ETV Bharat / state

ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଭୁବନେଶ୍ବରରେ ସାଧାରଣ ସଭା ଓ ରୋଡ ସୋ’ - PM MODI ODISHA VISIT

ତିନିଦିନିଆ ଭୁବନେଶ୍ବର ଗସ୍ତରେ ପ୍ରଧାନମନ୍ତ୍ରୀ । ଡିଜିପି ସମ୍ମିଳନୀ ବ୍ୟତୀତ ସାଧାରଣ ସଭା ରୋଡ ସୋ’ ଓ ପାର୍ଟି କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ । ଉତ୍ସାହିତ ପଦ୍ମ କ୍ୟାମ୍ପ ।

ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଭୁବନେଶ୍ବରରେ ସାଧାରଣ ସଭା ଓ ରୋଡ ସୋ’
ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଭୁବନେଶ୍ବରରେ ସାଧାରଣ ସଭା ଓ ରୋଡ ସୋ’ (ETV Bharat Odisha)
author img

By ETV Bharat Odisha Team

Published : Nov 27, 2024, 9:04 AM IST

ଭୁବନେଶ୍ବର: ପୋଲିସ ଡିଜି ସମ୍ମିଳନୀରେ ଯୋଗଦାନ କରିବା ପାଇଁ ତିନିଦିନିଆ ଭୁବନେଶ୍ବର ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୁଖ୍ୟ କାର୍ଯ୍ୟକ୍ରମ ବ୍ୟତୀତ ପ୍ରଧାନମନ୍ତ୍ରୀ ଏକାଧିକ ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିବେ । ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସହ ରୋଡ ସୋ’ ମଧ୍ୟ କରିବେ ପ୍ରଧାନମନ୍ତ୍ରୀ । ଏହା ସହ ପ୍ରଧାନମନ୍ତ୍ରୀ ପାର୍ଟି ଅଫିସରେ ଦଳୀୟ ସାଂସଦ-ବିଧାୟକ ଓ ସାଙ୍ଗଠନିକ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଦିନ ଅର୍ଥାତ 29 ତାରିଖରେ ଦଳର ଅନ୍ୟତମ ତୁଙ୍ଗ ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଓଡିଶା ଗସ୍ତରେ ଆସୁଛନ୍ତି ବୋଲି ସୂଚନା ଦେଇଛନ୍ତି ଦଳର ରାଜ୍ୟ ସଭାପତି ମନମୋହନ ସାମଲ ।

  • ବିଜେପି ପାର୍ଟି ଅଫିସରେ ବସିଲା ପ୍ରସ୍ତୁତି ସମୀକ୍ଷା ବୈଠକ

ଗତକାଲି (ମଙ୍ଗଳବାର) ସଂଧ୍ୟାରେ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡିଶା ଗସ୍ତ ନେଇ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ପୋଲିସ, ଅଗ୍ନିଶମ, ଟେଲିକମ ଓ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ରାଜ୍ୟ କାର୍ଯ୍ୟାଳୟରେ ଉପସ୍ଥିତ ଥିଲେ । ରାଜ୍ୟ ବିଜେପି ସଭାପତିଙ୍କ ସମେତ ବରିଷ୍ଠ ପଦାଧିକାରୀ ମନ୍ତ୍ରୀ ଓ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ । ଏହା ସହିତ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଓ ପରିବହନ ମନ୍ତ୍ରୀ ବିଭୁତି ଜେନାଙ୍କ ସମେତ ଅନ୍ୟ ବରିଷ୍ଠ ନେତାମାନେ ମଧ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମ ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମ୍ପର୍କରେ ଆଲୋଚନା କରିଥିଲେ ।

ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଭୁବନେଶ୍ବରରେ ସାଧାରଣ ସଭା ଓ ରୋଡ ସୋ’ (ETV Bharat Odisha)
  • ସାଧାରଣ ସଭା ରୋଡ ସୋ’ ଓ ପାର୍ଟି କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ ମୋଦି

ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସୂଚନା ଅନୁସାରେ, ୨୯ ତାରିଖ ମଧ୍ୟାହ୍ନରେ ପହଞ୍ଚିବେ ଗୃହମନ୍ତ୍ରୀ ଅମିତ ଶାହ । ଅପରାହ୍ନ ୪.୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ବରରେ ପହଞ୍ଚିବେ । ବିମାନ ବନ୍ଦରରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯିବ । ପରେ ସେ ବିମାନବନ୍ଦର ନିକଟରେ ଏକ ସାଧାରଣ ସଭାରେ ଅଂଶଗ୍ରହଣ କରିବା ପରେ ଏକ ବିଶାଳ ରୋଡ ସୋ’ରେ ରାଜଭବନରେ ପହଞ୍ଚିବେ । ସେଠାରୁ ପ୍ରଧାନମନ୍ତ୍ରୀ ରାଜ୍ୟ ପାର୍ଟି ମୁଖ୍ୟାଳୟ ଆସିବେ । ବିଧାୟକ-ସାଂସଦ ଏବଂ ଦଳୀୟ ପଦାଧିକାରୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି । ୨ଘଣ୍ଟା ଦଳୀୟ କାର୍ଯ୍ୟାଳୟରେ ରହିବା ସହ ସମସ୍ତଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବା ପରେ ରାଜଭବନ ଫେରିଯାଇ ରାତ୍ରିଯାପନ କରିବେ ।

ଏହା ମଧ୍ୟ ପଢନ୍ତୁ :- ନୌସେନା ଦିବସ: ଆସୁଛନ୍ତି ରାଷ୍ଟ୍ରପତି, ସଜେଇ ହେଲାଣି ପୁରୀ

3 ତାରିଖରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି; ବାତ୍ୟା ‘ଦାନ’ କାରଣରୁ ସ୍ଥଗିତ ରହିଥିଲା ଗସ୍ତ

ପୁରୀ ସମୁଦ୍ରରେ ଯୁଦ୍ଧଜାହାଜ: ଏଥର ଜଗନ୍ନାଥ ଧାମରେ ଶକ୍ତି ପ୍ରଦର୍ଶନ କରିବ ନୌସେନା - Navy Day preparation 2024

  • ଡିଜିପି ସମ୍ମିଳନୀ ଉଦଯାପନୀ ଦିବସକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ:-

ପରଦିନ ଅର୍ଥାତ 30 ତାରିଖରେ ଡିଜି ସମ୍ମିଳନୀରେ ଦ୍ବିତୀୟ ଦିବସରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ । ଡିସେମ୍ବର ପହିଲାରେ ଡିଜି ସମ୍ମିଳନୀର ଅନ୍ତିମ ତଥା ଉଦଯାପନୀ ଦିବସରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ ସହ ସମ୍ମିଳନୀ ଶେଷ ହେବ । ପ୍ରଧାନମନ୍ତ୍ରୀ ଡିସେମ୍ବର 1 ତାରିଖ ଅପରରାହ୍ନରେ ଦିଲ୍ଲୀ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଜାରି ରହିଥିବା ବେଳେ ଭାରତୀୟ ଜନତା ପାର୍ଟି କ୍ୟାମ୍ପରେ ମଧ୍ୟ ବେଶ ଉତ୍ସାହ ଦେଖିବାକୁ ମିଳିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.