ETV Bharat / state

ସରି ଆସୁଛି ମହାବାହୁଙ୍କ ଜନ୍ମବେଦୀ ଲୀଳାଖେଳା; ଦକ୍ଷିଣମୋଡ଼ ନେଲାଣି ରଥ - Bahuda Yatra Preparation begins

author img

By ETV Bharat Odisha Team

Published : Jul 12, 2024, 10:50 PM IST

Bahuda Yatra Preparation begins: ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ କରି ଭାବବିହ୍ବଳ ହେଉଛନ୍ତି ଭକ୍ତ । ଏପଟେ ବାହୁଡ଼ା ଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜ୍ଞାମାଳ ବିଜେ ପରେ ଦକ୍ଷିଣ ମୋଡ଼ ନେଇଛି ରଥ । ଅଧିକ ପଢ଼ନ୍ତୁ

Bahuda Yatra Preparation begins
Bahuda Yatra Preparation begins (ETV Bharat Odisha)

ପୁରୀ: ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଲୀଳାଖେଳା ସରି ଆସୁଛି । ବାହୁଡା ଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ପ୍ରଥା ଓ ପରମ୍ପରା ଅନୁଯାୟୀ ହେରାପଞ୍ଚମୀ ପରଦିନ ଅର୍ଥାତ ଆଜି ତିନି ରଥକୁ ଦକ୍ଷିଣମୋଡ଼ କରାଯାଇଛି । ଆସନ୍ତା ୧୫ ତାରିଖରେ ବାହୁଡା ଯାତ୍ରା । ଏଥିପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ପୁଣି ଶ୍ରୀମନ୍ଦିରକୁ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ । ଏହା ପୂର୍ବରୁ ରଥ ତ୍ରୟକୁ ଆଜି ଦକ୍ଷିଣମୋଡ଼ କରାଯାଇଛି । ଏହା ବାହୁଡା ଯାତ୍ରାର ଅୟମାରମ୍ଭ ।

ନବଦିନାତ୍ମକ ଘୋଷଯାତ୍ରାରେ ଆସିଥିବା ମହାପ୍ରଭୁଙ୍କର ଗୁଣ୍ଡିଚା ମନ୍ଦିରରେ ଆଜି ସମସ୍ତ ନୀତିକାନ୍ତି ସରି ସକାଳ ଧୂପ ସରିବା ପରେ ଘଣ୍ଟଘଣ୍ଟା, କାହାଳୀ, ଛତ୍ରି ସହ ପଟୁଆରରେ ତିନି ବାଡ଼ରୁ ତିନି ଜଣ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ଧରି ତିନିରଥ ନିକଟକୁ ଆସିବା ପରେ ଆରମ୍ଭ ହୋଇଥିଲା ରଥଟଣା । ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଦକ୍ଷିଣମୋଡ଼ କରାଯାଇଥିଲା । ଏହା ପୂର୍ବରୁ ଭୋଇ ସେବକଙ୍କ ଦ୍ବାରା ରଥର ବ୍ରେକ ଓ ଦଉଡି ସଂଯୋଗ କରାଯାଇଥିଲା । ରାସ୍ତାର ଦୁଇ ପାର୍ଶ୍ଵରେ ଦକ୍ଷିଣମୋଡ଼ ପାଇଁ ଅସ୍ଥାୟୀ ବାଲି ବସ୍ତା ବିଛାଯାଇଥିଲା । ବିଜେ କାହାଳୀ ବାଜିବା ପରେ ଆରକ୍ଷୀ ବାହିନୀଙ୍କ ଦ୍ବାରା ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଦକ୍ଷିଣମୋଡ଼ ହୋଇଥିଲା । ମା' ଭଗବତୀଙ୍କ ଦର୍ପଦଳନ ରଥ ଦକ୍ଷିଣମୋଡ଼ ନେବା ପରେ ତାଳଧ୍ଵଜ ଓ ନନ୍ଦିଘୋଷ ରଥକୁ ଦକ୍ଷିଣ ମୋଡ଼ କରାଯାଇଥାଏ । ଆରକ୍ଷୀ ବାହିନୀ ମହାପ୍ରଭୁଙ୍କ ତିନିରଥକୁ ଦକ୍ଷିଣମୋଡ କରିବାରେ ସାମିଲ ହୋଇଛନ୍ତି । ଏହା ବାହୁଡା ଯାତ୍ରାର ଅୟମାରମ୍ଭ ।

ସେପଟେ ବାହୁଡା ଯାତ୍ରା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆସନ୍ତା ୧୪ ତାରିଖରେ ଆଡ଼ପ ମଣ୍ଡପରେ ସନ୍ଧ୍ୟା ଦର୍ଶନ ଅବସରରେ ଭକ୍ତ ଶ୍ରଦ୍ଧାଳୁ କେତେ ସମୟ ଯାଏଁ ଦର୍ଶନ କରିପାରିବେ, ସେନେଇ ସେବାୟତଙ୍କ ସହ ଆଲୋଚନା ହୋଇଛି । ୧୫ ତାରିଖରେ ବାହୁଡ଼ା ଯାତ୍ରା ଥିବାରୁ ସମସ୍ତ ନୀତିକାନ୍ତି କିଭଳି ସୂଚାରୁରୂପେ ହୋଇପାରିବ ସେନେଇ ପଦକ୍ଷେପ ନିଆଯାଉଛି । ରଥ ଦକ୍ଷିଣମୋଡ଼ ସମୟରେ ରଥ ଦଉଡ଼ି ଟାଣିବା ପାଇଁ ଭକ୍ତ, ଶ୍ରଦ୍ଧାଳୁଙ୍କ ମଧ୍ୟରେ ବେଶ ଉତ୍ସୁକତା ପ୍ରକାଶ ପାଇଥିଲା । ତେବେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଗୁଣ୍ଡିଚା ମନ୍ଦିରକୁ ଆଜି ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ରାଜ୍ୟ ଏବଂ ରାଜ୍ୟ ବାହାରୁ ହଜାର ହଜାର ଶ୍ରଦ୍ଧାଳୁ ଆସି ମହାପ୍ରଭୁଙ୍କୁ ଆଡ଼ପ ମଣ୍ଡପରେ ଦର୍ଶନ କରି ବେଶ ଖୁସିରେ ଫେରୁଛନ୍ତି । ବର୍ଷକୁ ଥରେ ରଥଯାତ୍ରା ସମୟରେ ହିଁ ଏହି ଆଡ଼ପ ଦର୍ଶନ ମିଳେ । ତେଣୁ ଭକ୍ତମାନେ ଉତ୍ସାହର ସହ ଆସି ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ।

ଏହା ମଧ୍ୟ ପଢ଼ନ୍ତୁ...ଆକ୍ସନ ମୋଡରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ: ରଥରେ ମୋବାଇଲ ମନା, ନୀତି ବିଶୃଙ୍ଖଳା ହେଲେ କଡ଼ା କାର୍ଯ୍ୟାନୁଷ୍ଠାନ - Arabinda Padhee on Pahandi Mishap

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.