ETV Bharat / state

ପବିତ୍ର ହେରାପଞ୍ଚମୀ: ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଆଡ଼ପ ମଣ୍ଡପରେ ଖଚାଖଚ୍‌ ଭିଡ଼ - Hera Panchami

Hera Panchami: ପବିତ୍ର ହେରାପଞ୍ଚମୀ ତିଥିରେ ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ହଜାର ହଜାର ଭକ୍ତ । ଶାନ୍ତି ଶୃଙ୍ଖଳା ପାଇଁ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଅଧିକ ପଢନ୍ତୁ

author img

By ETV Bharat Odisha Team

Published : Jul 11, 2024, 6:26 PM IST

Hera Panchami
Hera Panchami (ETV Bharat Odisha)

ପୁରୀ: ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି ଶ୍ରୀଜିଉ । ପବିତ୍ର ହେରାପଞ୍ଚମୀ ତିଥିରେ ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ହଜାର ହଜାର ଭକ୍ତ । ଆଉ ଏହି ଦୁର୍ଲଭ ଦୃଶ୍ୟକୁ ଦର୍ଶନ କରିବା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଲକ୍ଷ ଲକ୍ଷ ଭକ୍ତଙ୍କ ସୁଅ ଛୁଟିବାରେ ଲାଗିଛି । ଭକ୍ତମାନେ ବ୍ୟାରିକେଡରେ ଆସି ଶୃଙ୍ଖଳିତ ଭାବେ ଗୁଣ୍ଡିଚା ମନ୍ଦିରରେ ପ୍ରବେଶ କରି ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ଶାନ୍ତି ଶୃଙ୍ଖଳା ପାଇଁ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଶ୍ରୀଗୁଣ୍ଡିଚା ମନ୍ଦିର ଭିତରେ ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି । ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ଭକ୍ତମାନେ ସ୍ୱାଗତ କରିଛନ୍ତି । ଅନେକ ଭକ୍ତ ରାଜ୍ୟ ଏବଂ ରାଜ୍ୟ ବାହାରରୁ ଆସୁଛନ୍ତି ।

Hera Panchami (ETV Bharat Odisha)

ମହାପ୍ରଭୁଙ୍କ ଦର୍ଶନ ପାଇ ଭକ୍ତ ଆନନ୍ଦିତ । ଅନେକ ଭକ୍ତ ଜୀବନରେ ପ୍ରଥମ ଥର ପାଇଁ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଥିବାବେଳେ ସେମାନେ ନିଜକୁ ଭାଗ୍ୟବାନ ମନେ କରିଛନ୍ତି । ଅନେକ ଭକ୍ତ ନିଜର ମାନସିକ ନେଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ପବିତ୍ର ରଥଯାତ୍ରାରେ ଶ୍ରୀଜିଉ ଯାତ୍ରା କରି ଶ୍ରୀଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି । ଭକ୍ତଙ୍କ ଗହଣରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଗୁଣ୍ତିଚା ମନ୍ଦିର ଜନ୍ମ ବେଦୀକୁ ଆସିଛନ୍ତି । ମହାପ୍ରଭୁଙ୍କୁ ଲକ୍ଷ ଲକ୍ଷ ଭକ୍ତ ଦର୍ଶନ ପାଇ କୃତାର୍ଥ ହେଉଛନ୍ତି । ଆଜି ହେରାପଞ୍ଚମୀ ନୀତି । ଘୋଷଯାତ୍ରାର ଆଜି ହେଉଛି ପଞ୍ଚମ ଦିବସ ।

ଏହା ବି ପଢନ୍ତୁ...ଆଜି ହେରାପଞ୍ଚମୀ; କାହିଁକି ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଭାଙ୍ଗନ୍ତି ଲକ୍ଷ୍ମୀ ଠାକୁରାଣୀ ? - PURI RATH YATRA HERA PANCHAMI

ଗତକାଲି (ବୁଧବାର) ଯଜ୍ଞ ମଣ୍ତପରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର ଗୁପ୍ତ ନୀତି ସମ୍ପନ୍ନ ହେବା ପରେ ଆଜି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ହେରାପଞ୍ଚମୀ ନୀତି ପାଇଁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି । ପାଳିଆ ମହାଜନ ମା' ମହାଲକ୍ଷ୍ମୀଙ୍କୁ ମାଜଣା କରିବା ସହ ପାଟଶାଢ଼ୀ, ଅଳଙ୍କାର ବେଶ କରାଇ ସାରିବା ପରେ ପୂଜାପଣ୍ତା ସେବକ ପନ୍ତି ଭୋଗ କରିଥାନ୍ତି । ଘଣ୍ଟ, ଛତା, ପଟୁଆରରେ ମା' ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ବଡ଼ଦାଣ୍ତ ଦେଇ ଗୁଣ୍ତିଚା ମନ୍ଦିର ସମ୍ମୁଖରେ ଥିବା ପ୍ରଭୁ ଶ୍ରୀଜଗନ୍ନାଥଙ୍କର ନନ୍ଦିଘୋଷ ରଥ ଭାଙ୍ଗିବା ପରେ ମନ୍ଦିର ଭିତରକୁ ଯାଇ ପ୍ରଭୁଙ୍କୁ ସାକ୍ଷାତ କରିବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥାନ୍ତି । ତେବେ ମହାପ୍ରଭୁଙ୍କର ଏହି ମାନବୀୟ ଲୀଳାରେ ସାମିଲ ହେବା ପାଇଁ ପ୍ରତିଟି ଭକ୍ତ ଚାହିଁ ରହିଥାନ୍ତି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.