ETV Bharat / state

ଆସୁଛି 'ଦାନା'; ୧୦୦ରୁ ୧୨୦ କିମି ବେଗରେ ବହିବ ପବନ, ବର୍ଷା ପାଇଁ 4 ଜିଲ୍ଲାକୁ ରେଡ୍ ଆଲର୍ଟ

୨୩ ତାରିଖରେ ହେବ ବାତ୍ୟା । ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ନେଇ ସ୍ପଷ୍ଟ କରିଛି ପାଣିପାଗ ବିଭାଗ ।

author img

By ETV Bharat Odisha Team

Published : 7 hours ago

Odisha Weather Forecast Cyclone Dana Latest Update
Odisha Weather Forecast Cyclone Dana Latest Update (ETV Bharat Odisha)

ଭୁବନେଶ୍ବର: ମାଡ଼ି ଆସୁଛି ବାତ୍ୟା 'ଦାନା' । ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ନେଇ ସ୍ପଷ୍ଟ କଲା ପାଣିପାଗ ବିଭାଗ । ଗତକାଲି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ରୂପ ନେବ । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଲଘୁଚାପର ରୂପ ନେବ । ପରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ୨୨ ତାରିଖ ସକାଳ ସୁଦ୍ଧା ଅବପାତ ରୂପ ନେବ ଲଘୁଚାପ । ପରେ ୨୩ ସକାଳ ସୁଦ୍ଧା ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ଲଘୁଚାପ । ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ୨୪ ତାରିଖ ସକାଳ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ନିକଟସ୍ଥ ସମୁଦ୍ର ମଧ୍ୟରେ ଓଡିଶା-ପଶ୍ଚିମବଙ୍ଗ ନିକଟରେ ପହଞ୍ଚିବ ବା ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Cyclone Dana (ETV Bharat Odisha)

ଏସବୁ ଜିଲ୍ଲାରେ ବାତ୍ୟାର ପଡ଼ିବ ଭୟଙ୍କର ପ୍ରଭାବ!:

ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ବଢିବ ବର୍ଷା । ୩ ଦିନ ଅର୍ଥାତ ୨୩ରୁ ୨୫ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୨୪ ଓ ୨୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ । ୨୪ ତାରିଖରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ବିଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ସହ ବିଜୁଳି ଘଡ଼ଘଡ଼ି ମଧ୍ୟ ରହିବ । ଯାହାକୁ ନେଇ ସତର୍କ କରିଛି ପାଣିପାଗ ବିଭାଗ।

Cyclone Dana (ETV Bharat Odisha)

ପବନ ସାଙ୍ଗକୁ ଭୀଷଣ ବର୍ଷା :

ସେହିପରି ୨୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଭୀଷଣ ବର୍ଷାର ସମ୍ଭାବନା ରହିବ । ବିଶେଷ କରି ଭୀଷଣ ବର୍ଷା ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରେ ହେବାକୁ ଥିବାବେଳେ ଏସବୁ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ସେହିପରି କେନ୍ଦ୍ରାପଡା, କଟକ, ନୟାଗଡ଼, କନ୍ଧମାଳ ଓ ଗଜପତିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହାସହ ପ୍ରବଳ ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୬ରେ ପ୍ରବଳ ବର୍ଷା ସହ ୨୭ରେ ବି କାଁଭାଁ ସ୍ଥାନରେ ପ୍ରବଳ ବର୍ଷା ରହିବ । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୨୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ଥିବା ବେଳେ ପରେ ବର୍ଷାର ପରିମାଣ କମିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Cyclone Dana Latest Update (X)
Cyclone Dana
Cyclone Dana (@mcbbsr)

ଏହା ମଧ୍ୟ ପଢ଼ନ୍ତୁ...ବଡ଼ ଅପଡେଟ ଦେଲା IMD: ୨୩ରେ ବାତ୍ୟା, ୨୪ରେ ଲ୍ୟାଣ୍ଡଫଲ୍‌ ! କେଉଁଠି ଛୁଇଁବ ଉପକୂଳ ?

ଏହା ମଧ୍ୟ ପଢ଼ନ୍ତୁ...କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ; ୨୧ରେ ଲଘୁଚାପ, ୨୩ରୁ ୩ ଦିନ ପ୍ରବଳ ବର୍ଷା

ଏହା ମଧ୍ୟ ପଢ଼ନ୍ତୁ...ଓଡ଼ିଶାରେ ଘନଉଛି ବାତ୍ୟା ଆଶଙ୍କା, ୨୨ରେ ଲଘୁଚାପ, ୨୩ରୁ ଲଗାତର ୩ ଦିନ ବର୍ଷା

୧୦୦ରୁ ୧୨୦ କି.ମି ବେଗରେ ବହିବ ପବନ:

ଅକ୍ଟୋବର ମାସ ବାତ୍ୟାକୁ ସୁହାଇଥାଏ । କିନ୍ତୁ ଏଯାଏଁ ବାତ୍ୟାର ପ୍ରଭାବ କେତେ ରହିବ ତାହା ସ୍ପଷ୍ଟ ହୋଇନଥିବା ବେଳେ ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟହେବ ଓ ଏହାର ଦିଗ ବା ଗତିପଥ ସ୍ପଷ୍ଟ ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ କହିଛି । ଲଘୁଚାପ ସମୟରେ ୪୫ରୁ ୫୦ ବା ସର୍ଵୋଚ୍ଚ ୬୫ ମିମି ବର୍ଷା ରହିବା ସହ ସ୍ଥଳଭାଗ ଛୁଇଁବା ପରେ ୧୦୦ରୁ ୧୨୦ କିମି ପବନ ବହିବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ ତେଣୁ ଆଜି ସୁଦ୍ଧା ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟରୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି । ଆଜିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

Odisha Weather Forecast Cyclone Dana Latest Update
Odisha Weather Forecast Cyclone Dana Latest Update (@usd0705)

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.