ETV Bharat / state

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ରାଜ୍ୟରେ ଆଗାମୀ ୫ଦିନ ପ୍ରବଳ ବର୍ଷିବ, ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି - Odisha Weather

author img

By ETV Bharat Odisha Team

Published : Jul 18, 2024, 7:32 PM IST

Odisha Weather Update: କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହାର ପ୍ରଭାବରେ ଆଗାମୀ ୫ ଦିନରେ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ରାଜ୍ୟରେ ଆଗାମୀ ୫ଦିନ ପ୍ରବଳ ବର୍ଷିବ, ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ରାଜ୍ୟରେ ଆଗାମୀ ୫ଦିନ ପ୍ରବଳ ବର୍ଷିବ, ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି (ETV Bharat Odisha)

ଭୁବନେଶ୍ୱର: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହା ସହ ଜଡିତ ଘୂର୍ଣ୍ଣିବଳୟ ଦକ୍ଷିଣ ପଶ୍ଚିମ ଆଡ଼କୁ ଢଳି ରହିଛି । ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୨ ଦିନରେ ଓଡ଼ିଶା ଉପକୂଳରେ ପହଞ୍ଚିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାସହ ମୌସୁମୀ ସକ୍ରିୟ ଥିବାରୁ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଲଘୁଚାପ ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା ।

ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ । ୧୯ ତାରିଖ ଅର୍ଥାତ୍ ଆସନ୍ତାକାଲି ଲଘୁଚାପର ରହିବ ସର୍ବାଧିକ ପ୍ରଭାବ । ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ କୋରାପୁଟ, ମାଲକାନଗିରି, ଗଂଜାମ ଓ ଗଜପତି ଏହି ୪ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ସହ ପ୍ରବଳ ବର୍ଷା ପାଇଁ ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ ଓ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ଆସନ୍ତାକାଲି ପାଇଁ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଗଂଜାମ, ଗଜପତି, ରାୟଗଡା, ମାଲକାନଗିରି, କନ୍ଧମାଳ, ବୌଦ୍ଧ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ନୂଆପଡା, ବଲାଙ୍ଗୀର, ସୋନପୁର, ନୟାଗଡ, ଖୋର୍ଦ୍ଧା, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା ଓ କଟକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

୨୦ ଓ ୨୧ ତାରିଖରେ ପ୍ରବଳ ବର୍ଷା ରହିବ । ବିଶେଷକରି ଦକ୍ଷିଣ ଓଡ଼ିଶା ସହ କେନ୍ଦ୍ରୀୟ ଓ ଉପକୂଳ ଓଡିଶାରେ ବର୍ଷା ର ସର୍ବାଧିକ ପ୍ରଭାବ ରହିବ । ୨୧ ଯାଏ ବର୍ଷା ଲାଗିରହିବା ସହ ୨୩ରେ ବର୍ଷାର ପରିମାଣ ସାମାନ୍ୟ କମିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଲଘୁଚାପର ପ୍ରଭାବରେ ସମୁଦ୍ର ଅଶାନ୍ତ ଥିବାରୁ କାଲିଠାରୁ ୨୨ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ବାରଣ କରାଯାଇଛି ।

ଏହା ମଧ୍ୟ ପଢନ୍ତୁ: କୁଆଡେ ଗଲା ଗୁପ୍ତ ସୁଡ଼ଙ୍ଗ ? ତୁରନ୍ତ ଠାବ କରିବାକୁ ସେବାୟତଙ୍କ ଦାବି, ଗଜପତି କହିଲେ ଏମିତି

ସେପଟେ ଚଳିତ ସିଜିନରେରେ ଜୁନ ୧ ରୁ ଏଯାବତ ୨୮୮.୩୩ ମିମି ବର୍ଷା ରାଜ୍ୟରେ ହୋଇଥିବା ବେଳେ ଏବେବି ୨୭ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ଯେଉଁଠି ୩୯୪.୧ ମିମି ସ୍ୱାଭାବିକ ବର୍ଷା ରହିବା କଥା । ବାଲେଶ୍ୱରରେ ଅଧିକ ନିଅଣ୍ଟିଆ ବର୍ଷା ରହିଥିବା ବେଳେ ୧୬ ଜିଲ୍ଲାରେ ନିଅଣ୍ଟିଆ ସହ ୧୩ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ସେପଟେ ଗତ ୨୪ ଘଣ୍ଟାରେ ଅଧିକାଂଶ ସ୍ଥାନରେ ବର୍ଷା ହୋଇଥିବା ବେଳେ କନ୍ଧମାଳର ଫୁଲବାଣୀରେ ସର୍ବାଧିକ ୮୨.୨ ମିମି ବର୍ଷା ରେକର୍ଡ ହୋଇଛି । ସେହିପରି ସମ୍ବଲପୁର ସର୍ବାଧିକ ତାପମାତ୍ରା ୩୫.୬ ଡିଗ୍ରୀ ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ୱର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.