁ ବିରୋଧ କଲେ ଦେବେନ୍ଦ୍ର କହଁରଙ୍କ ସମର୍ଥକ । ଖଜୁରିପଡା ବଜାରରେ ବିଜେଡି ବିଧାୟକ ପ୍ରାର୍ଥୀ ଜୟଶ୍ରୀ କହଁରଙ୍କ ଫଟୋ ଚିରିବା ସହିତ କୁଶପୁତ୍ତଳିକା ଦାହ କରିଛନ୍ତି । ଅଧିକ ପଢନ୍ତୁ

author img

By ETV Bharat Odisha Team

Published : Apr 9, 2024, 12:50 PM IST

Phulbani Politics
Phulbani Politics
Phulbani Politics

ଫୁଲବାଣୀ: ନିର୍ବାଚନ ଯେତିକି ପାଖେଇ ଆସୁଛି କନ୍ଧମାଳ ଜିଲ୍ଲା ଫୁଲବାଣୀ ନିର୍ବାଚନ ମଣ୍ଡଳୀରେ ନିର୍ବାଚନୀ ମାହୋଲ ସେତିକି ସରଗରମ ହେବାରେ ଲାଗିଛି । ତେବେ କନ୍ଧମାଳ ଜିଲ୍ଲାର ୩ ନିର୍ବାଚନ ମଣ୍ଡଳୀ ଏବଂ ଗୋଟିଏ ସଂସଦୀୟ କ୍ଷେତ୍ର ପାଇଁ ପ୍ରମୁଖ ୩ ଦଳ ପ୍ରାର୍ଥୀ ଘୋଷଣା କରିଛନ୍ତି । ଯେଉଁମାନଙ୍କୁ ଦଳ ପ୍ରାର୍ଥୀ କରିଛି, ତାହାକୁ ନେଇ ଏବେ ସବୁଠି ଅସନ୍ତୋଷର ସ୍ବର ଉଠିଥିବା ବେଳେ ଦେବେନ୍ଦ୍ର କହଁରଙ୍କ ସମର୍ଥକମାନେ ଗତକାଲି(ସୋମବାର) ବିଜେଡି ପ୍ରାର୍ଥୀ ଜୟଶ୍ରୀଙ୍କର ପ୍ରାର୍ଥିତ୍ୱକୁ ଜୋରଦାର ବିରୋଧ କରିଛନ୍ତି । ସେମାନେ ଖଜୁରିପଡା ବଜାରରେ ବିଜେଡି ବିଧାୟକ ପ୍ରାର୍ଥୀ ଜୟଶ୍ରୀ କହଁରଙ୍କ ଫଟୋ ଚିରିବା ସହିତ କୁଶ ପୁତ୍ତଳିକା ଦାହ କରିଛନ୍ତି ।

ତେବେ ଫୁଲବାଣୀ ନିର୍ବାଚନ ମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହେବା ପାଇଁ ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ଆଶାୟୀ ଥିଲେ । ହେଲେ ଦଳ ତାଙ୍କୁ ଅଣଦେଖା କରି ଜୟଶ୍ରୀ କହଁରଙ୍କୁ ପ୍ରାର୍ଥୀ କରିଛି । ଯାହାକୁ ନେଇ ଦେବେନ୍ଦ୍ରଙ୍କ ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା । ଏନେଇ ଦେବେନ୍ଦ୍ର ମଧ୍ୟ ବିଜେଡିରୁ ଇସ୍ତଫା ଦେଇଛନ୍ତି । ଟଙ୍କା କାରବାର କରି ଜୟଶ୍ରୀ କହଁରଙ୍କୁ ବିଜେଡି ଟିକେଟ ଦେଇଥିବା ନେଇ ଦେବେନ୍ଦ୍ର ଏବଂ ପୂର୍ବତନ ବ୍ଲକ ଅଧ୍ୟକ୍ଷ ବୀରେନ୍ଦ୍ର କହଁର ଅଭିଯୋଗ କରିଛନ୍ତି । ସେହିପରି ପ୍ରତ୍ୟେକ ଥର ଫିରିଙ୍ଗିଆ ବ୍ଲକରୁ ବିଜେଡି ପ୍ରାର୍ଥୀ ଦେଉଥିବାରୁ ଏହାକୁ ନେଇ ଖଜୁରିପଡ଼ା ବିଜେଡି କର୍ମୀମାନେ ବିରୋଧ କରୁଛନ୍ତି ।

ଖଜୁରିପଡ଼ା ବ୍ଲକରୁ ବିଜେଡି ବିଧାୟକ ପ୍ରାର୍ଥୀ ପାଇଁ ଟିକେଟ ଦୌଡ଼ରେ ଅନେକ ନେତା ଥିଲେ । କିନ୍ତୁ ଫିରିଙ୍ଗିଆର ନେତା ତଥା ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ସମର୍ଥକ ଜୟଶ୍ରୀ କହଁରଙ୍କୁ ଦଳ ପ୍ରାର୍ଥୀ କଲା । ଏହି ପରିପ୍ରେକ୍ଷୀରେ ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର, ପୂର୍ବତନ ଖଜୁରିପଡ଼ା ବ୍ଲକ ଅଧ୍ୟକ୍ଷ ବୀରେନ୍ଦ୍ର କହଁର, ଅନ୍ୟ ସମର୍ଥକଙ୍କ ସହ ସରପଞ୍ଚ ସମିତି ସଭ୍ୟମାନେ ମିଶି ପଦ୍ମନାଭ ବେହେରା ଏବଂ ବିଧାୟିକା ପ୍ରାର୍ଥୀ ଜୟଶ୍ରୀ କହଁର, ପର୍ଯ୍ୟବେକ୍ଷକ ବିଜୟ ନାୟକଙ୍କ କୁଶ ପୁତ୍ତଳିକା ଦାହ କରି ପ୍ରତିବଦା କରିଛନ୍ତି ।

ଏହା ମଧ୍ୟ ପଢନ୍ତୁ-ବିଜେଡିରେ ମିଶିଲେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି-କଂଗ୍ରେସ ନେତା

ତେବେ ଦିନକୁ ଦିନ ଅସନ୍ତୁଷ୍ଟ ନେତା ଓ କର୍ମୀମାନଙ୍କ ବିରୋଧ ଏହି ଫୁଲବାଣୀ ନିର୍ବାଚନ ମଣ୍ଡଳୀରେ ବଢ଼ିବାରେ ଲାଗିଥିବା ବେଳେ ବୀରମହାରାଜପୁର ବିଧାୟକ ଥିବା ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା ବାରମ୍ବାର ଫୁଲବାଣୀ ନିର୍ବାଚନରେ ହସ୍ତକ୍ଷେପ କରୁଛନ୍ତି । ତାହାକୁ କଦାପି ବରଦାସ୍ତ କରାଯିବ ନାହିଁ ବୋଲି କହିବା ସହ ଆଗାମୀ ଦିନରେ ବିଜେଡି ଦଳ ଯଦି ଏହି ବିଧାୟକ ପ୍ରାର୍ଥୀ ଉପରେ ପୁନଃବିଚାର ନକରେ ତାହେଲେ ଆନ୍ଦୋଳନ ଜୋରଦାର କରାଯିବ ବୋଲି ଚେତାବନୀ ଦେଇଛନ୍ତି ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ଓ ଆଶାୟୀ ବିଧାୟକ ପ୍ରାର୍ଥୀ ବୀରେନ୍ଦ୍ର କହଁର ।

ଇଟିଭି ଭାରତ, କନ୍ଧମାଳ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.