ETV Bharat / state

ନବୀନଙ୍କ ଚିଠିର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ, କହିଲେ ମୁଁ ବି ମର୍ମାହତ - CM MOHAN TO NAVEEN

author img

By ETV Bharat Odisha Team

Published : Jul 11, 2024, 6:15 PM IST

Updated : Jul 11, 2024, 9:41 PM IST

CM MOHAN TO NAVEEN: ପହଣ୍ଡି ବେଳେ ବଡ଼ ଠାକୁର ପଡିଯିବା ଘଟଣା । ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅଧିକ ପଢନ୍ତୁ

Naveen writes letter to CM Mohan
Naveen writes letter to CM Mohan (ETV Bharat Odisha)

ଭୁବନେଶ୍ବର: ଆଡ଼ପ ମଣ୍ଡପ ପହଣ୍ଡି ବେଳେ ବଡ଼ ଠାକୁର ବଳଭଦ୍ର ପଡ଼ିଯିବା ଘଟଣା । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭବିଷ୍ୟତରେ ଏପରି ଘଟଣା ପୁନରାବୃତ୍ତି ନହେବା ପାଇଁ ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ସେହିପରି ନବୀନଙ୍କ ପରାମର୍ଶ ସବୁବେଳେ ତାଙ୍କ ପାଇଁ ସମ୍ମାନର ସହିତ ଗ୍ରହଣୀୟ ହେବ ବୋଲି ମୋହନ କହିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ପର୍ଶକାତର ବିଷୟରେ ରାଜ୍ୟ ମନ୍ତ୍ରିମଣ୍ଡଳ ସଦସ୍ୟଙ୍କ ହାଲୁକା ମନ୍ତବ୍ୟ ଜଗନ୍ନାଥ ପ୍ରେମୀଙ୍କୁ ଗଭୀର ଭାବେ ବ୍ୟଥିତ କରିଛି ବୋଲି ନବୀନ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଭକ୍ତଙ୍କୁ ଆଶ୍ବସ୍ତ କରିବ ବୋଲି ସେ ଆଶାବାଦୀ ଥିବା କହିଥିଲେ ।

ମୋହନଙ୍କୁ ନବୀନଙ୍କ ଚିଠି
ମୋହନଙ୍କୁ ନବୀନଙ୍କ ଚିଠି (ETV Bharat Odisha)

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ଚିଠିରେ ଦର୍ଶାଇଥିଲେ ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ ଓଡ଼ିଆ ଅସ୍ମିତାର ପ୍ରତୀକ । ଓଡ଼ିଆ ଜାତିର ସର୍ବଶ୍ରେଷ୍ଠ ପରିଚୟ । ସେ ହେଉଛନ୍ତି ଏ ଜାତିର ମଉଡମଣି । ଜଗତର ନାଥ ଜଗନ୍ନାଥ । ମହାପ୍ରଭୁଙ୍କ ରଥଯାତ୍ରାରେ ଭାଗ ନେବା ପାଇଁ ଦେଶ ବିଦେଶରୁ ଲକ୍ଷ ଲକ୍ଷ ଜଗନ୍ନାଥ ପ୍ରେମୀ ଆସି ପୁରୀ ଧାମରେ ସମ୍ମିଳିତ ହୋଇଥାନ୍ତି । ସାରା ବିଶ୍ବର କୋଣ ଅନୁକୋଣରେ ରଥଯାତ୍ରା ବିପୁଳ ଶ୍ରଦ୍ଧା ଓ ଭକ୍ତିର ସହ ପାଳନ କରାଯାଇଥାଏ । ଏତଦ ବ୍ୟତୀତ ଟିଭି ଓ ସାମାଜିକ ଗଣମାଧ୍ୟମ ଜରିଆରେ ସାରା ବିଶ୍ବର କୋଟି କୋଟି ଜଗନ୍ନାଥ ପ୍ରେମୀ ମହାପ୍ରଭୁଙ୍କର ଏହି ମାନବୀୟ ଲୀଳାକୁ ସଂଦର୍ଶନ କରି ଦିବ୍ୟ ଆନନ୍ଦ ଲାଭ କରିଥାନ୍ତି ।

'ବଡଠାକୁର ପଡିଯିବା ଦୃଶ୍ୟ ଅତ୍ୟନ୍ତ ହୃଦୟ ବିଦାରକ':-

ପୂର୍ବତନ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ଚଳିତ ବର୍ଷ ଆଡପ ମଣ୍ଡପକୁ ବଡ ଠାକୁରଙ୍କ ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା, ତାହା ସାରା ବିଶ୍ବର ଜଗନ୍ନାଥ ପ୍ରେମୀଙ୍କୁ ଗଭୀର ଭାବରେ ବ୍ୟଥିତ କରିଛି । ମୁଁ ମଧ୍ୟ ଏହି ଘଟଣାରେ ଅତ୍ୟନ୍ତ ମର୍ମାହତ । ମହାପ୍ରଭୁ ହେଉଛନ୍ତି ଓଡିଆ ଜାତିର ଇଷ୍ଟ । ତାଙ୍କର ପହଣ୍ଡି ବେଳେ ଏଭଳି ଅଘଟଣ ଅଶ୍ରୁତପୂର୍ବ । ଚାରମାଳରେ ପହଣ୍ଡି ସମୟରେ ବଡଠାକୁର ମୁହଁ ମାଡି ପଡିଯିବାର ଦୃଶ୍ୟ ଥିଲା ଅତ୍ୟନ୍ତ ହୃଦୟ ବିଦାରକ । ରଥଯାତ୍ରାର ହଜାର ହଜାର ବର୍ଷର ପରମ୍ପରାରେ ଏଭଳି ଘଟଣା କେବେ ଘଟି ନଥିଲା । ଆଖିରେ ଦେଖି ମଧ୍ୟ ଏଭଳି ଅଘଟଣକୁ ବିଶ୍ବାସ କରି ହେଲାନାହିଁ ।

'ମନ୍ତ୍ରିମଣ୍ଡଳର ସଦସ୍ୟଙ୍କ ହାଲୁକା ମନ୍ତବ୍ୟ ଜଗନ୍ନାଥ ପ୍ରେମୀଙ୍କ ଦୁଃଖକୁ କରିଛି ଦ୍ବିଗୁଣିତ'

ଏଭଳି ସ୍ପର୍ଶକାତର ବିଷୟରେ ରାଜ୍ୟ ମନ୍ତ୍ରିମଣ୍ଡଳର କିଛି ସଦସ୍ୟ ହାଲୁକା ମନ୍ତବ୍ୟ ଦେଲେ । ତାହା ଜଗନ୍ନାଥ ପ୍ରେମୀଙ୍କ ଦୁଃଖକୁ ଦ୍ବିଗୁଣିତ କରିଛି । ଭକ୍ତର ଭାବାବେଗକୁ ଗଭୀର ଆଘାତ ଦେଇଛି । ସରକାରଙ୍କର ଏଭଳି ଅଭିମୁଖ୍ୟ ଜଗନ୍ନାଥ ପ୍ରେମୀଙ୍କୁ ଆଶ୍ବସ୍ତ କରିବାରେ ସମର୍ଥ ହେଲାନାହିଁ । ମହାପ୍ରଭୁ ହେଉଛନ୍ତି ଓଡ଼ିଆ ଜାତିର ମୁରବୀ । ଆମ ବିଶ୍ବାସର କେନ୍ଦ୍ରବିନ୍ଦୁ । ଆପଣ ନିଜେ ଦାୟିତ୍ଵ ନେଇ ଏଭଳି ଅଘଟଣ ଯେଭଳି ପୁନରାବୃତ୍ତି ନ ଘଟିବ ତାହା ସୁନିଶ୍ଚିତ କରିବେ । ମୋର ବିଶ୍ବାସ ଏ ଦିଗରେ ଆପଣଙ୍କ ଦୃଷ୍ଟାନ୍ତମୂଳକ ପଦକ୍ଷେପ କୋଟି କୋଟି ଭକ୍ତଙ୍କୁ ଆଶ୍ବସ୍ତ କରିବାରେ ସହାୟକ ହେବ । ମୁଖ୍ୟମନ୍ତ୍ରୀଙ୍କୁ ଏଭିଳି ଅନୁରୋଧ କରିଥିଲେ ନବୀନ ।

ନବୀନଙ୍କ ଚିଠିର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ
ନବୀନଙ୍କ ଚିଠିର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ (ETV Bharat Odisha)

ଚିଠିର ଜବାବ ଚିଠିରେ ଦେଲେ ମୁଖ୍ୟମନ୍ତ୍ରୀ ମୋହନ:-

ନବୀନଙ୍କ ଚିଠିର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭବିଷ୍ୟତରେ ଏପରି ଘଟଣା ପୁନରାବୃତ୍ତି ନହେବା ପାଇଁ ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ସେହିପରି ନବୀନଙ୍କ ପରାମର୍ଶ ସବୁବେଳେ ତାଙ୍କ ପାଇଁ ସମ୍ମାନର ସହିତ ଗ୍ରହଣୀୟ ହେବ ବୋଲି ମୋହନ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଗତର ନାଥ ଜଗନ୍ନାଥ କେବଳ ଓଡ଼ିଆ ଜାତିର ଅସ୍ମିତାର ପ୍ରତୀକ ନୁହଁନ୍ତି, ସେ ସାରା ଜଗତ ଅର୍ଥାତ ସ୍ବର୍ଗ, ମର୍ତ୍ତ୍ୟ ଓ ପାତାଳର ନାଥ ଅଟନ୍ତି । ପ୍ରଭୁ ଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ମିଳିତ ସମାହାର ଏବଂ ତାଙ୍କର ପୂଜନ ବିଧି ବ୍ୟବସ୍ଥା ସାରା ଜଗତରେ ବିରଳ । ଚଳିତ ବର୍ଷ ଆଡପ ମଣ୍ଡପକୁ ବଡ ଠାକୁରଙ୍କ ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା ସେଥିରେ ସାରା ଜଗତ ଦୁଃଖିତ । ତେଣୁ ଆପଣ ଏ ଘଟଣାରେ ମର୍ମାହତ ହେବା ସ୍ଵାଭାବିକ । ମୁଁ ମଧ୍ୟ ଗଭୀର ଭାବେ ମର୍ମାହତ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଆଡପ ମଣ୍ଡପ ପହଣ୍ଡି ବିଜେ ସମୟରେ ହୋଇଥିବା ଅଘଟଣ ବିଷୟରେ ଜାଣିବାପରେ ମୁଁ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ତୁରନ୍ତ ପୁରୀ ଯିବାକୁ ନିର୍ଦ୍ଦେଶ ଦେଇଥିଲି । ଏହା ସହିତ ଭବିଷ୍ୟତରେ ଏହାର ଯେପରି ପୁନରାବୃତ୍ତି ନଘଟିବ ସେଥିପାଇଁ ଯତ୍ନବାନ ହେବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଛି । ଏ ସମ୍ବନ୍ଧରେ ଆପଣ ମୋତେ ଲେଖିଥିବା ପତ୍ରକୁ ମୁଁ ଗୁରୁତ୍ବର ସହ ପାଠ କରିଛି । ଆମେ ସମସ୍ତେ ମିଶି ଚତୁର୍ଦ୍ଧାମୂର୍ତ୍ତିଙ୍କ ସମସ୍ତ ସେବା ଓ ଶ୍ରୀଗୁଣ୍ଡିଚା ଯାତ୍ରା ସଠିକ ଭାବେ ସମ୍ପନ୍ନ କରିବା । ଆପଣଙ୍କର ପରାମର୍ଶ ମୋ ପାଇଁ ସବୁବେଳେ ସମ୍ମାନର ସହିତ ଗ୍ରହଣୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ପଢନ୍ତୁ ଏହି ଖବର ସମ୍ପର୍କିତ ଅନ୍ୟ କିଛି ଖବର

ଆଡ଼ପ ପହଣ୍ଡି ବେଳେ ବଡ଼ ଅଘଟଣ; ଖସିପଡ଼ିଲେ ବଡ଼ ଠାକୁର, ଅନେକ ଆହତ

ପ୍ରଭୁ ବଳଭଦ୍ର ପଡିବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖପ୍ରକାଶ, ଆଇନ ମନ୍ତ୍ରୀ କହିଲେ- ଭୁଲ କାହାର ନାହିଁ

ବଡ଼ ଠାକୁର ପଡିଯିବା ଘଟଣା: ସରକାରଙ୍କୁ ଘେରିଲା ବିଜେଡି, ବିଧାନସଭାରେ ଉଠାଇବ କଂଗ୍ରେସ

କାହିଁକି ଘଟିଗଲା ଏତେବଡ ଅଘଟଣ ? ମୁଣ୍ଡରୁ ଦୋଷ ଖସାଇବାକୁ ସମସ୍ତେ ପ୍ରସ୍ତୁତ, ଗଠନ ହେଲା ତଦନ୍ତ କମିଟି

ଇଟିଭି ଭାରତ, ଭୁବନେଶ୍ବର

Last Updated : Jul 11, 2024, 9:41 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.