ETV Bharat / state

ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ, ଚୂଡ଼ାନ୍ତ ହେଲା ରଥଯାତ୍ରା ନୀତି ନିର୍ଘଣ୍ଟ - Ratha Yatra 2024 Schedule

author img

By ETV Bharat Odisha Team

Published : Jun 24, 2024, 11:09 PM IST

Ratha Yatra 2024 Schedule: ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଚୂଡ଼ାନ୍ତ ହେଲା ରଥଯାତ୍ରା ନୀତି ନିର୍ଘଣ୍ଟ । ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା । ଜାଣନ୍ତୁ କେମିତି ରହିଛି ନୀତି ନିର୍ଘଣ୍ଟ,

Ratha Yatra 2024 Schedule
Ratha Yatra 2024 Schedule (ETV Bharat Odisha)

ପୁରୀ: ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ରଥଯାତ୍ରା ନୀତି ନିର୍ଘଣ୍ଟ ହେଲା ଚୂଡ଼ାନ୍ତ । ବଡ଼ଦାଣ୍ଡସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ରଥଯାତ୍ରାର‌ ନୀତି ନିର୍ଘଣ୍ଟକୁ ବୈଠକରେ ଅନୁମୋଦନ କରାଯାଇଛି । ଚଳିତ ବର୍ଷ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ୧୯୭୧ ମସିହାରେ ଅନୁଷ୍ଠିତ ହୋଇଥିବା ନୀତିକାନ୍ତି ଅନୁଯାୟୀ ଚଳିତ ବର୍ଷ ରଥଯାତ୍ରାର ନୀତିକାନ୍ତି ଅନୁଷ୍ଠିତ ହେବ ।

ଆସନ୍ତା ଜୁଲାଇ ୭ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ତେବେ ଏହାର ପୂର୍ବଦିନ ଅର୍ଥାତ୍ ଜୁଲାଇ ୬ ତାରିଖରେ ପଟିଦିଅଁଙ୍କଠାରୁ ଆଜ୍ଞାମାଳ ବିଜେ ହୋଇ ରଥଖଳାକୁ ଆସିବ । ପରେ ତିନି ରଥକୁ ସିଂହଦ୍ଵାର ସମ୍ମୁଖକୁ ଅଣାଯିବ । ୬ ତାରିଖରେ ମହାପ୍ରଭୁଙ୍କ ସକାଳ ଧୂପ ପରେ ରଥଖଳାକୁ ଆଜ୍ଞାମାଳ ବିଜେ କରିବ । ସକାଳ ୭ଟାରୁ ୮ଟା ୩୦ ମଧ୍ୟରେ ସକାଳ ଧୂପ ନୀତି ନିର୍ଘଣ୍ଟ ହୋଇଥିବାବେଳେ ରଥ ଆଜ୍ଞାମାଳ ବିଜେ ସକାଳ ୮ଟା ୪୫ରେ ଅନୁଷ୍ଠିତ ହେବ । ସେହିପରି ସେହିଦିନ ସନ୍ଧ୍ୟାଧୂପ ପରେ ଅପରାହ୍ନ ୫ଟାରେ ଧ୍ବଜା ଆଜ୍ଞାମାଳ ବିଜେ ହେବ । ସେହିପରି ଜୁଲାଇ ୭ରେ ରାତ୍ର ୨ଟାରେ ମଙ୍ଗଳ ଆଳତୀ ପରେ ବିଭିନ୍ନ ନୀତିକାନ୍ତି ବଢ଼ି ସକାଳ ୭ଟା ୩୦ରୁ ୧୨ଟା ୩୦ ମଧ୍ୟରେ ସେନାପଟା ଲାଗି ହେବ । ଦିନ ୧୧ଟାରେ ରଥ ପ୍ରତିଷ୍ଠା, ୧ଟା ୧୦ରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ପହଣ୍ଡି ଶେଷ ହେବ । ଏହାପରେ ଅପରାହ୍ନ ୪ଟାରେ ଗଜପତିଙ୍କ ଦ୍ବାରା ଛେରାପହଁରା ନୀତି ଅନୁଷ୍ଠିତ ହେବାପରେ ଅପରାହ୍ନ ୫ଟାରେ ରଥଟଣା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ପ୍ରଶାସକ ।

ଏହା ମଧ୍ୟ ପଢ଼ନ୍ତୁ...ପାଖେଇ ଆସୁଛି ରଥ ଯାତ୍ରା; ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ - RathaKhala Halchal

ତେବେ ଚଳିତ ବର୍ଷ ରଥଯାତ୍ରାଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ସମସ୍ତ ନୀତିକାନ୍ତି କିଭଳି ସୁରୁଖୁରୁରେ ଓ ଶୃଙ୍ଖଳିତ ଭାବେ ହୋଇପାରିବ ସେନେଇ ସମସ୍ତଙ୍କ ସହଯୋଗ ଲୋଡିଛି ଶ୍ରୀମନ୍ଦିର ପ୍ରଶାସନ । ଆଜି ଛତିଶା ନିଯୋଗ ବୈଠକରେ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଅଧ୍ୟକ୍ଷତା କରିଥିବା ବେଳେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ର, ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ ଓ ଛତିଶା ନିଯୋଗର ସେବାୟତ ପ୍ରତିନିଧିମାନେ ଉପସ୍ଥିତ ଥିଲେ । ଆସନ୍ତାକାଲି ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହେବାକୁ ଥିବାବେଳେ ରଥଯାତ୍ରା ନୀତି ନିର୍ଘଣ୍ଟକୁ ପାରିତ କରିବ ପରିଚାଳନା କମିଟି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.