ETV Bharat / state

ରଥଯାତ୍ରାରେ ଶୃଙ୍ଖଳିତ ପରିବହନ ସେବା; ପରିବହନ କମିସନରଙ୍କ ଅଧ୍ୟକ୍ଷତାରେ ସମନ୍ୱୟ ବୈଠକ - Transport Commissioner Meeting - TRANSPORT COMMISSIONER MEETING

Transport Commissioner Conduct Meeting: ଆସନ୍ତା ଘୋଷଯାତ୍ରା ପାଇଁ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ସୁପରିଚାଳନା କରିବା ପାଇଁ ପରିବହନ କମିଶନର ଏକ ବୈଠକ କରିଛନ୍ତି । ବସ ମାଲିକ ମାନଙ୍କୁ ପୁରୀ ନିମନ୍ତେ ସ୍ବତନ୍ତ୍ର ପରମିଟ ପ୍ରଦାନ କରାଯିବ ବୋଲି ବୈଠକରେ ସ୍ଥିର କରାଯାଇଛି । ଅଧିକ ପଢନ୍ତୁ

Transport Commissioner Conduct Meeting
Transport Commissioner Conduct Meeting (ETV Bharat Odisha)
author img

By ETV Bharat Odisha Team

Published : Jun 19, 2024, 10:26 PM IST

ଭୁବନେଶ୍ବର: ଆସନ୍ତା 22 ତାରିଖରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ସ୍ନାନ ପୂର୍ଣ୍ଣିମା । ସେହିପରି ଜୁଲାଇ 7 ତାରିଖରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ମହାଯାତ୍ରା । ବିଶ୍ବପ୍ରସିଦ୍ଧ ରଥଯାତ୍ରାରେ ଶ୍ରୀକ୍ଷେତ୍ର ପୁରୀକୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିବ । ଶ୍ରଦ୍ଧାଳୁଙ୍କ ସୁଗମ ପରବହନକୁ ଆଖି ଆଗରେ ରଖି ଆଜି ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଛି । ପ୍ରାଧିକରଣର ମୁଖ୍ୟାଳୟରେ ରାଜ୍ୟ ପରିବହନ କମିଶନ ଅମିତାଭ ଠାକୁରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ଜାତୀୟ ରାଜପଥ କର୍ତ୍ତୃପକ୍ଷ, ପୋଲିସ କର୍ତ୍ତୃପକ୍ଷ, ପୁରୀ, କଟକ ଓ ଭୁବନେଶ୍ବର ଆଞ୍ଚଳିକ ପରିବହନ ଅଧିକାରୀ ଏବଂ ବସ ମାଲିକ ସଂଘର ପ୍ରତିନିଧିମାନେ ଉପସ୍ଥିତ ଥିଲେ । ଶ୍ରଦ୍ଧାଳୁ ଯେପରି ପୁରୀରେ ସୁବିଧାରେ ପହଞ୍ଚିବେ ଓ ଫେରିବେ ତାର ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇ ସର୍ବସମ୍ମତିକ୍ରମେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗୁଡ଼ିକ ଗ୍ରହଣ କରାଯାଇଛି ।

ପ୍ରତିବର୍ଷ ଭଳି ଚଳିତ ଥର ମଧ୍ୟ ରଥଯାତ୍ରା, ବାହୁଡ଼ା ଯାତ୍ରା ଓ ସୁନାବେଶ ନିମନ୍ତେ ଅନ୍ୟରୁଟ ଗାଡ଼ିଗୁଡ଼ିକୁ ପୁରୀ ନିମନ୍ତେ ସ୍ବତନ୍ତ୍ର ପରମିଟ ପ୍ରଦାନ କରାଯିବ । ଆଗ୍ରହୀ ବସ ମାଲିକମାନେ ଏଥିନିମନ୍ତେ ଆବେଦନ କରିବେ । ଏସଟିଏ ମୁଖ୍ୟାଳୟରେ ସିଙ୍ଗଲ ୱିଣ୍ଡୋ ବ୍ୟବସ୍ଥାରେ ଏହାକୁ ଅନୁମୋଦନ ମିଳିବ । କଟକ-ଭୁବନେଶ୍ବରରୁ ଅଧିକ ସଂଖ୍ୟକ ବସ ପୁରୀ ଚଳାଚଳ କରିବା ଉପରେ ଗୁରୁତ୍ବ ଦିଆଯିବ । ସେହିଭଳି ନିର୍ଦ୍ଧାରିତ ବସ ଭଡ଼ାଠାରୁ କୌଣସି ବସ ଯାତ୍ରୀଙ୍କଠାରୁ ଅଧିକ ଭଡ଼ା ଦାବି କରିବାର ଅଭିଯୋଗ ନ ଆସେ ସେ ଦିଗରେ ବସ ମାଲିକ ସଂଘ ଧ୍ୟାନ ହେବେ ।

ଅଧିକ ଭଡ଼ା ଆଦାୟ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । କେବଳ ବସ ନୁହେଁ, ମାଳତୀପାଟପୁର କିମ୍ବା ତାଳବଣିଆରୁ ବଡ଼ଦାଣ୍ଡକୁ ଯାଉଥିବା ଅଟୋ କିମ୍ବା ଅନ୍ୟାନ୍ୟ ଗାଡ଼ି ଯେପରି ମନଇଚ୍ଛା ଭଡ଼ା ଦାବି ନକରିବେ ସେ ଦିଗରେ ପୁରୀ ପୋଲିସ ଓ ପୁରୀ ଆରଟିଓ ବିଶେଷ ଧ୍ୟାନ ଦେବାକୁ ନିଷ୍ପତ୍ତି ହୋଇଛି । ବସ ରହଣି ସ୍ଥାନରେ ଅସ୍ଥାୟୀ ବିଶ୍ରାମାଗାର ସହ ପ୍ରଶାସନ ତରଫରୁ ଖାଦ୍ୟ, ପାନୀୟ ବଣ୍ଟନର ବ୍ୟବସ୍ଥା କରାଯିବ ।

ଏହା ମଧ୍ୟ ପଢନ୍ତୁ... ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ; ସାର୍ବଜନୀନ ହେବ ଜଷ୍ଟିସ ରଘୁବୀର ଦାସ କମିଶନ ରିପୋର୍ଟ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର - Ratnabhandar Key Missing Case

ରାସ୍ତାଘାଟ ଆଲୋକୀକରଣକୁ ସୁନିଶ୍ଚିତ କରାଯିବ । ବସଗୁଡିକରେ ଫାଷ୍ଟଏଡ କିଟ ଓ ପର୍ଯ୍ୟାପ୍ତ ପରିମାଣର ଓଆରଏସ ମହଜୁଦ ରହିବ । ତାହା ଏସଟିଏ ପକ୍ଷରୁ ଯୋଗାଇ ଦିଆଯିବ । ଏହା ସହ ରଥଯାତ୍ରା ସମୟରେ ସ୍ପେଶାଲ ପରମିଟ ପାଇଥିବା ବସଗୁଡିକୁ ଟୋଲଗେଟରେ ଫି ଛାଡ଼ ନେଇ ବସ ମାଲିକମାନଙ୍କ ଦୀର୍ଘଦିନର ଏକ ଦାବିକୁ ମଧ୍ୟ ଆଜି ଏସଟିଏ ଗ୍ରହଣ କରିଛି । ଏ ସଂକ୍ରାନ୍ତରେ ବୈଠକରେ ଉପସ୍ଥିତ ଏନଏଚଆଇ କର୍ତ୍ତୃପକ୍ଷଙ୍କୁ ଦିଗରେ ପଦକ୍ଷେପ ନେବାକୁ କୁହାଯାଇଛି ।

ବସ ଷ୍ଟପ ଗୁଡିକରେ ଯାତ୍ରୀମାନଙ୍କୁ ଯେଉଁ ଭଳି କେହି ହଇରାଣ ନ କରନ୍ତି ସେ ଦିଗରେ ପୋଲିସର ସହାୟତା ଲୋଡ଼ାଯାଇଛି । ଅସାମାଜିକମାନଙ୍କ ଉପରେ କଡ଼ା ନଜର ରଖାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସ୍ବତନ୍ତ୍ର ଟିମ ଗଠନ କରି ଯାତ୍ରୀଙ୍କ ସୁବିଧାକୁ ପୁରୀ, ଭୁବନେଶ୍ବର, କଟକ ସମେତ ଅନ୍ୟାନ୍ୟ ସହରର ବସଷ୍ଟାଣ୍ଡରେ ତଦାରଖ କରାଯିବ । ଏହା ସହ ପୁରୀର ତାଳବଣିଆରେ ସିସିଟିଭି ମଧ୍ୟ ଲାଗିବ । ରାଜ୍ୟ ବାହାର ଯାତ୍ରୀବାହୀ ଗାଡିଗୁଡିକ ମାଳତୀପାଟପୁରରେ ରହିବେ ।ଯାତ୍ରୀ ଓ ଯାତ୍ରୀବାହୀ ଗାଡ଼ିମାନଙ୍କ ସୁବିଧା ନିମନ୍ତେ ରଥଯାତ୍ରା ସମୟରେ ପୁରୀରେ RTOଙ୍କ ପକ୍ଷରୁ 24 ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲାଯିବ ।

ଏହା ସହ ଗାଡ଼ି ମରାମତି ନିମନ୍ତେ ବିଭିନ୍ନ କମ୍ପାନୀଙ୍କ ସହଯୋଗ, କ୍ରେନ ଓ ଆମ୍ବୁଲାନ୍ସ ସୁବିଧା ମଧ୍ୟ କରାଯିବ । ଶୃଙ୍ଖଳିତ ଟ୍ରାଫିକ ବ୍ୟବସ୍ଥା ଉପରେ ବିଶେଷ ଧ୍ୟାନ ଦିଆଯିବ । ଜାତୀୟ ରାଜପଥରେ ଗହଳି ଆଶଙ୍କା ଥିବା ସ୍ଥାନ ବିଶେଷକରି ପଳାଶୁଣି, ହଂସପାଳ ଭଳି ପଏଣ୍ଟ ଗୁଡ଼ିକରେ ସ୍ଵତନ୍ତ୍ର ଟିମ ଦାୟିତ୍ବରେ ରହିବେ । ସମସ୍ତ ବିଭାଗ, ଗାଡ଼ି ମାଲିକ ଓ କର୍ମଚାରୀଙ୍କ ସହଯୋଗରେ ଜନସାଧାରଣଙ୍କୁ ଉତ୍ତମ ସେବା ପ୍ରଦାନ ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି ପରିବହନ କମିଶନ । ଏହା ସହ ରଥଯାତ୍ରା ସମୟରେ ବେପରୁଆ ଗାଡ଼ି ଚାଳନାକୁ ରୋକିବାକୁ ଭୁବନେଶ୍ବରରୁ ପୁରୀ ମଧ୍ୟରେ ଇଣ୍ଟେଲିଜେଣ୍ଟ ଏନଫୋର୍ସ ସିଷ୍ଟମ କାର୍ଯ୍ୟକାରୀ ହେବ । ସମନ୍ବୟ ବୈଠକକୁ ଅତିରିକ୍ତ ପରିବହନ କମିଶନର ଲାଲମୋହନ ସେଠୀ ପରିଚାଳନା କରିଛନ୍ତି । ଯୁଗ୍ମ ପରିବହନ କମିଶନର ପ୍ରଦୀପ କୁମାର ମହାନ୍ତି ଧନ୍ୟବାଦ ଅର୍ପଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.