ETV Bharat / state

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ, କିପରି ଓ କାହିଁକି ହୁଏ ଏହି ଦୁର୍ଲଭ ବେଶ, ଜାଣନ୍ତୁ - GAJA UDDHARANA BESHA

ମାଘ ପୂର୍ଣ୍ଣିମାରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଗଜଉଦ୍ଧାରଣ ବେଶ । ଦ୍ବି ପ୍ରହର ଧୂପ ପରେ ଦୁର୍ଲଭ ବେଶରେ ଭକ୍ତଙ୍କୁ ଦର୍ଶନ ।

GAJA UDDHARANA BESHA OF LORD JAGANNATH
GAJA UDDHARANA BESHA OF LORD JAGANNATH (ETV Bharat Odisha)
author img

By ETV Bharat Odisha Team

Published : Feb 12, 2025, 12:14 PM IST

ପୁରୀ: ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୁଏ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ । ଏହି ବେଶ ମହାପ୍ରଭୁଙ୍କ ଦ୍ବିପହର ଧୂପ ସରିବା ପରେ ହୋଇଥାଏ । ଗଜଉଦ୍ଧାରଣ ବେଶର ବିଶେଷତ୍ୱ ହେଲା ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ର ଚତୁଃହସ୍ତ ରୂପେ ଓ ଦେବୀ ସୁଭଦ୍ରା ଦ୍ୱିଭୁଜ ବିଶିଷ୍ଟା ହୁଅନ୍ତି । ଚତୁଃହସ୍ତଧାରୀ ଶ୍ରୀଜଗନ୍ନାଥ ଗରୁଡ଼ ଉପରେ ବସି ଶ୍ରଦ୍ଧାଳୁଙ୍କ ଦର୍ଶନ ଦେଇଥାନ୍ତି ।

  • ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ:

ଗରୁଡ଼ ପୃଷ୍ଠରେ ଜଗନ୍ନାଥ ପଦ୍ମାସନ ଭଙ୍ଗିରେ ବସିବା ସହ ଚାରିହସ୍ତରେ ଶୋଲ ଓ ଜରି ନିର୍ମିତ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଶୋଭାପାଇଥାଏ । ପଦ୍ମାସନ ଭଙ୍ଗିରେ ଗୋଟିଏ ଆସ୍ଥାନରେ ବସିଥିବା ବଳଭଦ୍ର ତାଙ୍କର ଉର୍ଦ୍ଧ୍ୱ ଦୁଇ ହସ୍ତରେ ଶୋଲ ଓ ଜରି ନିର୍ମିତ ଶଙ୍ଖ ଓ ଚକ୍ର ତଥା ନିମ୍ନ ଦୁଇ ହସ୍ତରେ ହଳ ଓ ମୂଷଳ ଧାରଣ କରିଥାନ୍ତି । ଦେବୀ ସୁଭଦ୍ରା ଦୁଇଭୂଜ ଓ ଦୁଇ ପାଦଯୁକ୍ତା ହୋଇ କୃଷ୍ଣଙ୍କ ଭଳି ଛନ୍ଦାୟିତ ଭଙ୍ଗିରେ ଛିଡ଼ା ହୋଇଥାନ୍ତି । ଦେବୀଙ୍କ ହସ୍ତଦ୍ୱୟ ମୁଷ୍ଟିବଦ୍ଧ ତଥା ତଳ ଉପର ହୋଇ ରହିଥାଏ ଏବଂ ସେ ପଦ୍ମ ଫୁଲଟିଏ ଧରି ଥାଆନ୍ତି ।

କିପରି ହୁଏ ଗଜଉଦ୍ଧାରଣ ବେଶ ?:

ଏହି ବେଶରେ କାଠ ଓ ଶୋଲ ନିର୍ମିତ ଦୁଇଟି ହସ୍ତୀ ପ୍ରତିମୂର୍ତ୍ତି ବ୍ୟବହୃତ ହୋଇଥାଏ । ଗୋଟିଏ ହସ୍ତୀ ବଳଭଦ୍ରଙ୍କ ସମୀପରେ ରତ୍ନ ସିଂହାସନ ଆଗରେ ପୋଖରୀଆରେ ଏବଂ ଅନ୍ୟଟି ଶ୍ରୀ ଜଗନ୍ନାଥଙ୍କ ବିଗ୍ରହ ସମ୍ମୁଖରେ ରଖାଯାଇଥାଏ । ଜଗନ୍ନାଥଙ୍କ ସମ୍ମୁଖରେ ଥିବା ଗଜଟି ଆର୍ତ୍ତ ହରଣ ପାଇଁ ଆକୁଳ ନିବେଦନ କରୁଥିବା ଭଙ୍ଗିରେ ପ୍ରଦର୍ଶିତ ହୁଏ । ତାର ପାଦଗୁଡ଼ିକ ମଧ୍ୟରେ ଥାଏ ଆକ୍ରମଣରତ କୁମ୍ଭୀରର ପିତୁଳା ଏବଂ ହସ୍ତୀଟିର ଟେକି ହୋଇଥିବା ଶୁଣ୍ଢରେ ପ୍ରସ୍ଫୁଟିତ ପଦ୍ମଫୁଲ ଶୋଭା ପାଇଥାଏ । ଏହି ବେଶରେ ତିନି ଠାକୁରଙ୍କ ମଥାରେ ଚୂଳ ଓ କିରୀଟ ସହ ସୁବର୍ଣ୍ଣ ନିର୍ମିତ ପଦ୍ମମାଳି, କଦମ୍ବମାଳି ପ୍ରଭୃତିରେ ଭୁଷିତ ହୋଇଥାନ୍ତି । ଏହି ବେଶ ସମୟତକ ରତ୍ନସିଂହାସନରେ ଶୋଭା ପାଉଥିବା ଲକ୍ଷ୍ମୀଙ୍କର ସୁବର୍ଣ୍ଣପ୍ରତିମାଙ୍କୁ ଜଗନ୍ନାଥଙ୍କ କୋଳରେ ରଖାଯାଏ । କ୍ଷୀରି ଓ ଅମାଲୁ ସ୍ୱତନ୍ତ୍ର ଭୋଗ ରୂପେ ଅର୍ପିତ ହୋଇଥାଏ ।

ଏହା ମଧ୍ୟ ପଢନ୍ତୁ...ଆଜି ପଦ୍ମ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି - PADMA BESHA OF LORD JAGANNATH
ଏହା ମଧ୍ୟ ପଢନ୍ତୁ...ଆଇସକ୍ରିମ କାଠିରେ ମହାପ୍ରଭୁଙ୍କ ମନଲୋଭା ପଦ୍ମ ବେଶ - PADMA BESHA IN ICE CREAM STICK
ଏହା ମଧ୍ୟ ପଢନ୍ତୁ...ପୁରୀରେ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନେଲେ ଭାରତୀୟ ଖେଳାଳି - TEAM INDIA PLAYER AT PURI SRIMANDIR

ଗଜଉଦ୍ଧାରଣ ବେଶ କାହିଁକି କରାଯାଏ ?
ପୌରାଣିକ ତଥ୍ୟ ଅନୁଯାୟୀ, ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର କୈଣସି ଉପାୟ ନଦେଖି ବିକଳରେ ପୁରୁଷୋତ୍ତମ ଭଗବାନଙ୍କୁ ସେ ପ୍ରାର୍ଥନା କରିଥିଲା । ଗଜରାଜର ପ୍ରାର୍ଥନାରେ ସ୍ୱଂୟ ପୁରୁଷୋତ୍ତମ ତତ୍‌କ୍ଷଣାତ ଭକ୍ତ ଗଜଙ୍କୁ ଆକ୍ରମଣରୁ ରକ୍ଷା କରିବା ପାଇଁ ଚକ୍ରପେଷି କୁମ୍ଭୀରକୁ ମାରି ଉଦ୍ଧାର କରିଥିଲେ । ସେହି ପୌରାଣିକ ଆଖ୍ୟାୟିକାର ସ୍ମୃତିରେ ଶ୍ରୀମନ୍ଦିରରେ ଅତ୍ୟନ୍ତ ପୁରାତନ ସମୟରୁ ଶ୍ରୀବିଗ୍ରହମାନଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଆସୁଛି । ଭୌମ ବଂଶର ରାଣୀ ବକୁଳ ମହାଦେବୀ ଏହି ବେଶ ପ୍ରଥମେ ପ୍ରଚଳନ କରାଇଥିଲେ । ତତ୍ପରେ କିଛି ବର୍ଷ ପାଇଁ ଏହା ବନ୍ଦ ହୋଇଯାଇଥିଲା । ୧୫୭୫ ମସିହାରେ ରାମଚନ୍ଦ୍ର ଦେବ ଠାକୁରମାନଙ୍କ ଗଜ ଉଦ୍ଧାରଣ ବେଶର ପୁନଃପ୍ରଚଳନ କରାଇଥିଲେ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.