ETV Bharat / state

ମହାପ୍ରଭୁଙ୍କ ସ୍ନାନଯାତ୍ରା କିପରି ହୁଏ ? ଜାଣନ୍ତୁ ଗଜାନନ ବେଶ କାହିଁକି ହୁଅନ୍ତି ଶ୍ରୀଜୀଉ - Snana Yatra 2024

author img

By ETV Bharat Odisha Team

Published : Jun 21, 2024, 8:47 PM IST

Snana and Gajanana Besha Rituals: ମହାପ୍ରଭୁଙ୍କର ବାର ମାସରେ ତେର ପର୍ବ ଅନୁଷ୍ଠିତ ହୋଇଥାଏ । ସେ ମଧ୍ୟରୁ ପ୍ରଥମ ବା ଆଦ୍ୟପର୍ବ ହେଉଛି ସ୍ନାନଯାତ୍ରା । ଏହି ପର୍ବରେ ହିଁ ବର୍ଷକୁ ଗୋଟିଏ ଦିନ ପ୍ରତ୍ୟକ୍ଷ ଶ୍ରୀଅଙ୍ଗ ସ୍ନାନ କରନ୍ତି ଶ୍ରୀଜୀଉ । ଏହାପରେ ଧାରଣ କରନ୍ତି ଗଜାନନ ବେଶ । ଜାଣନ୍ତୁ କଣ ଏହି ପର୍ବ ଓ ଏହା ପଛରେ ରହିଥିବା କିମ୍ବଦନ୍ତୀ....

Snana Yatra 2024
Snana Yatra 2024 (ETV Bharat Odisha)

ପୁରୀ: ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କର ବାର ମାସରେ ତେର ପର୍ବ ପାଳନ ହୋଇଥାଏ । ସେଥିମଧ୍ୟରୁ ଅନ୍ୟତମ ପ୍ରମୁଖ ପର୍ବ ହେଉଛି ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା । ପ୍ରତିବର୍ଷ ଜ୍ୟୋଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ଏହା ଅନୁଷ୍ଠିତ ହୋଇଥାଏ । ଏହିଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପାରିକ ରୀତିନୀତିରେ ବେଦଧ୍ବନି ପୂର୍ବକ ୧୦୮ କଳସୀ ସୁବାସିତ ଜଳରେ ସ୍ନାନ କରାଯାଏ । ଏହାପରେ ଶ୍ରୀଜୀଉଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ମହାପ୍ରଭୁ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କ ସହିତ ପ୍ରତ୍ୟକ୍ଷ ଶ୍ରୀଅଙ୍ଗ ଜଳସ୍ନାନ କରନ୍ତି । ବାକି ବର୍ଷ ସାରା ତାଙ୍କୁ ବିମ୍ବସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ ।

Snana Yatra 2024 (ETV Bharat Odisha)

କିମ୍ବଦନ୍ତୀରେ ସ୍ନାନଯାତ୍ରା: ଶ୍ରୀଜୀଉଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ଏକ ଶାସ୍ତ୍ରୀୟ ଭିତ୍ତଭୂମିର ଲୀଳା । ମହାପ୍ରଭୁଙ୍କ ଆବିର୍ଭାବବେଳେ ପ୍ରଥମେ ଏହି ସ୍ନାନ ହୋଇଥିବରୁ, ଏହାକୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି କୁହାଯାଏ । ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନଲୀଳା କରାଇଥିଲେ ମହାରାଜା ଇନ୍ଦ୍ରଦ୍ୟୁମ ଓ ରାଣୀ ଗୁଣ୍ଡିଚା । ସେତେବେଳେ ସ୍ନାନମଣ୍ଡପ ନଥିବାରୁ ଏକ କାଠର ମଞ୍ଚ ନିର୍ମାଣ କରାଯାଇ ତାହା ଉପରେ ସ୍ନାନବିଧି ସମାପନ ହୋଇଥିଲା । ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ହୋଇଛି । ଶାସ୍ତ୍ରମତରେ ୧୦୮ ସୁନା କଳସରେ ଅଭିମନ୍ତ୍ରିତ ପବିତ୍ର ଜଳରେ ଦାରୁବ୍ରହଙ୍କ ଆଦ୍ୟ ସ୍ନାନଲୀଳା ସମାପନ ହୋଇଥିଲା । ସେହି ଶାସ୍ତ୍ରୀୟ ମତକୁ ଅନୁସରଣ କରି ଆଜି ବି ସେହିପରି ସ୍ନାନଯାତ୍ରା ଅନୁଷ୍ଠିତ ହେଉଅଛି ।

ସ୍ନାନ ପୂର୍ଣ୍ଣମୀ ରୀତିନୀତି:-

ପୂର୍ବ ରାତିରେ ଲାଗିହୁଏ ସେନାପଟା ଓ ବାହୁଟି: ଶାସ୍ତ୍ର ମତରେ ଜ୍ୟୋଷ୍ଠ ପୂର୍ଣ୍ଣିମା ଦିବସରେ ମହାପ୍ରଭୁଙ୍କ ଆବିର୍ଭାବ ହୋଇଥିଲା । ଜ୍ୟୋଷ୍ଠମାସ ପୂର୍ଣ୍ଣମୀରେ ମହାପ୍ରଭୁଙ୍କ ପ୍ରଥମ ସ୍ନାନଲୀଳା ଜାତି, ଧର୍ମ, ବର୍ଣ୍ଣ ନିର୍ବଶେଷରେ ସମସ୍ତେ ଦର୍ଶନ କରିଥିବାରୁ ଏହି ଲୀଳାକୁ ପତିତପାବନ ଲୀଳା କୁହାଯାଏ । ସ୍ନାନ ପୂର୍ଣ୍ଣିମା ପୂର୍ବଦିନ ସାଧାରଣ ଦିନ ପରି ଶ୍ରୀମନ୍ଦିରରେ କବାଟଫିଟା, ପାହାନ୍ତିଆ ଅବକାଶ, ଗୋପାଳବଲ୍ଲଭ, ସକାଳଧୂପ, ଦ୍ବିପ୍ରହର ଧୂପ ଆଦି ସମସ୍ତ ନୀତିର ସମାପନ ପରେ ସ୍ବଳ୍ପ ସମୟ ପାଇଁ ପହୁଡ଼ ହୁଏ ଓ ପରେ ପରେ ସ୍ନାନ ପୂର୍ଣ୍ଣିମାର ବିଧି ଆରମ୍ଭ ହେଇଯାଏ । ଏହିଦିନ କୋଠ ସିଆଁସିଆ ମନ୍ଦିରରେ ପ୍ରବେଶ କରନ୍ତି ଓ ପହଣ୍ଡି ପାଇଁ ଚାରମାଳ ବାନ୍ଧନ୍ତି । ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ସେନାପଟା ଓ ବାହୁଟି ଲାଗି ହୁଏ । ରତ୍ନ ସିଂହାସନ ଉପରେ ମଙ୍ଗଳାର୍ପଣ କରାଯାଏ ।

ସକାଳୁ ହୋଇଥାଏ ପହଣ୍ଡି: ସ୍ନାନ ପୂର୍ଣ୍ଣମୀ ଦିନ ମଙ୍ଗଳାଳତି ମଧ୍ୟ ସ୍ନାନ ମଣ୍ଡପରେ ହୋଇଥାଏ । ଏଥିପାଇଁ ସକାଳ ସମୟରୁ ସୁଦର୍ଶନ ସମେତ ତିନି ଠାକୁରଙ୍କୁ ସ୍ନାନ ମଣ୍ଡପକୁ ପହଣ୍ଡି କରାଯାଇଥାଏ । ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦଇତାମାନେ ପହଣ୍ଡି କରାଉଥିବାବେଳେ ମଦନମୋହନଙ୍କୁ କେବଳ ମହାଜନ ସେବକମାନେ ବିଜେ କରାଇଥାନ୍ତି । ପହଣ୍ଡି ବିଜେ ସମୟରେ ସାତ ପାହଚ ଉପରେ ଠାକୁରମାନେ ଚୂଳ ଓ ଟାହିଆ ଲାଗି ହୁଅନ୍ତି । ଏହି ସାତପାହଚ ଉପରେ ଟାହିଆ ଲାଗି ହେବାପରେ ଦ୍ବିତୀୟ ମଙ୍ଗଳାର୍ପଣ ହୁଏ । ତା'ପରେ ବନ୍ଦାପନା ଓ ପରେ ପରେ ରାଘବଦାସ ମଠରୁ ଆସିଥିବା ଘଷା ଲାଗି କରାଯାଏ । ତା'ପରେ ପନ୍ତି ଖାଇ ଖାଇ ଠାକୁରମାନେ ସ୍ନାନବେଦିକୁ ଯାଇ ନିଜର ଆସ୍ଥାନ ଉପରେ ଅବସ୍ଥାନ କରନ୍ତି । ସୁଆର ବଡୁ ଅମ୍ଭୂଣିଆ ପାଣି ଛିଞ୍ଚନ୍ତି । ଗରାବଡୁ ସୁବର୍ଣ୍ଣକଳସ ଧରି ଶିତଳାଦେବୀଙ୍କ ସମ୍ମୁଖସ୍ଥ ଓ ବର୍ଷତମାମ ଅପବ୍ୟବହୃତ ହୋଇ ରହିଥିବା ସ୍ବର୍ଣ୍ଣକୂପରୁ ଜଳ ଆଣନ୍ତି ।

ସ୍ବର୍ଣ୍ଣକୂପରୁ ଆସିଥାଏ ୧୦୮ କଳସ ଜଳ: ଦେବସ୍ନାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ ବୋଲି ବିଶ୍ବାସ ରହିଛି । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ପୂର୍ବ ଦିନରୁ ରହିଥିବା ଏହି ସୁବାସିତ ଜଳକୁ ଅଭିମନ୍ତ୍ରିତ କରାଯାଇ ଦାରୁବ୍ରହ୍ମଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ । ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ଦେବୀ ସୁଭଦ୍ରା ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ ।

ଗଜାନନ ବେଶ: ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପରେ ଗଜାନନବେଶରେ ସଜ୍ଜିତ ହୁଅନ୍ତି । ଏହା ପଛରେ ଏକାଧିକ କିମ୍ବଦନ୍ତୀ ନିହିତ । ମହାରାଷ୍ଟ୍ରର ଜଣେ ଭକ୍ତ ଗଣପତି ଭଟ୍ଟ ଥରେ ଶ୍ରୀକ୍ଷେତ୍ରର ମହିମା ବିଷୟରେ ଶୁଣି ମହାପ୍ରଭୁଙ୍କ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଲେ । ସେ ଭଗବାନ ଗଣେଶଙ୍କର ଭକ୍ତ ଥିଲେ । ହେଲେ ଦାରୁ ବିଗ୍ରହଙ୍କ ଦର୍ଶନ କରି ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ବୀକାର କଲେ ଏବଂ ଦୁଃଖରେ ମନ୍ଦିର ତ୍ୟାଗ କଲେ । ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା । ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ । ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀଜଗନ୍ନାଥ ଓ ବଳଭଦ୍ରଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ହୋଇଗଲା । ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୁଲ ବୁଝିପାରିଲେ । ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜାନନବେଶ ଧାରଣ କରିବେ । ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜାନନବେଶ ଧାରଣ କରନ୍ତି ।

ଅନବସର: ସ୍ନାନ ପୂର୍ଣ୍ଣମୀ ରୀତିନୀତି ସରିବା ପରେ ଠାକୁରମାନେ ଶ୍ରୀମନ୍ଦିରକୁ ଗୋଟି ପହଣ୍ଡିରେ ଫେରନ୍ତି । ଭିତର କାଠପାଖ ଅଣସର ପିଣ୍ଡିରେ ଠାକୁରମାନେ ବିଜେ କରିବାପରେ ତାଟି ବନ୍ଧାଯାଏ ଓ ପଟିମୂର୍ତ୍ତି ସ୍ଥାପନା କରାଯାଏ । ତା'ପରେ ଏହି ଚତୁର୍ଦ୍ଧାମୂର୍ତ୍ତି ସ୍ନାନ ପୂର୍ଣ୍ଣିମାଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଦୀର୍ଘ ୧୫ ଦିନ ଧରି ଜ୍ବରରେ ପଡ଼ନ୍ତି । ଏହାକୁ ଅନବସର ବା ଅଣସର କୁହାଯାଏ । ଏହି ୧୫ ଦିନ ଭକ୍ତମାନେ ଶ୍ରୀଜୀଉମାନଙ୍କର ଦର୍ଶନ ପାଆନ୍ତି ନାହିଁ । ଏହି ସମୟରେ ଭକ୍ତମାନେ ନିକଟସ୍ଥ ବ୍ରହ୍ମଗିରିରେ ପୂଜା ପାଉଥିବା ଅଲାରନାଥଙ୍କୁ ଦର୍ଶନ କରନ୍ତି ।

ଏହା ମଧ୍ୟ ପଢ଼ନ୍ତୁ...ସ୍ନାନଯାତ୍ରା ଟ୍ରାଫିକ କଟକଣା: ଜାଣନ୍ତୁ କେଉଁଠି ରଖିବେ ଗାଡ଼ି; କିପରି କରିବେ ଦର୍ଶନ - SNANA YATRA Traffic restrictions

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.