ETV Bharat / state

‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ’ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ - PRAVASI BHARATIYA DIVAS

ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି ହେବେ ମୁଖ୍ୟ ଅତିଥି ।

ପ୍ରବାସୀ ଭାରତୀୟ ଦିବସର ପ୍ରସ୍ତୁତି ଚୂଡାନ୍ତ
ପ୍ରବାସୀ ଭାରତୀୟ ଦିବସର ପ୍ରସ୍ତୁତି ଚୂଡାନ୍ତ (ETV Bharat Odisha)
author img

By ETV Bharat Odisha Team

Published : Jan 1, 2025, 11:43 AM IST

ଭୁବନେଶ୍ବର: ପ୍ରବାସୀ ଭାରତୀୟ ଦିବସର ଚୂଡାନ୍ତ ପର୍ଯ୍ୟାୟ ପ୍ରସ୍ତୁତି । ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରାୟ ୭ ହଜାର ପ୍ରବାସୀ ଆସିବେ । ବର୍ତ୍ତମାନ ସୁଦ୍ଧା ୨ ହଜାର ୭୪୮ ଜଣ ଅତିଥିଙ୍କ ପଞ୍ଜିକରଣ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ’ର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

୨,୭୪୮ ଅତିଥିଙ୍କ ପଞ୍ଜିକରଣ:

ଅଷ୍ଟଦଶ ପ୍ରବାସୀ ଭାରତୀୟ ଦିବସ ଭୁବନେଶ୍ୱରରେ ଚଳିତ ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଯାଉଛି । ସ୍ଥାନୀୟ ଜନତା ମଇଦାନଠାରେ ମହାସମାରୋହରେ ଏହା ପାଳନ ହେବାକୁ ଯାଉଛି । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏହାର ସମ୍ପୂର୍ଣ୍ଣ ପ୍ରସ୍ତୁତିର ସମୀକ୍ଷା କରିଥିଲେ । ଭାରତୀୟ ସଂସ୍କୃତି ସାରା ବିଶ୍ୱରେ ନିଜର ସମୃଦ୍ଧ ଐତିହ୍ୟ ଓ ପରମ୍ପରା ପାଇଁ ପ୍ରସିଦ୍ଧ । ଓଡିଶାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ପ୍ରବାସୀ ଭାରତୀୟ ଦିବସ ଏକ ପ୍ରକୃଷ୍ଟ ଅବସର । ଏହି ସମାରୋହରେ ଦେଶ ବିଦେଶରୁ ପ୍ରାୟ ୭ ହଜାର ଅତିଥି ଯୋଗଦେବେ । ୨ ହଜାର ୭୪୮ ଜଣ ଅତିଥି ଅଂଶ ଗ୍ରହଣ ନିମନ୍ତେ ପଞ୍ଜିକରଣ କରିସାରିଲେଣି । ମୁଖ୍ୟ ଅତିଥି ଭାବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି କ୍ରିଷ୍ଟାଇନ୍ କାର୍ଲ କାଙ୍ଗାଲୁ ( Ms Christine Carla Kangaloo) ଯୋଗଦେବେ । ଏହି ଅବସରରେ ସେ ଚନ୍ଦକା ସ୍ଥିତ ଗୋଡିବାରୀ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିବେ । ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି ଆସିବେ, ଚନ୍ଦକା ସ୍ଥିତ ଗୋଡିବାରୀ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିବେ।

ପ୍ରବାସୀ ଭାରତୀୟ ଦିବସର ପ୍ରସ୍ତୁତି ଚୂଡାନ୍ତ
ପ୍ରବାସୀ ଭାରତୀୟ ଦିବସର ପ୍ରସ୍ତୁତି ଚୂଡାନ୍ତ (ETV Bharat Odisha)
ଉପସ୍ଥିତ ରହିବେ ଶୀର୍ଷ ନେତୃତ୍ବ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବୈଦେଶିକ ମନ୍ତ୍ରୀ ଏସ ଜୟ ଶଙ୍କର, ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ପ୍ରମୁଖ ଏହି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ’ର ଉଦଘାଟନ କରିବେ । ଏହାକୁ ଦୃଷ୍ଟିରେ ରଖି ଅଧିକ ସଂଖ୍ୟକ ହାଇ ସିକ୍ୟୁରିଟି ଫୋର୍ସ, ୨୫୦ ଟ୍ରାଫିକ ନିୟନ୍ତ୍ରଣକାରୀ ଏବଂ ୧୪୦ ଲିଆଜିନ ଅଫିସରଙ୍କୁ ନିୟୋଜିତ କରାଯାଇଛି । ବିଦେଶରୁ ଆସୁଥିବା ଅତିଥିମାନଙ୍କୁ ଏକ ସୁନ୍ଦର ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଅଭିଜ୍ଞତା ପ୍ରଦାନ ପାଇଁ ଟ୍ୱିନସିଟି ଭୁବନେଶ୍ୱର ଓ କଟକକୁ ସମ୍ପୂର୍ଣ୍ଣ ରୂପେ ସ୍ୱଚ୍ଛ ଓ ନିର୍ମଳ କରାଯାଇଛି । ସହରର ରାସ୍ତାଘାଟ, ଅଫିସ, ବିଲଡିଂ, ବିଡିଏ ପାର୍କ ଓ ବରପୁତ୍ରଙ୍କ ପ୍ରତିମୂର୍ତ୍ତିଗୁଡିକୁ ପରିଷ୍କାର ପରିଛନ୍ନ କରାଯାଇ ସୁସଜ୍ଜିତ ଆଲୋକମାଳାରେ ସଜାଇ ଦିଆଯାଉଛି । ପ୍ରବାସୀ ଭାରତୀୟ ଦିବସ ମହାସମାରୋହରେ ଆୟୋଜନ ବେଳେ ସହରର ବିଭିନ୍ନ ସ୍ଥାନରେ ପଥ ଉତ୍ସବ, ଏକାମ୍ର ଉତ୍ସବ, ଆଦିବାସୀ ମେଳା ଦ୍ୱାରା ରାଜଧାନୀକୁ ଉତ୍ସବମୁଖର କରାଯିବ । ଓଡ଼ିଶାର ସମୃଦ୍ଧ କଳା ଓ ଐତିହ୍ୟ ପ୍ରଦର୍ଶନ:

ଭୁବନେଶ୍ୱର ସହିତ ଏହାର ଆଖପାଖ ଅଞ୍ଚଳର ପରିମଳ ବ୍ୟବସ୍ଥା ଓ ସୌନ୍ଦର୍ଯ୍ୟକରଣ ଉପରେ ସ୍ୱତନ୍ତ୍ର ଧ୍ୟାନଦେବା ପାଇଁ ମୁଖ୍ୟମନ୍ତ୍ରୀ ବିଏମସି ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ସହରର ସ୍ୱଚ୍ଛତା, ଶୃଙ୍ଖଳା ଓ ସରକାରଙ୍କ ଦ୍ୱାରା ପ୍ରଦତ୍ତ ନିୟମାବଳୀର ଅନୁପାଳନ କରି ସମାରୋହର ସଫଳ ରୂପାୟନରେ ଭାଗିଦାରୀ ହେବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ସାହିତ୍ୟ, ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏହି ସମାରୋହରେ ଓଡିଶାର ସମୃଦ୍ଧ କଳା ଓ ଐତିହ୍ୟର ପ୍ରଦର୍ଶନ ରାଜାରାଣୀ ସଙ୍ଗୀତ ଉତ୍ସବ, ଓଡିଶୀ ନୃତ୍ୟ, ମୁକ୍ତେଶ୍ୱର ଡ୍ୟାନ୍ସ ଫେଷ୍ଟିଭାଲ, ଦେଶଜ ନୃତ୍ୟ ଇତ୍ୟାଦି ମାଧ୍ୟମରେ ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରାଯିବ । ଏହାର ଦୂରଦର୍ଶନରେ ସିଧାପ୍ରସାରଣ ମଧ୍ୟ କରାଯିବ । ଭୁବନେଶ୍ୱର, କଟକ, ପୁରୀ, କୋଣାର୍କ ଆଦି ବିଭିନ୍ନ ସହରର ପ୍ରାୟ ୩୧ ଟି ପର୍ଯ୍ୟଟନସ୍ଥଳୀକୁ ଅତିଥିମାନଙ୍କୁ ନେବା ପାଇଁ ବ୍ୟବସ୍ଥା କରାଯାଉଛି । ଓଡିଶାର ଏକ ପ୍ୟାଭିଲିୟନ ଜନତା ମଇଦାନରେ ରହିବ, ଯେଉଁଥିରେ ଶ୍ରୀ ଜଗନ୍ନାଥ ସଂସ୍କୃତି, କଳିଙ୍ଗ ଯୁଦ୍ଧ, ସମ୍ରାଟ ଅଶୋକଙ୍କ ଚଣ୍ଡାଶୋକରୁ ଧର୍ମାଶୋକରେ ରୂପାନ୍ତରଣ, ଐତିହ୍ୟ ବାଲିଯାତ୍ରା ଓ ଅନ୍ୟାନ୍ୟ କୀର୍ତ୍ତିରାଜୀ ଗୁଡିକର ପ୍ରଦର୍ଶନ କରାଯିବ । ଏହାସହ ଏକ ଡିଜିଟାଲ ପ୍ରଦର୍ଶନୀର ମଧ୍ୟ ଆୟୋଜନ କରାଯାଇଛି । ଅତିଥିମାନଙ୍କ ଭ୍ରମଣ ତଥା ଯାତାୟତ ନିମନ୍ତେ ୧୦ଟି ଉନ୍ନତମାନର ବସ ଏବଂ ୫ଟି ଡବଲ ଡେକର ବସର ବ୍ୟବସ୍ଥା କରାଯାଇଛି । ୨୦୦ରୁ ଅଧିକ ପ୍ରବାସୀ ସାମ୍ବାଦିକ, ୭ଟି ଦେଶରୁ ୟୁଟ୍ୟବର ଓ ବ୍ଲଗର ଏଥିରେ ଅଂଶ ଗ୍ରହଣ କରୁଛନ୍ତି ।

ଏହା ବି ପଢନ୍ତୁ...ପ୍ରବାସୀ ଭାରତୀୟ ଦିବସ: ସାମିଲ ହେବେ ୧୪୦ ଦେଶର ପ୍ରତିନିଧି, ଗଡିବ ୫ ଡବଲ ଡେକର ବସ

ଏହା ବି ପଢନ୍ତୁ...ପ୍ରବାସୀ ଭାରତୀୟ ଦିବସ: ସ୍ବଚ୍ଛ, ସୁନ୍ଦର ଓ ଆକର୍ଷଣୀୟ ହେବ ରାଜଧାନୀ, ଆୟୋଜନ ହେବ ୧୦ ଉତ୍ସବ

ପ୍ରସ୍ତୁତି ବୈଠକ:
ସହରର ସ୍ୱଚ୍ଛତା, ଶୃଙ୍ଖଳତା ସହ ସମାରୋହର ସଫଳ ରୂପାୟନରେ ଭାଗିଦାରୀ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ଏହି ଉତ୍ସବର ପ୍ରଚାର ଓ ପ୍ରସାରଣ ପାଇଁ ସୋସିଆଲ ମିଡିଆ, ଟିଭି ଓ ବିଜ୍ଞାପନ ଇତ୍ୟାଦି ମାଧ୍ୟମରେ ଜନସାଧାରଣଙ୍କୁ ୩ଟି ଭାଷା ଯଥା-ଓଡିଆ, ହିନ୍ଦୀ, ଇଂରାଜୀରେ ଅବଗତ କରାଯାଉଛି । ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା, ଆଇନ, ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.