ETV Bharat / state

ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ, ସ୍ନାନଯାତ୍ରା ପାଇଁ ନୀତି ନିର୍ଘଣ୍ଟ - Snana Yatra 2024 - SNANA YATRA 2024

Snana Yatra: ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ । ସ୍ନାନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ । ପହଣ୍ଡି ସମୟ ସ୍ଥିର । ଅଧିକ ପଢନ୍ତୁ

SNANA YATRA
SNANA YATRA (ETV BHARAT ODISHA)
author img

By ETV Bharat Odisha Team

Published : Jun 15, 2024, 1:34 PM IST

ପୁରୀ: ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସ୍ନାନ ଯାତ୍ରା । ଏହା ପୂର୍ବରୁ ଅନୁଷ୍ଠିତ ହୋଇଯାଇଛି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ । ବୈଠକରେ ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି ଛତିଶା ନିଯୋଗ । ଶୃଙ୍ଖଳିତ ନୀତି କାନ୍ତି ସହ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଓ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା କିଭଳି ସୁରୁଖୁରୁରେ ସମ୍ପନ୍ନ ହେବ ସେନେଇ ଛତିଶା ନିଯୋଗ ସେବାୟତ ସଦସ୍ୟଙ୍କ ସହଯୋଗ ଲୋଡିଥିଲା ଶ୍ରୀମନ୍ଦିର ପ୍ରଶାସନ । ଆସନ୍ତା ୨୨ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ବିଶେଷ ନୀତିକାନ୍ତି ଥିବାରୁ ଏହାକୁ କିଭଳି ଶୃଙ୍ଖଳିତ ଭାବେ ପରିଚାଳିତ କରାଯିବ ସେନେଇ ବିଶେଷ ଗୁରୁତ୍ୱ ଦିଆଯାଇଛି ।

ସ୍ନାନ ପୂର୍ଣ୍ଣିମା ଦିନ ପହଣ୍ଡି ସମୟ ଭୋର ୪ଟାରୁ ୬ଟା ରହିଛି । ଏହାପରେ ଅନ୍ୟାନ୍ୟ ନୀତିକାନ୍ତି ବଢ଼ିବା ପରେ ଦିନ ୨ଟାରେ ଛେରା ପହଁରା, ୨ଟା ୪୦ରେ ହାତୀବେଶ, ୬ଟା ୩୦ରୁ ୯ଟା ୩୦ ମଧ୍ୟରେ ସାହାଣମେଲା ଦର୍ଶନ ରହିଛି । ପରେ ୧୦ଟା ୩୦ରୁ ରାତ୍ର ୧ଟା ମଧ୍ୟରେ ବାହୁଡ଼ା ପହଣ୍ଡି, ୧ଟା ୩୦ରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି କରାଯିବା ନେଇ ନୀତି ନିର୍ଘଣ୍ଟରେ ସୂଚନା ଦିଆଯାଇଛି । ତେବେ ଉକ୍ତ ଦିନର ନୀତି ଅନୁଯାୟୀ ନୀତି ନିର୍ଘଣ୍ଟରେ ପରିବର୍ତ୍ତନ ହୋଇପାରେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଚଳିତ ବର୍ଷ ୧୩ ଦିନ ଅଣସର ପଡ଼ୁଥିବାରୁ ସେବାୟତ ଓ ପ୍ରଶାସନ ପାଇଁ ଏହା ଏକ ବଡ଼ ଚ୍ୟାଲେଞ୍ଜ ହେବ ।‌

ଏହା ମଧ୍ୟ ପଢନ୍ତୁ-ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ମୁଖ୍ୟମନ୍ତ୍ରୀ; ବାଇଶି ପାହାଚରେ ବସିଲେ, ପରିକ୍ରମା ମାର୍ଗ ବୁଲିଲେ - CM MOHAN MAJHI VISITS PURI TEMPLE

ସ୍ନାନ ଯାତ୍ରାରେ ଲକ୍ଷାଧିକ ଭକ୍ତ ଶ୍ରଦ୍ଧାଳୁଙ୍କ ସମାଗମ ହେବାକୁ ଥିବାରୁ ସେନେଇ ସମସ୍ତ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ । ଆସନ୍ତା ସ୍ନାନ ପୂର୍ଣ୍ଣିମା ଓ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସେବାୟତଙ୍କ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି ସେବାୟତ ପ୍ରତିଶ୍ରୁତି ଦେଇଛନ୍ତି । ନିଳାଦ୍ରୀ ଭକ୍ତ ନିବାସଠାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଅଧ୍ୟକ୍ଷତା କରିଥିବା ବେଳେ ଏଥିରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ର, ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ, ପରିଚାଳନା କମିଟି ସେବାୟତ ସଦସ୍ୟ ଓ ଛତିଶା ନିଯୋଗର ସେବାୟତ ସଦସ୍ୟ ମାନେ ଉପସ୍ଥିତ ଥିଲେ ।

ଶ୍ରୀମନ୍ଦିର ଚାରି ଦ୍ଵାର ଭକ୍ତଙ୍କ ପାଇଁ ଖୋଲିବା ପରେ ମନ୍ଦିର ଭିତରେ କିଭଳି ଭକ୍ତ ଶୃଙ୍ଖଳିତ ଦର୍ଶନ କରିବେ ସେନେଇ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରିବା ପାଇଁ ସେବାୟତ ପରାମର୍ଶ ଦେଇଥିଲେ । ତେବେ ମହପ୍ରଭୁଙ୍କ ଗଜାନନ ବେଶ ବେଳେ କେବଳ ନୀତି ଥିବା ପାଳିଆ ସେବାୟତଙ୍କ ଛଡା ଅନ୍ୟ କୌଣସି ସେବାୟତଙ୍କୁ ମହାପ୍ରଭୁଙ୍କ ନିକଟରେ ଠିଆ ହେବାକୁ ଦିଆନଯିବାକୁ ଖୁଣ୍ଟିଆ ନିଯୋଗ ଦାବି ଜଣାଇଛି । ଅଧିକ ସେବାୟତ ଠିଆ ହୋଇ ରହୁଥିବାରୁ ନୀତିରେ ବିଳମ୍ବ ସହ ଲକ୍ଷ ଲକ୍ଷ ଭକ୍ତ ମଧ୍ୟ ମହାପ୍ରଭୁଙ୍କ ଗଜାନନ ବେଶ ଠିକରେ ଦର୍ଶନ କରିପାରୁନାହାନ୍ତି । ତେବେ ଏ ଦିଗରେ ସବୁ ପଦକ୍ଷେପ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଆଯିବ ବୋଲି ସୂଚନା ଦିଆଯାଇଛି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.