ETV Bharat / state

ଓଡ଼ିଶାରେ ଲାଗୁ ହେଲା ପିଏମ୍ ଶ୍ରୀ ସ୍କୁଲ; ପ୍ରତି ବ୍ଲକ ଓ ପୌରାଞ୍ଚଳର ଦୁଇଟି ସ୍କୁଲ ସମେତ ୮୦୦ଟି ସ୍କୁଲ ହେବ ବିକଶିତ, ଜାଣନ୍ତୁ କଣ ମିଳିବ ସୁବିଧା - PM Shri Yojana

author img

By ETV Bharat Odisha Team

Published : Jul 10, 2024, 8:53 AM IST

PM Shri Yojana in Odisha: ଓଡ଼ିଶାରେ ଲାଗୁ ହେଲା ପିଏମ୍ ଶ୍ରୀ ସ୍କୁଲ ଯୋଜନା । ରାଜ୍ୟର ୮୦୦ଟି ସ୍କୁଲ ଏହି ଯୋଜନାରେ ବିକଶିତ ହେବ । ପ୍ରତ୍ୟେକ ବ୍ଲକ ଏବଂ ପୌରାଞ୍ଚଳରେ ଦୁଇଟି ଲେଖାଏଁ ସ୍କୁଲକୁ ପିଏମ୍ ଶ୍ରୀସ୍କୁଲରେ ପରିଣତ । ପଢନ୍ତୁ ପୁରା ଖବର

ଓଡ଼ିଶାରେ ଲାଗୁ ହେଲା ପିଏମ୍ ଶ୍ରୀ ସ୍କୁଲ, ୮୦୦ଟି ସ୍କୁଲ ହେବ ବିକଶିତ
ଓଡ଼ିଶାରେ ଲାଗୁ ହେଲା ପିଏମ୍ ଶ୍ରୀ ସ୍କୁଲ, ୮୦୦ଟି ସ୍କୁଲ ହେବ ବିକଶିତ (ETV Bharat Odisha)

ଭୁବନେଶ୍ୱର: ଓଡ଼ିଶାରେ ଲାଗୁ ହେଲା ପିଏମ୍ ଶ୍ରୀ ଯୋଜନା (ପ୍ରଧାନମନ୍ତ୍ରୀ ସ୍କୁଲ ଫର୍ ରାଇଜିଂ ଇଣ୍ଡିଆ) । ଏନେଇ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଓ ନବୋଦୟ ବିଦ୍ୟାଳୟ ସମିତି ଅଧୀନରେ ଥିବା ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଏବଂ ଗୁଣବତ୍ତା ବୃଦ୍ଧି କରିବା ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ । ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଏବଂ ଓଡ଼ିଶାର ଶିକ୍ଷା ସଚିବଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ କରାଯାଇଛି ।

ପିଏମ୍ ଶ୍ରୀ ସ୍କୁଲର ମୂଳ ଉଦ୍ଦେଶ୍ୟ:

ପିଏମ୍ ଶ୍ରୀ ସ୍କୁଲଗୁଡିକ ଜାତୀୟ ଶିକ୍ଷା ନୀତିର ପୂର୍ଣ୍ଣ ଭାବନାକୁ ନେଇ କାର୍ଯ୍ୟ କରିବ । ପିଲାମାନଙ୍କ ଦକ୍ଷତା ବୃଦ୍ଧି କରିବ । ସେମାନଙ୍କ ମଧ୍ୟରେ ବୈଜ୍ଞାନିକ ମନୋଭାବକୁ ବଢାଇବା ଏବଂ କଳା, ସାହିତ୍ୟ ବିଜ୍ଞାନରେ ସୃଜନଶୀଳତା ବୃଦ୍ଧି କରିବା ସହ ସବୁ ଦୃଷ୍ଟିରୁ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦକ୍ଷତା ବଢାଇବା ଦିଗରେ ପିଏମ ଶ୍ରୀ ଯୋଜନା ସହାୟକ ହେବ । ଏହା ଜାତୀୟ ଶିକ୍ଷାନୀତିର ପରାମର୍ଶ ଅନୁସାରେ ହୋଇଥିବା ପାଠ୍ୟକ୍ରମ ଓ ପାଠପଢାର ପଦ୍ଧତି, ଶିକ୍ଷକମାନଙ୍କର ପରିବର୍ଦ୍ଧିତ ଦକ୍ଷତାକୁ ଗୋଟିଏ ସ୍କୁଲରେ ପରିପ୍ରକାଶ କରିବ ।

କେଉଁଠି ରହିଛି ପିଏମ୍ ଶ୍ରୀ ସ୍କୁଲ୍:

ବର୍ତ୍ତମାନ ସୁଦ୍ଧା ୩୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହିତ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ (କେଭିଏସ୍) ଏବଂ ନବୋଦୟ ବିଦ୍ୟାଳୟ ସମିତି (ଏନଭିଏସ) ମୋଦି ସରକାରଙ୍କ ଯୋଜନା ପିଏମ୍ ଶ୍ରୀ ସ୍କୁଲ ଅଧୀନରେ ସେମାନଙ୍କ ବିଦ୍ୟାଳୟଗୁଡ଼ିକର ଉନ୍ନତିକରଣ ପାଇଁ ଶିକ୍ଷା ମନ୍ତ୍ରଣାଳୟ ସହ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି । ମଙ୍ଗଳବାରଠାରୁ ଏହି ପିଏମ୍ ଶ୍ରୀ ସ୍କୁଲରେ ସାମିଲ ହୋଇଛି ଓଡ଼ିଶା ।

ଓଡ଼ିଶା ପାଇଁ ପିଏମ୍ ଶ୍ରୀ ସ୍କୁଲର ଯୋଜନା:

ଏହି ଯୋଜନାରେ ଓଡ଼ିଶାର ପ୍ରତ୍ୟେକ ବ୍ଲକ ଏବଂ ପୌରାଞ୍ଚଳରେ ଦୁଇଟି ଲେଖାଏଁ ସ୍କୁଲକୁ ପିଏମ୍ ଶ୍ରୀ ସ୍କୁଲରେ ବିକଶିତ କରାଯିବ । ଓଡ଼ିଶାରେ ପ୍ରାୟ ୮୦୦ଟି ସ୍କୁଲ ପିଏମ ଶ୍ରୀ ସ୍କୁଲରେ ବିକଶିତ ହେବାର ଯୋଜନା ରହିଛି । ଏହି ସ୍କୁଲଗୁଡିକରେ ଉତ୍ସାହଭରା ପରିବେଶରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ, ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ପ୍ରଦାନ କରାଯିବ । ପିଏମ୍ ଶ୍ରୀ ସ୍କୁଲଗୁଡିକ କେବଳ ଜ୍ଞାନର ବିକାଶ ଉପରେ ଗୁରୁତ୍ୱ ଦେବ ନାହିଁ ବରଂ ଦକ୍ଷତା ସୃଷ୍ଟି କରିବା ଦିଗରେ ମଧ୍ୟ ସହାୟକ ହେବ । ଏଥିରେ ଛାତ୍ରଛାତ୍ରୀଙ୍କ ଯତ୍ନ ନିଆଯିବା ସହ ସେମାନଙ୍କ ପାଠପଢା ପାଇଁ ଉତ୍ତମ ଭିତ୍ତିଭୂମି ଏବଂ ଉପଯୁକ୍ତ ସମ୍ବଳ ସହିତ ଅନେକ ଅଭିଜ୍ଞତା ଆଧାରିତ ଶିକ୍ଷା ପ୍ରଦାନ କରାଯିବ ।

ଜାତୀୟ ଶିକ୍ଷାନୀତିର କଳ୍ପନାକୁ କାର୍ଯ୍ୟକାରୀ କରିବ ପିଏମ ଶ୍ରୀ ସ୍କୁଲ:

ଜାତୀୟ ଶିକ୍ଷା ନୀତିର କଳ୍ପନାକୁ କାର୍ଯ୍ୟକାରୀ କରିବାରେ ପିଏମ ଶ୍ରୀ ସ୍କୁଲ ଗୁରୁତ୍ବପୂର୍ଣ୍ଣ ଭୂମିକା ବହନ କରିବ । ଯାହା ଭାରତକୁ ଜ୍ଞାନଭିତ୍ତିକ ସମାଜରେ ପରିଣତ କରିବ । ଏହି ସ୍କୁଲ ଅତ୍ୟାଧୁନିକ ଓ ସାମଗ୍ରିକ ପଦ୍ଧତିରେ ଶିକ୍ଷାଦାନ ପ୍ରଦାନ କରିବ । ନବସୃଜନ ଆଧାରିତ, ନୂତନ ପ୍ରଯୁକ୍ତିବିଦ୍ୟା, ସ୍ମାର୍ଟ କ୍ଲାସ ରୁମ ଏବଂ କ୍ରୀଡ଼ା ସହ ଅନ୍ୟାନ୍ୟ ଦିଗକୁ ଗୁରୁତ୍ୱ ଦିଆଯିବ । ଜାତୀୟ ଶିକ୍ଷା ନୀତିର ପ୍ରୟୋଗଶାଳା ଭାବରେ ଏହି ସ୍କୁଲ ନିଜର ଅଭିଜ୍ଞତା, ସାମଗ୍ରିକ, ଆଲୋଚନାତ୍ମକ ପଦ୍ଧତି ଏବଂ ଶିକ୍ଷଣ କେନ୍ଦ୍ରିତ ପଦ୍ଧତି ମାଧ୍ୟମରେ ଏକବିଂଶ ଶତାବ୍ଦୀର କୌଶଳ, ମାନବବାଦୀ ଦୃଷ୍ଟିକୋଣ, ବ୍ୟକ୍ତିତ୍ୱ ଗଠନ କରିବାରେ ସହାୟକ ହେବ ।

ପିଏମ ଶ୍ରୀ ସ୍କୁଲରେ କଣ କଣ ରହିବ ବ୍ୟବସ୍ଥା:

ଦେଶବ୍ୟାପୀ ସ୍କୁଲଗୁଡ଼ିକୁ ଗୁଣାତ୍ମକ ଭାବେ ମଜଭୁତ କରିବା ପାଇଁ କରାଯାଇଥିବା ପ୍ରତିଶ୍ରୁତିକୁ ପୂରଣ କରିବ ପିଏମ ଶ୍ରୀ ସ୍କୁଲ । ଏହି ପଦକ୍ଷେପ ଓଡ଼ିଶା ଦେଶର ଲକ୍ଷାଧିକ ଛାତ୍ରଛାତ୍ରୀଙ୍କୁ ଉପକୃତ କରିବ । ସ୍କୁଲରେ ଶିକ୍ଷାଦାନ ଓ ଶିକ୍ଷାଗ୍ରହଣ ଟେକ୍ନୋଲୋଜି ଆଧାରିତ ହେବ । ଆଇସିଟି, ଡ଼ିଜିଟାଲ ଲ୍ୟାବ, ଡିଜିଟାଲ ଲାଇବ୍ରେରୀ, ଡିଜିଟାଲ ଲର୍ଣ୍ଣିଂ ଟୁଲ୍ସ ବ୍ୟବସ୍ଥା ରହିବ । ବାଲବାଟିକାରେ ପ୍ରାରମ୍ଭିକ ଶିଶୁଯତ୍ନ ଏବଂ ଶିକ୍ଷା ରହିବ । ମାତୃଭାଷାକୁ ପ୍ରାଧାନ୍ୟ ଦେବା ସହ ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭାଷା ଦୂରତାକୁ ହ୍ରାସ କରିବ । ସମଗ୍ର ଭାରତବର୍ଷରେ ବିକଶିତ ଓ ନବୀକରଣ ହେବାକୁ ଥିବା ପିଏମ ଶ୍ରୀ ସ୍କୁଲ ଦେଶର ସର୍ବଶ୍ରେଷ୍ଠ ବିଦ୍ୟାଳୟ ଭାବରେ ବିବେଚିତ ହେବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.