ETV Bharat / state

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅଣସର ଘରେ ହେବ ଶ୍ରୀମୁଖ ଶୃଙ୍ଗାର - Lord jagannath Banaka Lagi ritual

author img

By ETV Bharat Odisha Team

Published : Jul 5, 2024, 11:09 AM IST

Updated : Jul 5, 2024, 1:58 PM IST

Lord jagannath Banaka Lagi ritual: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଅଣସରର ଚତୁର୍ଦ୍ଦଶୀ ତିଥିରେ ଦତ୍ତ ମହାପାତ୍ର ସେବାୟତଙ୍କ ଦ୍ବାରା ଖଡି ପ୍ରସାଦ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଥାଏ । ସେପଟେ ଦିନକ ପରେ ରଥଯାତ୍ରା ପଡୁଥିବାରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଅଧିକ ପଢନ୍ତୁ

Lord jagannath Banaka Lagi ritual
Lord jagannath Banaka Lagi ritual (ETV Bharat Odisha)

ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତି ଆଜି(ଶୁକ୍ରବାର) ସମ୍ପନ୍ନ ହେବାକୁ ଯାଉଛି । ଅଣସରର ଚତୁର୍ଦ୍ଦଶୀ ତିଥିରେ ଦତ୍ତ ମହାପାତ୍ର ସେବାୟତଙ୍କ ଦ୍ବାରା ଖଡି ପ୍ରସାଦ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ । ଏହି ସମୟରେ ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ିପ୍ରସାଦ ବିଜେ କରାଯାଇଥାଏ । ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୂପା ଥାଳିରେ ଆଣି ଗଜପତି ମହାରାଜାଙ୍କୁ ପ୍ରସାଦ ଅର୍ପଣ କରିବେ। ଏହାପରେ ଦତ୍ତମହାପାତ୍ର ସେବାୟତମାନେ ହିଙ୍ଗୁଳ, ହରିତାଳ, କେଶର, କସ୍ତୁରୀ, ଧଳା ଓ କଳା ରଙ୍ଗ ବ୍ୟବହାର କରି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରିବେ ।

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି (ETV Bharat Odisha)

ଚଳିତ ବର୍ଷ ୧୩ ଦିନ ଅଣସର ପଡୁଥିବା ବେଳେ ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ ଭକ୍ତମାନେ ବଞ୍ଚିତ ରହିବେ। ସେହିପରି ରଥଯାତ୍ରା ଦିନ ମହାପ୍ରଭୁଙ୍କର ନବଯୌବନ ଓ ନେତ୍ରୋତ୍ସବ ପଡୁଥିବାରୁ ଅନେକ ଗୁଡ଼ିଏ ନୀତିକାନ୍ତି ରହିଛି । ସେପଟେ ଦୁଇଦିନ ପରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ତିନି ରଥର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ରଥଯାତ୍ରାକୁ ନେଇ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତିକୁ ଜୋରଦାର କରାଯାଉଛି ।

ଜୁଲାଇ ୭ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଥିବାରୁ ଏହାକୁ ନେଇ ପୁରୀ ଟାଉନ ହଲଠାରେ ଡିଜିପି ଅରୁଣ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ଗତକାଲି(ଗୁରୁବାର) ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଅତିରିକ୍ତ ଡିଜି, ଏଡିଜିଙ୍କ ସହ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ ମାନେ ସାମିଲ୍ ହୋଇଥିଲେ। ତେବେ ଚଳିତ ବର୍ଷ ରଥଯାତ୍ରାକୁ କିଭଳି ଶାନ୍ତି ଶୃଙ୍ଖଳା ଓ ସୁରୁଖୁରୁରେ ପରିଚାଳନା କରିହେବ ସେନେଇ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଡିଜିପି ଗୁରୁତ୍ବପୂର୍ଣ୍ଣ ପରାମର୍ଶ ଦେଇଥିଲେ ।

ଏହାମଧ୍ୟ ପଢନ୍ତୁ.. ୭ରେ ରଥଯାତ୍ରା; ସରିଲା ରଥନିର୍ମାଣ, ସୌନ୍ଦର୍ଯ୍ୟକରଣରେ ଶେଷ ସ୍ପର୍ଶ ଦେଉଛନ୍ତି କାରିଗର - Ratha Yatra Preparation

ରଥଯାତ୍ରାରେ ଶ୍ରୀକ୍ଷେତ୍ରକୁ ଆସୁଥିବା ଭକ୍ତମାନଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ ପାଇଁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି । ଚଳିତ ବର୍ଷ ରଥଯାତ୍ରାରେ ଟ୍ରାଫିକ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ଏଆଇ ଟେକ୍ନୋଲୋଜିର ଡ୍ରୋନ୍ ବ୍ୟବହାର କରାଯିବ । ସେହିପରି ଟ୍ରାଫିକ ସମ୍ପର୍କରେ ଏବଂ କେଉଁଠାରେ କିଭଳି ପାର୍କିଂ କରିବେ ସେନେଇ ଭକ୍ତ ମାନଙ୍କୁ ହ୍ବାଟ୍ସ ଆପ ମାଧ୍ୟମରେ ସୂଚନା ଦିଆଯିବ । ସେହିପରି ରଥଯାତ୍ରାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାମିଲ୍ ହେବାକୁ ଥିବାରୁ ସେନେଇ ଦୃଢ଼ ନିରାପତ୍ତା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ସୂଚନା ଦେଇଛନ୍ତି ଡିଜିପି ।

ଇଟିଭି ଭାରତ, ପୁରୀ

Last Updated : Jul 5, 2024, 1:58 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.