ETV Bharat / state

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟକୁ ଆସୁଛନ୍ତି ରାଷ୍ଟ୍ରପତି, ୨୫ତମ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ

author img

By ETV Bharat Odisha Team

Published : Feb 18, 2024, 9:42 PM IST

President Droupadi Murmu Berhampur University Visit: ମାର୍ଚ୍ଚ ୧ ତାରିଖରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରକୁ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଅଧିକ ପଢନ୍ତୁ

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟକୁ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି

ବ୍ରହ୍ମପୁର: ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ଏ ନେଇ ରାଷ୍ଟ୍ରପତି ଭବନରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟକୁ ଚିଠି ଆସିବା ପରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ନେଇ ଏକପ୍ରକାର ସ୍ପଷ୍ଟ ସୂଚନା ମିଳିଛି । ମାର୍ଚ୍ଚ ୧ ତାରିଖ ଦିନ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବାରୁ ଯାଉଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଯୋଗ ଦେବାକୁ ଯାଉଛନ୍ତି ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଏହାସହ ସମ୍ମାନିତ ଅତିଥି ଭାବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଓଡିଶାର ମହାମହିମ ରାଜ୍ୟପାଳ ରଘୁବର ଦାସଙ୍କ ସମେତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏଥିପାଇଁ ଚଳ ଚଞ୍ଚଳ ହୋଇଉଠିଛି ଭଞ୍ଜ ବିହାର ପରିସର । ଏନେଇ ସୂଚନା ଦେଇଛନ୍ତି ବିଶ୍ବବିଦ୍ୟାଳୟର କୁଳପତି କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଇତିହାସରେ ପ୍ରଥମ ଥର ପାଇଁ ୧୯୭୨ ମସିହାରେ ତତ୍କାଳୀନ ଦେଶର ଚତୁର୍ଥ ରାଷ୍ଟ୍ରପତି ଭି.ଭି ଗିରି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟକୁ ଆସିଥିବବେଳେ ସେତେବେଳେ ଏହା ପୁରୁତାନ କ୍ୟାମ୍ପସରେ ରହିଥିଲା । ହେଲେ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପାସରେ ଏହା ରାଷ୍ଟ୍ରପତିଙ୍କ ପ୍ରଥମ ଗସ୍ତ ବୋଲି କହିଛନ୍ତି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୂଳପତି ପ୍ରଫେସର ଗୀତାଞ୍ଜଳୀ ଦାଶ ।

ତେବେ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଅବସରରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ୫୦ମିନିଟ୍ ଧରି ଉପସ୍ଥିତ ରହିବେ ମହାମହିମ ରାଷ୍ଟ୍ରପତି । ଏହି ଉତ୍ସବରେ ୪୩ଜଣ ଛାତ୍ରଛାତ୍ରୀଙ୍କୁ ପିଏଚ୍‌ଡି ଡିଗ୍ରୀ ପ୍ରଦାନ କରାଯିବାକୁ ରହିଥିବାବେଳେ ୩ଜଣଙ୍କୁ ଡିଲିଟ୍, ଜଣଙ୍କୁ ଡିଏସ୍‌ସି ପ୍ରଦାନ କରାଯିବା ସହିତ ପ୍ରାୟ ୩୫ଟି ବିଭାଗର ଟପର୍ ବିଦ୍ୟାର୍ଥୀଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରିବେ ରାଷ୍ଟ୍ରପତିନ ଦ୍ରୌପଦୀ ମୁର୍ମୁ । ସେହିପରି ରାଷ୍ଟ୍ରପତିଙ୍କୁ ଦେଖିବା ପାଇଁ ଛାତ୍ରଛାତ୍ରୀଙ୍କ ମଧ୍ୟ ଉତ୍କଣ୍ଠା ଦେଖିବାକୁ ମିଳିଛି ।

ଏହା ମଧ୍ୟ ପଢନ୍ତୁ .....29ରେ ଆସୁଛନ୍ତି ରାଷ୍ଟ୍ରପତି, ଖିଚିଂ କୀଚକେଶ୍ବରୀ ମନ୍ଦିର କରିବେ ପରିଦର୍ଶନ

ଏହା ମଧ୍ୟ ପଢନ୍ତୁ ....ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ ଜାରି ହେଲା ଟେଣ୍ଡର

ସେପଟେ ମହାମହିମଙ୍କ ଆଗମନକୁ ଦୃଷ୍ଟିରେ ରଖି ସଜେଇ ହେଉଛି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ । ଜିଲ୍ଲା ପ୍ରଶାସନ ତରଫରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରାଯିବା ନେଇ ସୂଚନା ମିଳିଛି । ରାଷ୍ଟ୍ରପତିଙ୍କ ଭବନରୁ ସ୍ପଷ୍ଟ ସୂଚନା ମିଳିବା ପରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ ଏ ନେଇ ସୂଚନା ଦେଇଛନ୍ତି ।

ଇଟିଭି ଭାରତ, ବ୍ରହ୍ମପୁର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.