ETV Bharat / state

ମହାପ୍ରଭୁଙ୍କ ସ୍ନାନଯାତ୍ରା, ପୁରୀରେ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା - Deva Snana Purnima 2024

author img

By ETV Bharat Odisha Team

Published : Jun 21, 2024, 5:40 PM IST

Deva Snana Purnima 2024: ରାତି ପାହିଲେ ମହାପ୍ରଭୁଙ୍କ ସ୍ନାନଯାତ୍ରା । ସ୍ନାନଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପୁରୀ ଜିଲ୍ଲା ପୋଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି । ଅଧିକ ପଢ଼ନ୍ତୁ

Deva Snana Purnima 2024
Deva Snana Purnima 2024 (ETV Bharat Odisha)

ପୁରୀ: ଆସନ୍ତାକାଲି (ଶନିବାର) ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ସ୍ନାନବେଦିରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ଭିଡ଼ ହେବ । ଏହାକୁ ଦୃଷ୍ଟିରେ ରଖି ସ୍ନାନଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପୁରୀ ଜିଲ୍ଲା ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

ରାତି ପାହିଲେ ମହାପ୍ରଭୁଙ୍କ ସ୍ନାନଯାତ୍ରା । ତେବେ ସ୍ନାନଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପୁରୀ ଜିଲ୍ଲା ପୋଲିସ ଓ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବଡ଼ ଦାଣ୍ଡ, ସମୁଦ୍ର କୂଳ ସହ ପୁରୀ ସହରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁରୀ ଏସପି ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ସ୍ନାନଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ନେଇ ପୁରୀ ପୋଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତ । ସୁରକ୍ଷା ଦାୟିତ୍ବରେ ସମୁଦାୟ 4 ଜଣ ଏସପି ରାଙ୍କର ଅଫିସର, 12 ଜଣ ଅତରିକ୍ତ ଏସପି, 22 ଜଣ ଡିଏସପି, 290ରୁ ଊର୍ଦ୍ଧ୍ବ ସବ ଇନସପେକ୍ଟରଙ୍କ ସହ ସମୁଦାୟ 68 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ପୋଲିସ ପକ୍ଷରୁ 112 ପୋଲିସ ହେଲ୍ପ ଲାଇନ୍ ନମ୍ବର ଜାରି କରାଯାଇଛି । ଶ୍ରୀମନ୍ଦିର ଭିତରେ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି । ଶ୍ରୀମନ୍ଦିର ବାହାରେ ଓ ଚତୁର୍ପାର୍ଶ୍ୱରେ ସ୍ୱତନ୍ତ୍ର ବ୍ୟବସ୍ଥା, ଟ୍ରାଫିକ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା, ଭିଆଇପି ଓ ଭିଭିଆଇପିଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି ।

ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ମାର୍କେଟ ଛକରୁ ହୋଇଥିବା ବ୍ୟାରିକେଡରେ ଭକ୍ତ ପ୍ରବେଶ କରି ସିଂହଦ୍ଵାର ଦେଇ ସ୍ନାନବେଦୀରେ ଦର୍ଶନ କରିବେ । ପହଣ୍ଡି ସମୟରେ ଟିକଟଧାରୀ ଭକ୍ତମାନଙ୍କ ପାଇଁ ଦକ୍ଷିଣ ଦ୍ବାରରେ ପ୍ରବେଶ ନେଇ ବ୍ୟବସ୍ଥା ହୋଇଛି । ମାର୍କେଟ ଛକରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ନୋ ଭେଇକିଲ୍ ଜୋନ୍ କରାଯାଇଛି । କେବଳ ପାସ୍‌ଧାରୀମାନେ ମରଚିକୋଟ ଛକ ପର୍ଯ୍ୟନ୍ତ ଯାଇପାରିବେ । ପାର୍କିଂ ପାଇଁ ମଧ୍ୟ ବ୍ୟାପକ ବ୍ୟବସ୍ଥା ହୋଇଛି । ଭୁବନେଶ୍ୱରରୁ ଆସୁଥିବା ଯାନବାହନ ହରେକୃଷ୍ଣପୁର ଦେଇ ଶ୍ରୀସେତୁ ଦେଇ ଜେବିପିସିରେ ପାର୍କିଂ କରିବେ । ପାର୍କିଂ ଫୁଲ ହୋଇ ଗଲେ ଅନ୍ୟ ପାର୍କିଂ ସ୍ଥାନ ବ୍ୟବହାର ହେବ ।

ଏହା ମଧ୍ୟ ପଢ଼ନ୍ତୁ...ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର, ଆଜି ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି - Daita Pravesh Niti

ଶ୍ରୀମନ୍ଦିର ବାହାରେ ଭିଡ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି । ଶ୍ରୀମନ୍ଦିର ସିଂହଦ୍ଵାର ଦେଇ ଭକ୍ତମାନେ ପ୍ରବେଶ କରିବେ ଓ ବାକି ତିନି ଦ୍ୱାର ଦେଇ ପ୍ରସ୍ଥାନ କରିବେ । ଛିନତାଇ ଅପରାଧୀଙ୍କୁ ରୋକିବା ପାଇଁ ପୋଲିସ ମୁତୟନ ହେବେ । ଗରମକୁ ଦୃଷ୍ଟିରେ ରଖି ଭକ୍ତଙ୍କୁ ସାହାଯ୍ୟ କରିବା ପାଇଁ ସବୁ ବ୍ୟବସ୍ଥା ହୋଇଛି । ପହଣ୍ଡି ସମୟରେ ଠାକୁରଙ୍କୁ ସ୍ପର୍ଶ କରହିବା ମନା ରହିଛି । କେବଳ ପାଳିଥିବା ସେବାୟତ ମହାପ୍ରଭୁଙ୍କ ନିକଟରେ ରହିବେ ।ବେଳାଭୂମିରେ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ପୁରୀ ସିଟିଡି ଏସପିଙ୍କ ନେତୃତ୍ଵରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କିଛି ଅଘଟଣକୁ ରୋକିବାକୁ ଲାଇଫଗାର୍ଡ ସହ ଅଗ୍ନିଶମ ବାହିନୀଙ୍କୁ ଦାୟିତ୍ୱ ଦିଆଯାଇଛି ବୋଲି ପୁରୀ ଏସପି ସୂଚନା ଦେଇଛନ୍ତି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.