ETV Bharat / state

ବଜ୍ରପାତ ନେଲା 9 ଜୀବନ, ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ - CM Mohan Announces Compensation - CM MOHAN ANNOUNCES COMPENSATION

Several Killed In Lightning Strike CM Mohan Majhi Announced Compensation: ଆଜି ରାଜ୍ୟରେ ବଜ୍ରପାତରେ 9 ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀ ଶୋକପ୍ରକାଶ କରିବା ସହ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଅଧିକ ପଢ଼ନ୍ତୁ

CM MOHAN ANNOUNCES COMPENSATION
CM MOHAN ANNOUNCES COMPENSATION (ETV Bharat Odisha)
author img

By ETV Bharat Odisha Team

Published : Aug 17, 2024, 10:19 PM IST

ଭୁବନେଶ୍ବର: ରାଜ୍ୟର ଆଜି ବିଭିନ୍ନ ସ୍ଥାନରେ ବଜ୍ରପାତ ଜନିତ 9 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ସହାୟତା ଘୋଷଣା କରିଛନ୍ତି । ପ୍ରତି ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଆହତମାନଙ୍କ ଚିକିତ୍ସା ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ବଜ୍ରପାତ ନେଲା ପ୍ରାଣ:

ଆଜି ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରେ 9 ଜଣଙ୍କର ବଜ୍ରଘାତଜନିତ ମୃତ୍ୟୁ ହୋଇଛି । ୬ଟି ଜିଲ୍ଲାରେ ବଜ୍ରପାତ ଘଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇ ଚିକିତ୍ସିତ ହେଉଛନ୍ତି । ମୟୂରଭଞ୍ଜ, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାରେ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ କେନ୍ଦୁଝର, ଢେଙ୍କାନାଳ ଓ ଗଞ୍ଜାମ ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।

ମୁଖ୍ୟମନ୍ତ୍ରୀ ଘୋଷଣା କଲେ ଅନୁକମ୍ପା ରାଶି:

ବଜ୍ରପାତ ଜନିତ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି । ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ଆଶୁଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି ।

ବଜ୍ରାପାତରେ ମହିଳା ମୃତ:

ସେପଟେ ଯାଜପୁର ଜିଲ୍ଲା କୋରେଇ ଥାନା ଅନ୍ତର୍ଗତ ଅସନଝର ପଞ୍ଚାୟତ ସୁନାଚରା ଗ୍ରାମରେ ଧାନ ବିଲରେ କାମ କରୁଥିବା ସମୟରେ ବଜ୍ରାଘାତରେ ଜଣେ ମହିଳାଙ୍କ ମୃତ ହୋଇଛି । ମୃତକ ଜଣକ ତାରାକୋଟ ଗ୍ରାମର ସୁକାନ୍ତି ଜେନା ବୋଲି ଜଣାପଡିଛି । ସୁକାନ୍ତି କାମ କରିବା ପାଇଁ ସୁନାଚରା ଗାଁକୁ ଯାଇଥିଲେ । ବିଲରେ କାମ କରିବା ସମୟରେ ପ୍ରବଳ ବର୍ଷା ସହିତ ବଜ୍ରାପାତ ହୋଇଥିଲା l ଏହି ସମୟରେ ସୁକାନ୍ତି ବିଲରେ କାମ କରୁଥିବା ବେଳେ ବଜ୍ରାଘାତ ଘଟିଥିଲା । ପରିବାର ଲୋକେ ସୁକାନ୍ତିଙ୍କୁ ଆମ୍ବୁଲାନ୍ସ ଯୋଗେ କୋରେଇ ମେଡିକାଲ ଆଣିଥିଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ସେପଟେ କୋରେଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି । ତେବେ ଏନେଇ ଏ ପର୍ଯ୍ୟନ୍ତ କୌଣସି ସରକାରୀ ସୂଚନା ଜାରି କରାଯାଇନାହିଁ ।

ଏହା ମଧ୍ୟ ପଢ଼ନ୍ତୁ...ଛେଳି ଚରାଇବେ ବେଳେ ଆକାଶରୁ ଖସିଲା ମୃତ୍ୟୁ; ଚାଲିଗଲା ଜଣଙ୍କ ଜୀବନ

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.