ETV Bharat / state

ପୁଣି ରାଜ୍ୟରୁ ଶୀତ ଗାଏବ; ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

author img

By ETV Bharat Odisha Team

Published : Feb 11, 2024, 7:19 PM IST

Odisha Weather Update: ପୁଣି ଥରେ ଓଡ଼ିଶାରୁ ଶୀତ ଉଭାନ ହୋଇଥିବା ବେଳେ ପାରଦ ଉପରମୁହାଁ ହୋଇଛି । ଉତ୍ତର ପଶ୍ଚିମ ଦିଗରୁ ପ୍ରବାହିତ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହିତ ହେଉଥିବାରୁ ଏହା ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଅଧିକ ପଢ଼ନ୍ତୁ

ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ପୁଣି ରାଜ୍ୟରୁ ଶୀତ ଗାଏବ । ଗତ କିଛି ଦିନ ରାଜ୍ୟରେ ତାପମାତ୍ରା ହ୍ରାସ ପାଇଥିବା ବେଳେ ଶୀତ ଅନୁଭୂତ ହେଉଥିଲା । କିନ୍ତୁ ଏବେ ପୁଣି ଥରେ ଓଡ଼ିଶାରୁ ଶୀତ ଉଭାନ ହୋଇଥିବା ବେଳେ ପାରଦ ଉପରମୁହାଁ ହୋଇଛି । 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ କୌଣସି ନିର୍ଦ୍ଦିଷ୍ଟ ପାଣିପାଗର ପ୍ରଭାବ ନଥିବା ବେଳେ ଉତ୍ତର ପଶ୍ଚିମ ଦିଗରୁ ପ୍ରବାହିତ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହିତ ହେଉଥିବାରୁ ଏହା ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ରାଜ୍ୟରେ ବର୍ତ୍ତମାନ ପାଗ ଶୁଖିଲା ରହିଛି । କିଛି ସ୍ଥାନରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ବୃଦ୍ଧି ହୋଇଥିବାରୁ ଗରମ ସହ ଗୁଳୁଗୁଳି ଅନୁଭବ ହେଉଛି । ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ପ୍ରକ୍ରିୟା ସକ୍ରିୟ ନଥିବା ବେଳେ ଆଗାମୀ ୫ ଦିନ ଯାଏ କୌଣସି ସତର୍କ ସୂଚନା ନାହିଁ । କିନ୍ତୁ ଉତ୍ତର ପଶ୍ଚିମ ଦିଗରୁ ଆସୁଥିବା ମେଘ ସମୂହ ସହ ରାଜ୍ୟ ମଧ୍ୟକୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଛି । ଏହାର ପ୍ରଭାବରେ ରାଜ୍ୟରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, କେଉଁଝର, ମୟୁରଭଞ୍ଜ ଓ ଦେଓଗଡ଼ ଆଦି ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ରହିଛି ।

ଏହା ମଧ୍ୟ ପଢ଼ନ୍ତୁ....ମାଘରେ ବାଘର ତାତି, ଏବେଠୁ ଅସହ୍ୟ ହେଲାଣି ଖରା

ସେହିପରି ଆସନ୍ତାକାଲି ଅର୍ଥାତ 12 ତାରିଖରେ ରାଜ୍ୟର କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାସହ ଦୁଇଦିନ ପରେ ସାରା ରାଜ୍ୟରେ ପାଗ ଶୁଖିଲା ରହିବ । ରାଜ୍ୟରେ ଶୀତ ଉଭାନ ହେବ ସହ ଧୀରେ ଧୀରେ ତାପମାତ୍ରା ବୃଦ୍ଧି ପାଇବ । 2ରୁ 3 ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ । ବିଶେଷ କରି ଦିନର ତାପମାତ୍ରା ଅଧିକ ବଢ଼ିବ ଫଳରେ ରାଜ୍ୟରେ ଗରମ ଅନୁଭୁତ ହେବ । ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇଥିବା ବେଳେ ଅନେକ ସ୍ଥାନରେ ୩୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇଛି । ରାଜ୍ୟରେ ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୪. ୮ ଡିଗ୍ରୀ ସହ ସର୍ବନିମ୍ନ କୋରାପୁଟ ୧୩.୮ ଡିଗ୍ରୀ ସେଲ୍ସିୟସ ତାପମାତ୍ରା ରେକର୍ଡ ହୋଇଛି । ସେହିପରି କଟକରେ ୨୯.୬ ଓ ଭୁବନେଶ୍ୱର ରେ ୩୦.୦୦ ତାପମାତ୍ରା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.