ETV Bharat / state

ସୁଭଦ୍ରା ଯୋଜନା: ନଭେମ୍ବର ୨୪ରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା - SUBHADRA YOJANA

୨୦ ଲକ୍ଷରୁ ଅଧିକ ମହିଳା ହିତାଧିକାରୀ ପାଇବେ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ସୁନ୍ଦରଗଡ଼ରେ ବାଣ୍ଟିବେ ସରକାର ।

Subhadra Yojana
Subhadra Yojana (ETV Bharat Odisha)
author img

By ETV Bharat Odisha Team

Published : Nov 9, 2024, 3:47 PM IST

Updated : Nov 9, 2024, 4:04 PM IST

ଭୁବନେଶ୍ବର: ନଭେମ୍ବର ୨୪ରେ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ତୃତୀୟ ପର୍ଯ୍ୟାୟରେ ପ୍ରାୟ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ସୁନ୍ଦରଗଡରେ ଆୟୋଜିତ ହେବାକୁ ଥିବା ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଜରିଆରେ ଏହି ଟଙ୍କା ପ୍ରଦାନ କରାଯିବ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ଖାତାକୁ ଆସିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା:

ସୁଭଦ୍ରା ଯୋଜନାରେ ୨ଟି ପର୍ଯ୍ୟାୟରେ ପ୍ରଥମ କିସ୍ତି ଟଙ୍କା ଦିଆଯାଇଛି । ଆସନ୍ତା ନଭେମ୍ବର ୨୪ ତାରିଖରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ । ୨୪ ତାରିଖ ଦିନ ସୁନ୍ଦରଗଡ଼ରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ୩ୟ ପର୍ଯ୍ୟାୟ ଟଙ୍କା ଦିଆଯିବ । ଡିସେମ୍ବରରେ ଚର୍ତୁଥ ପର୍ଯ୍ୟାୟ ଟଙ୍କା ମିଳିବ । ଡିସେମ୍ବର ଶେଷ ସୁଦ୍ଧା ୧ କୋଟିରୁ ଊର୍ଦ୍ଧ୍ବ ମହିଳାଙ୍କୁ ରାଜ୍ୟ ସରକାର ସୁଭଦ୍ରା ଟଙ୍କା ଯୋଗାଇ ଦେବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।

Subhadra Yojana (ETV Bharat Odisha)
୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଟଙ୍କା: ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, "ସୁଭଦ୍ରା ଯୋଜନାରେ ନଭେମ୍ବର ୨୪ ତାରିଖରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ । ଏହି ଟଙ୍କା ସୁନ୍ଦରଗଡ଼ରେ ଦିଆଯିବ । କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଅନ୍ୟ କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତରେ ଏହି ଟଙ୍କା ଦିଆଯିବ । ୨୪ ତାରିଖରେ ୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦିଆଯିବ । ଡିସେମ୍ବରରେ କିସ୍ତିରେ ସମସ୍ତଙ୍କୁ ଯୋଡା ଯାଇ ୧ କୋଟିରୁ ଊର୍ଦ୍ଧ୍ବ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦିଆଯିବ ।"

ଏହା ମଧ୍ୟ ପଢ଼ନ୍ତୁ...ଏ ବର୍ଷ ୧ କୋଟି ମହିଳାଙ୍କୁ ସୁଭଦ୍ରା ଟଙ୍କା, ଦୁଇ ପର୍ଯ୍ୟାୟରେ ପାଇସାରିଲେଣି ୬୦ ଲକ୍ଷ

ଏହା ମଧ୍ୟ ପଢ଼ନ୍ତୁ...ସୁଭଦ୍ରା ଟଙ୍କା ପାଇବେ ଅଙ୍ଗନବାଡି କର୍ମୀ, ଦ୍ୱନ୍ଦ୍ୱ ଦୂର କଲେ ଉପମୁଖ୍ୟମନ୍ତ୍ରୀ

ଖାରଜ ଆବେଦନର ହେବ ରି-ଚେକିଂ:

ଡିସେମ୍ବରରେ ଚର୍ତୁଥ ପର୍ଯ୍ୟାୟ ଟଙ୍କା ମିଳିବ । ଡିସେମ୍ବର ଶେଷ ସୁଦ୍ଧା ୧ କୋଟିରୁ ଊର୍ଦ୍ଧ୍ବ ମହିଳାଙ୍କୁ ସୁଭଦ୍ରା ଟଙ୍କା ଯୋଗାଇ ଦେବେ ରାଜ୍ୟ ସରକାର । ଖାରଜ ହୋଇଥିବା ଆବେଦନ ରି-ଚେକ ପାଇଁ ବିଡ଼ିଓଙ୍କୁ ନୋଡାଲ ଏଜେନ୍ସି ଭାବେ ଦାୟିତ୍ୱ ଦିଆଯାଇଛି । ଜିଲ୍ଲା ସ୍ତରରେ ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ନେଇ ୩ ଜଣିଆ କମିଟି ଗଠନ କରାଯାଇଛି । ଖାରଜ ହୋଇଥିବା ହିତାଧିକାରୀଙ୍କୁ ଅଙ୍ଗନବାଡ଼ି ଦିଦିଙ୍କ ମାଧ୍ୟମରେ ନୋଟିସ ହେବ । ଜମି ଆଧାରରେ ଯେଉଁମାନଙ୍କର ଖାରଜ ହୋଇଛି ତହସିଲଦାର ଓ ଆରଆଇଙ୍କ ଦ୍ଵାରା ଆଉ ଥରେ ଯାଞ୍ଚ କରାଯିବ ।

ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନ ମଧ୍ୟରୁ ଜମି ଆଧାରରେ ଖାରଜ ହୋଇଥିବାଙ୍କ ସଂଖ୍ୟା ଅଧିକ । ସେହିପରି ବ୍ୟାଙ୍କ ଲିଙ୍କ୍‌ ନ ଥିବାରୁ କଟିଥିଲେ ସେମାନେ ବ୍ୟାଙ୍କ ସହିତ ଯୋଗାଯୋଗ କରି ବ୍ୟାଙ୍କ ସ୍ପଷ୍ଟୀ କରଣ ଦାଖଲ କରିବେ । ଅଙ୍ଗନବାଡି କର୍ମୀ ଏବଂ ଏମବିକେମାନଙ୍କୁ ସରକାରୀ ଚାକିରିଆ ଭାବେ କଟା ଯାଇଛି ସେମାନଙ୍କର ମଧ୍ୟ ଯାଞ୍ଚ କରାଯାଇ ଦିଆଯିବ ବୋଲି ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Nov 9, 2024, 4:04 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.