ଭୁବନେଶ୍ବର: ରାଜ୍ୟରେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ତାପମାତ୍ରାରେ କୌଣିସି ପରିବର୍ତ୍ତନ ହେବ ନାହିଁ । ଓଡ଼ିଶାକୁ ପୁଣିଥରେ ବର୍ଷା ଫେରିଥିବା ବେଳେ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି । ସେପଟେ ଆସନ୍ତା 24 ଘଣ୍ଟା ମଧ୍ୟ ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ଦୃଶ୍ୟମାନ ହେବା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ବର୍ତ୍ତମାନ ରାଜ୍ୟରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଥିବାରୁ ଏହାର ପ୍ରଭାବରେ ରାଜ୍ୟକୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ସହ ବାୟୁମଣ୍ଡଳର ଉପରି ଭାଗରେ ଏହା ସକ୍ରିୟ ରହିଛି । ଫଳରେ ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତା ୨୪ ଘଣ୍ଟାରେ ଝାରସୁଗୁଡା, ସୁନ୍ଦରଗଡ, ବରଗଡ଼, ସମ୍ବଲପୁର, ଦେଓଗଡ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଏହାସହ ଆସନ୍ତା ୧୬ ତାରିଖରୁ ରାଜ୍ୟରେ ପାଗ ବଦଳିବା ସହ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି କହିଛି ପାଣିପାଗ ବିଭାଗ ।
ସେପଟେ ରାଜ୍ୟରେ ସକ୍ରିୟ ଥିବା ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟକୁ ଜଳୀୟବାଷ୍ପପୂର୍ଣ ବାୟୁ ଚଳାଚଳ ହେଉଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ବିଶେଷ ଭାବେ ଆସନ୍ତା ୨୪ ଘଣ୍ଟାରେ ୯ଟି ଜିଲ୍ଲା କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଅନୁଗୋଳ, ଢେଙ୍କାନାଳ, ଯାଜପୁର ଓ ନୟାଗଡରେ ଘନ କୁହୁଡି ଦୃଶ୍ୟମାନ ହେବାର ସମ୍ଭାବନା ରହିଥିବା ବେଳେ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହା ମଧ୍ୟ ପଢ଼ନ୍ତୁ.....ପୁଣି ବର୍ଷାରେ ଭିଜିବ ଓଡ଼ିଶା, ଆଜିଠୁ 3 ଦିନ ବର୍ଷା ସମ୍ଭାବନା
ଗତ ୨୪ ଘଣ୍ଟାରେ ପାଗ ଶୁଖିଲା ରହିବା ସହ କିଛି ସ୍ଥାନରେ କୁହୁଡି ଦୃଶ୍ୟମାନ ହୋଇଥିଲା । ଅନୁଗୋଳ, ପାରାଦ୍ବୀପ, ପୁରୀ ଓ କେନ୍ଦ୍ରାପଡ଼ାରେ ଘନ କୁହୁଡି ଦେଖିବାକୁ ମିଳିଥିଲା । ପାରାଦ୍ବୀପରେ ୩୦ ମିଟର ଘନ କୁହୁଡି ରେକର୍ଡ ହୋଇଛି । ଗତକାଲି ଭବାନୀପାଟଣାରେ ୩୪.୬ ଡିଗ୍ରୀ ରାଜ୍ୟର ସର୍ଵୋଚ୍ଚୋ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ସମତଳ ଅଞ୍ଚଳ ଭାବରେ ସର୍ବନିମ୍ନ ତାପମାତ୍ରା ଅନୁଗୋଳରେ 14.5 ଡିଗ୍ରୀ ଓ ପାହଡ଼ିଆ ଅଞ୍ଚଳ ଭାବରେ କୋରାପୁଟର ସିମିଲିଗୁଡ଼ାରେ ୯.4 ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।
ଇଟିଭି ଭାରତ, ଭୁବନେଶ୍ବର