ETV Bharat / state

ଲଗାତାର ଲଘୁଚାପ, ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଭାରି ବର୍ଷା ସମ୍ଭାବନା - Low Pressure Area

author img

By ETV Bharat Odisha Team

Published : Aug 2, 2024, 9:32 AM IST

Updated : Aug 2, 2024, 4:02 PM IST

Fresh low pressure formed over Gangetic West Bengal, heavy to very heavy rainfall in Odisha: ବଙ୍ଗୋପସାଗରେ ପୁଣି ଏକ ଲଘୁଚାପ ସୃଷ୍ଟି ସମ୍ଭାବନା । ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି।

Fresh low pressure formed
Fresh low pressure formed (ETV Bharat Odisha)

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ୨୪ ଘଣ୍ଟାରେ ଏହା ଅବପାତର ରୂପ ନେବ ବୋଲି ଜଣାପଡ଼ିଛି। ଗତକାଲି (ଗୁରୁବାର) ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଦକ୍ଷିଣ ବାଂଲାଦେଶ ନିକଟରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଥିଲା। ପ୍ରଭାବରେ ଆଜି ସକାଳେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଝାଡ଼ଖଣ୍ଡ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଝାଡଖଣ୍ଡ ଉପରେ ଲଘୁଚାପ କ୍ଷେତ୍ର ରହିଥିବାବେଳେ ଏହା ଉତ୍ତର, ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବ। ପରେ ଅଧିକ ଘନୀଭୂତ ହୋଇ ଆଗାମୀ ୨୪ ଘଣ୍ଟାରେ ଅବପାତର ରୂପ ନେବ । ପ୍ରଭାବରେ ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଭାରି ବର୍ଷା ସମ୍ଭାବନା ରହିଛି।

cyclonic circulation (ETV Bharat Odisha)

ପୁଣି ଲଘୁଚାପ:

ବଙ୍ଗୋପସାଗରେ ପୁଣି ଏକ ଲଘୁଚାପ ସୃଷ୍ଟି । ଝାଡ଼ଖଣ୍ଡ, ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଦକ୍ଷିଣ ବାଙ୍ଗଲାଦେଶ ଉପରେ ସକ୍ରିୟ ରହିଛି। ଯାହା ସମୁଦ୍ର ପତନର 7.6 କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି। ଏହା ଦକ୍ଷିଣ ମୁହାଁ ହୋଇ ଗତି କରୁଥିବା ବେଳେ ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ନେବା ଲଘୁଚାପର ରୂପ । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି । କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ସହ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ ।

cyclonic circulation
cyclonic circulation (@usd0705)

ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ:

ଆଜି ପାଇଁ ୫ ଜିଲ୍ଲା ସୁନ୍ଦରଗଡ଼, ଅନୁଗୋଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ୧୭ ଜିଲ୍ଲା ଯେପରିକି ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବୌଦ୍ଧ,କନ୍ଧମାଳ,ନୟାଗଡ଼,ଖୋର୍ଦ୍ଧା,କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା,ଭଦ୍ରକ, ଜଗତସିଂହପୁର ଓ ବାଲେଶ୍ଵର ରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ବର୍ଣ୍ଣିଙ୍ଗ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ପାଇଁ ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼,ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ।

ପ୍ରବଳ ବର୍ଷା ୩ ଦିନ ଧହେବାକୁ ଥିବାବେଳେ ଏହି ସମୟରେ ଯାତାୟତ କରୁଥିବାବେଳେ ରାସ୍ତାଗୁଡ଼ିକ କମ ଦୃଶ୍ୟମାନ ରହିବ। ଏହାସହ ରାସ୍ତା ଜଳମଗ୍ନ ଏବଂ ତଳୁଆ ଅଞ୍ଚଳଗୁଡିକରେ ପାଣି ଜମିବାର ସମ୍ଭାବନା ରହିଥିବାରୁ ସତର୍କ ରହିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ଏହି ସମୟରେ ଟ୍ରାଫିକଯାମ ରହିବ ସେଥିପ୍ରତି ସଚେତନ ରହିବା ସହ ମାଟିଘରେ ରହୁଥିବା ଲୋକେ କାନ୍ଥ ପଡ଼ିବାର ସମ୍ଭାବନା ରହିଥିବାରୁ ସତର୍କ ରହିବାକୁ ସୂଚନା ଜାରି କରିଛି ବିଭାଗ ।

ଏହା ବି ପଢନ୍ତୁ- ଆହୁରି ୩ ଦିନ ବର୍ଷିବ; ଏହି ୫ ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ, ଲଗାଣ ବର୍ଷାରେ ବେହାଲ କଟକ - Odisha Weather News

ମୟୂରଭଞ୍ଜରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗତ ଦୁଇ ଦିନ ହେବ ଜିଲ୍ଲାରେ ଲଗାଣ ବର୍ଷା ଲାଗିରହିଛି। କିଛି କିଛି ଜାଗାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାରେ ଲାଗିଛି। ତେଣୁ ମୟୂରଭଞ୍ଜ ଜିଲ୍ଲାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜରୁରୀକାଳିନ ପରିସ୍ଥିତିର ମୁକାବିଲା କରିବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶିକ୍ଷାନୁଷ୍ଠାନ ଛୁଟି ହେବା ସହ ସହରରେ ପାଣି ନିଷ୍କାସନ ପାଇଁ ନାଳ ସଫା ରଖିବା ପର୍ଯ୍ୟନ୍ତ ସମସ୍ତ ପ୍ରସ୍ତୁତି ସରିଛି ବୋଲି କହିଛନ୍ତି ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Aug 2, 2024, 4:02 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.