ETV Bharat / state

ଶ୍ରୀବିଗ୍ରହଙ୍କ ଦକ୍ଷିଣାଭିମୁଖୀ ଯାତ୍ରା; ମାଉସିଙ୍କ ହାତରୁ ପୋଠ ପିଠା ଖାଇବେ କାଳିଆ ସାଆନ୍ତେ, ଜାଣନ୍ତୁ ଲକ୍ଷ୍ମୀ ନାରାୟଣ ଭେଟ ନୀତି କଣ ? - bahuda yatra 2024

author img

By ETV Bharat Odisha Team

Published : Jul 15, 2024, 1:33 PM IST

Bahuda Yatra 2024: ଆଜି ବିଶ୍ବନିଅନ୍ତାଙ୍କ ବାହୁଡା ଯାତ୍ରା । ଆଷାଢ଼ ଶୁକ୍ଳପକ୍ଷ ଦଶମୀ ବା ବାହୁଡ଼ା ଦଶମୀରେ ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଶ୍ରୀବିଗ୍ରହ । ଜାଣନ୍ତୁ ବାହୁଡା ଯାତ୍ରାର ମହାତ୍ମ୍ୟ । ଅଧିକ ପଢନ୍ତୁ

BAHUDA YATRA 2024
BAHUDA YATRA 2024 (ETV BHARAT ODISHA)

ପୁରୀ: ''ନବମ୍ୟା ବାସୟେଦ୍ଦେବାନ୍ ତେଷୁ ପ୍ରାତଃ ସମୃଦ୍ଧିମତ୍... ଦକ୍ଷିଣାଭିମୁଖୀ ଯାତ୍ରା ବିଷ୍ଣୋରେଷା ସୁଦୁର୍ଲଭା ।'' ପ୍ରତିବର୍ଷ ଆଷାଢ଼ ଶୁକ୍ଳପକ୍ଷ ଦଶମୀ ରେ ଶ୍ରୀଜିଉ ମାନେ ରଥରେ ଗୁଣ୍ଡିଚା ମନ୍ଦିରରୁ ବଡ଼ ଦେଉଳକୁ ଫେରନ୍ତି, ଏହି ଫେରନ୍ତା ଯାତ୍ରାକୁ ବାହୁଡ଼ା ଯାତ୍ରା କୁହାଯାଏ । ଶ୍ରୀବିଗ୍ରହ ମାନଙ୍କର ଶ୍ରୀମନ୍ଦିର ଫେରନ୍ତା ଯାତ୍ରାକୁ ଦକ୍ଷିଣାଭିମୁଖୀ ଯାତ୍ରା ମଧ୍ୟ କୁହାଯାଏ। ଏହି ଯାତ୍ରାର ବିଶେଷ ମାହାତ୍ମ୍ୟ ରହିଛି।

BAHUDA YATRA 2024 (ETV BHARAT ODISHA)

ସ୍କନ୍ଧ ପୁରାଣର ଉତ୍କଳ ଖଣ୍ଡରେ ଉଲ୍ଲେଖ ଅଛି, ନବଦିନାନ୍ମକ ଯାତ୍ରାର ନବମ ଦିବସରେ ଦେବତା ମାନଙ୍କୁ ରଥରେ ଅଧିଷ୍ଠିତ କରାଇବେ। ଉକ୍ତ ଦିନ ପ୍ରାତଃ କାଳ ଅତ୍ୟନ୍ତ ସମୃଦ୍ଧିବାନ୍ । ସେହିଦିନ ବିଷ୍ଣୁଙ୍କର ପାଲିତ ଦକ୍ଷିଣାମୁଖୀ ଯାତ୍ରା ଅତ୍ୟନ୍ତ ଦୁର୍ଲଭ । ବାହୁଡ଼ା ଯାତ୍ରା ପୂର୍ବରୁ ଅଷ୍ଟମୀ ଦିନ ଶରଧାବାଲି ଠାରେ ରଖାଯାଇଥିବା ତିନୋଟି ଯାକ ରଥକୁ ଦକ୍ଷିଣମୋଡ଼ କରାଯାଇ ଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ରଖାଯାଇଥାଏ । ନନ୍ଦିଘୋଷ ରଥ ଶ୍ରୀନଅର ସମ୍ମୁଖରେ ପହଞ୍ଚିବା ପରେ ସେଠାରେ ପାରମ୍ପରିକ ରୀତିମତେ ଲକ୍ଷ୍ମୀ-ନାରାୟଣ ଭେଟ କରାଯାଇଥାଏ ।

ରଥ ସମ୍ପୂର୍ଣ୍ଣ ଯାତ୍ରାକୁ ତିନୋଟି ଅଙ୍ଗ ରୂପେ ଶାସ୍ତ୍ର ରେ ପରିଗଣିତ କରାଯାଇଛି: ଏଥିମଧ୍ୟରୁ ରଥଯାତ୍ରା ଗୋଟିଏ ଅଙ୍ଗ ହେଇଥିବା ବେଳେ ଗୁଣ୍ଡିଚା ମଣ୍ଡପରେ ବାସ ଦ୍ୱିତୀୟ ଅଙ୍ଗ ଏବଂ ବାହୁଡା଼ ଯାତ୍ରା ପୂର୍ବକ ଶ୍ରୀମନ୍ଦିରକୁ ବାହୁଡା଼ ବିଜେ ପର୍ଯ୍ୟନ୍ତ ତୃତୀୟ ଅଙ୍ଗ । ଶାସ୍ତ୍ରୀୟ ବର୍ଣ୍ଣନାନୁସାରେ ରଥଯାତ୍ରା ସମୟରେ ପ୍ରଭୁମାନେ ଉତ୍ତରାଭିମୁଖି ହୋଇ ଯାତ୍ରା କରୁଥିବା ସମୟରେ ସେମାନଙ୍କୁ ଦର୍ଶନ କଲେ ଯେଉଁ ଫଳ ମିଳେ, ବାହୁଡା଼ ଯାତ୍ରାରେ ଦକ୍ଷିଣାଭିମୁଖ ହୋଇ ଯାତ୍ରା କରୁଥିବା ବେଳେ ଦର୍ଶନ କଲେ ଠିକ୍ ସେହି ଫଳ ମିଳିଥାଏ। ଏପରିକି ଭକ୍ତମାନେ ଏହି ଦୁର୍ଲଭ ଦର୍ଶନରେ ଅଶ୍ୱମେଧ ଯଜ୍ଞର ଫଳ ଲାଭ କରି ଅନ୍ତକାଳରେ ବୈକୁଣ୍ଠ ପ୍ରାପ୍ତି ହୋଇଥାନ୍ତି ବୋଲି ବିଶ୍ୱାସ କରାଯାଏ ।

ଏହା ମଧ୍ୟ ପଢନ୍ତୁ-ବିଶ୍ବନିଅନ୍ତାଙ୍କ ବାହୁଡା ଯାତ୍ରା; ଧାଡି ପହଣ୍ଡିରେ ରଥକୁ ଝୁଲି ଝୁଲି ଆସୁଛନ୍ତି କାଳିଆ ସାଆନ୍ତେ - Bahuda Yatra 2024

ନବମୀ ସଂନ୍ଧ୍ୟାରେ କଣ ହୁଏ?: ନବମୀ ଦିନ ରାତିରେ ବଡ଼ସିଂହାର, ପହୁଡ଼ ଆଳତି ସରିବା ପରେ ଶ୍ରୀବିଗ୍ରହ ମାନଙ୍କ ଶ୍ରୀମୁଖରେ ଖଣ୍ଡୁଆ ପକାଇ ପୁଷ୍ପାଳକମାନେ ଗମ୍ଭୀରାରୁ ବାହାରି ଆସିଥାନ୍ତି। ଏହା ପରେ ଦଇତାପତି ମାନେ ଠାକୁର ମାନଙ୍କ ଅନ୍ୟାନ୍ୟ ଗୁପ୍ତସେବା କରିବା ସହିତ କୋଠ ସୁଆଁସିଆ ମାନେ ସିଂହାସନକୁ ଲଗାଇ ଚାରମାଳ ବାନ୍ଧିଥାନ୍ତି। ରାଘବ ଦାସ ମଠ ଦେଇଥିବା ଶୁକ୍ଳ ସଜକୁ ଦଇତା ସେବକମାନେ ଠାକୁରମାନଙ୍କୁ ଲାଗି କରାଇଥାନ୍ତି।

ବାହୁଡାରେ କଣ ହୁଏ ? : ବାହୁଡା଼ ଯାତ୍ରା ଦିନ ସକାଳ ସମୟରେ ମଙ୍ଗଳ ଆଳତି, ଅବକାଶ ଇତ୍ୟାଦି ନୀତି ଭିତରଚ୍ଛ ମହାପାତ୍ର ଓ ପାଳିଆ ପୁଷ୍ପାଳକମାନେ ବଢ଼ାଇବା ପରେ ଗୋପାଳ ବଲ୍ଲଭ ଓ ସକାଳ ଧୂପ ପୂଜାପଣ୍ଡା ଓ ଅନ୍ୟାନ୍ୟ ନୀତି ସମ୍ପୃକ୍ତ ସେବକମାନଙ୍କ ସାହାଯ୍ୟ ରେ ପୂଜା ସମାପନ ହୋଇଥାଏ। ଏହା ପରେ ଦଇତାପତିମାନେ ଶ୍ରୀବିଗ୍ରହମାନଙ୍କର ସେନାପଟା ଲାଗି କରିଥାନ୍ତି । ଉକ୍ତ କାର୍ଯ୍ୟ ଶେଷ ହେବାପରେ ଶ୍ରୀଗୁଣ୍ଡିଚା ଦିନ ପରି ପୂଜାପଣ୍ଡା, ପତିମହାପାତ୍ର ଓ ମୁଦିରସ୍ତ ସେବକଙ୍କଦ୍ୱାରା ତିନିବାଡ଼ରେ ମଙ୍ଗଳାର୍ପଣ ହୋଇଥାଏ। ତତ୍ପରେ ମୁଦିରସ୍ତ ଡୋରଲାଗି ଓ ପୁଷ୍ପାଞ୍ଜଳି ନୀତି ସମାପନ କରିବା ପରେ ବିଜେ କାହାଳୀ ବାଜେ ଓ ଠାକୁରମାନଙ୍କର ବାହୁଡା଼ ପହଣ୍ଡି ଆରମ୍ଭ ହୋଇଥାଏ। ଶ୍ରୀବିଗ୍ରହମାନେ ଜଗମୋହନ ଦୁଆର ପାଖେ ପହଞ୍ଚିବା କ୍ଷଣି ରାଘବ ଦାସ ମଠ ପ୍ରଦତ୍ତ ଟାହିୟା ଶ୍ରୀମସ୍ତକରେ ଲାଗି କରାଯିବା ସହିତ, ପତି ମହାପାତ୍ର ପ୍ରସାଦ ଲାଗି, ବନ୍ଦାପନା, କର୍ପୂର ଆଳତି, ସାତବତୀ , ସଞ୍ଜ କାହାଳି ଓ ଘସା, ବିଡ଼ିଆ ମଣୋହି କରିଥାନ୍ତି। ଏହି ସମୟରେ ପୁଷ୍ପାଳକ ମହାଜନମାନେ ତୁଳି ଲାଗି ବଢ଼ାଇଥାନ୍ତି। ଏହି ନୀତି ପରେ ଠାକୁରମାନେ ଧାଡ଼ି ପହଣ୍ଡିରେରଥକୁ ବିଜେ କରିଥାନ୍ତି। ସମସ୍ତ ବିଗ୍ରହ ପହଣ୍ଡି ବିଜେ ହୋଇ ରଥାରୂଢ଼ ହେବାପରେ ରୁନ୍ଧା କାର୍ଯ୍ୟ ବଢ଼ିଥାଏ।

ପୋଠ ପିଠା ପରମ୍ପରା: ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିର ଫେରିବା ବେଳେ ମାଉସୀମା’ଙ୍କ ହାତରୁ ମହାପ୍ରଭୁ ପୋଡ଼ପିଠା ଖାଇବା ପରମ୍ପରା ରହିଛି । ଏହି ପରମ୍ପରା କାହିଁ କେଉଁ ଯୁଗରୁ ରହିଆସିଛି। ଏଥିପାଇଁ ମାଉସୀମା’ଙ୍କ ମନ୍ଦିରରେ
ପୋଡ଼ପିଠା ତିଆରି ଶେଷ ହୋଇଛି। ମାଉସୀମା’ଙ୍କ ପୂଜକ ବିଶ୍ଵନାଥ ମିଶ୍ର ଏହି ପୋଡ଼ପିଠା ପ୍ରସ୍ତୁତ କରିଛନ୍ତି।

ଲକ୍ଷ୍ମୀ ନାରାୟଣ ଭେଟ ନୀତି: ବାହୁଡା ଯାତ୍ରାର ଅନ୍ୟ ଏକ ନୀତି ହେଉଛି ଲକ୍ଷ୍ମୀ ନାରାୟଣ ଭେଟ ନୀତି । ବାହୁଡା଼ ଯାତ୍ରାରେ ଫେରିବା ବେଳେ ମହାପ୍ରଭୁ ଶ୍ରୀ ଜଗନ୍ନାଥରଥ ଗଜପତି ମହାରାଜାଙ୍କ ଶ୍ରୀନଅରଠାରେ ଅଟକିବ ।ଏହାପରେ ଲକ୍ଷ୍ମୀ ନାରାୟଣ ଭେଟ ନୀତି ହୋଇଥାଏ । ଏହା ପୂର୍ବରୁ ମହାଜନ ସେବକମାନେ ଲକ୍ଷ୍ମୀ ଠାକୁରାଣୀଙ୍କୁ ପାଟବସ୍ତ୍ର, ମାଳଫୁଲ, ଅଳଙ୍କାରରେ ବେଶ କରାଇ ସାତ ପାହଚ ଦ୍ୱାରଠାରେ ଥିବା ପାଲିଙ୍କିରେ ବିଜେ କରାନ୍ତି। ପାଲିଙ୍କି ଆନନ୍ଦବଜାର ସ୍ଥିତ ଚାହାଣୀ ମଣ୍ଡପକୁ ନିଆଯାଏ। ଚାହାଣୀ ମଣ୍ଡପରେ ଲକ୍ଷ୍ମୀ ବିଜେ ହେଇବା ପରେ ଉକ୍ତ ପାଲିଙ୍କି ନନ୍ଦିଘୋଷ ରଥରେ ବିରାଜମାନ କରିଥିବା ଜଗନ୍ନାଥଙ୍କ ରଥ ନିକଟରେ ପହଞ୍ଚନ୍ତି। ପରମ୍ପରା ଅନୁଯାୟୀ ସେହି ସମୟରେ ବଳଭଦ୍ରଙ୍କ ରଥ ସମ୍ମୁଖରେ ରଥ ଘେର ପକାଯାଇଥାଏ। ଶ୍ରୀନଅର ସିଂହଦ୍ୱାରରେ ଗଜପତି ମହାରାଜା ଉପସ୍ଥିତ ହୋଇଥାନ୍ତି। ଦହିପଟି ମଣୋହି ପରେ ଗଜପତିଙ୍କ ହସ୍ତରେ ଲକ୍ଷ୍ମୀ ଦେବୀ ବିଜେ ହୋଇ ଜଗନ୍ନାଥଙ୍କ ସହିତ ଭେଟ ହୁଅନ୍ତି। ତତ୍ପରେ ରଥ ପ୍ରଦକ୍ଷିଣ ଓ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଲକ୍ଷ୍ମୀ ଠାକୁରାଣୀ ଶ୍ରୀମନ୍ଦିରକୁ ବାହୁଡା଼ ବିଜେ କରିବା ସଙ୍ଗେ ସଙ୍ଗେ ଶ୍ରୀନଅରଠାରୁ ନନ୍ଦିଘୋଷ ଟଣା ଯାଇ ସିଂହଦ୍ୱାରଠାରେ ରଖାଯାଇଥାଏ। ପରେ ରଥ ଉପରେ ମହାପ୍ରଭୁଙ୍କ ଖଈ କୋରା ଭୋଗ୍ ସହ ମଧ୍ୟାହ୍ନ ଧୂପ, ସଂଧ୍ୟା ଧୂପ, ବଡ଼ ସିଂହାର ବେଶ, ରାତ୍ର ପହୁଡ଼ ନୀତି ହୋଇଥାଏ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.