ETV Bharat / state

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପ୍ରସ୍ତୁତିର ସମୀକ୍ଷା କଲେ ପାଣ୍ଡିଆନ

author img

By ETV Bharat Odisha Team

Published : Feb 2, 2024, 7:25 AM IST

World Odia language conference: ଆସନ୍ତା ଫେବୃଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ । ଏହା ରାଜଧାନୀର ଜନତା ମୈଦାନ ଠାରେ ଆୟୋଜିତ ହେବ । ତେବେ ଏହାର ପ୍ରସ୍ତୁତି କାର୍ଯ୍ୟର ତଦାରଖ କରିଛନ୍ତି ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ । ଅଧିକ ପଢନ୍ତୁ

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପ୍ରସ୍ତୁତିର ସମୀକ୍ଷା କଲେ ପାଣ୍ଡିଆନ
ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପ୍ରସ୍ତୁତିର ସମୀକ୍ଷା କଲେ ପାଣ୍ଡିଆନ

ଭୁବନେଶ୍ବର: ଫେବୃଆରୀ ୩ ଆରମ୍ଭ ହେବ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ । ଏଥିପାଇଁ ଗତକାଲି ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଆଜି ଜନତା ମୈଦାନ ଓ ଅକ୍ଷର ଭୂମି ପରିଦର୍ଶନ କରିଛନ୍ତି । ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଇଁ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ସେ ସମୀକ୍ଷା କରିଛନ୍ତି । ସମ୍ମିଳନୀର ପ୍ରସ୍ତାବ ଅନୁଯାୟୀ ଭାଷା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ନୀତି ନିର୍ଦ୍ଧାରଣ ପାଇଁ କାର୍ଯ୍ୟପନ୍ଥା ପ୍ରସ୍ତୁତ କରିବାକୁ ପାଣ୍ଡିଆନ ପରାମର୍ଶ ଦେଇଛନ୍ତି ।

ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଫେବୃଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ତିନି ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ହେବ । ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀରେ ରାଜ୍ୟର ସମସ୍ତ ବ୍ଲକ ଓ ଗ୍ରାମ ପଞ୍ଚାୟତକୁ ଯୋଡିବା ପାଇଁ ବ୍ୟବସ୍ଥା ହୋଇଛି । ଏହା ସହିତ ଗୁରୁତ୍ୱପୂର୍ଣ୍ଣ ଅଧିବେଶନ ଗୁଡିକର ଲାଇଭ୍‌ ଷ୍ଟ୍ରିମିଙ୍ଗ, ଭାଷା ଓ ଏହାର ଭବିଷ୍ୟତ ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦେବା ଉପରେ ସେ ଗୁରୁତ୍ୱ ଆରୋପ କରିଛନ୍ତି । ଏହି ସମ୍ମିଳନୀରେ ଭାଷା ସମ୍ପର୍କରେ ଯେଉଁ ପ୍ରସ୍ତାବ ଗୃହୀତ ହେବ, ତାକୁ ଭିତ୍ତି କରି ଗୁରୁତ୍ୱପୂର୍ଣ୍ଣ ନୀତି ନିର୍ଦ୍ଧାରଣ କରି ଭବିଷ୍ୟତ କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ସେ ପରାମର୍ଶ ଦେଇଛନ୍ତି ।

ଐତିହ୍ୟ କ୍ୟାବିନେଟର ନିଷ୍ପତ୍ତି ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ସମ୍ମିଳନୀ ଆୟୋଜନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମ୍ମିଳନୀର ମୁଖ୍ୟ ପ୍ରସଙ୍ଗ ହେଉଛି ‘ଭାଷା ହିଁ ଭବିଷ୍ୟତ’ । ସମ୍ମିଳନୀରେ ବିଭିନ୍ନ ବିଷୟ ଉପରେ ୧୬ଟି ଆକାଡେମିକ ଅଧିବେଶନ ରହିଛି । ଏଥିରେ ବହୁ ମାନ୍ୟଗଣ୍ୟ ଭାଷାବିତ, ବୁଦ୍ଧିଜୀବୀଙ୍କ ସମେତ ସ୍କୁଲ, କଲେଜର ଛାତ୍ରଛାତ୍ରୀମାନେ ଯୋଗଦେବେ । ଏହି ସମ୍ମିଳନୀ ଓଡିଶାର ଅତୀତ ଓ ବର୍ତ୍ତମାନର ରୂପାନ୍ତରଣ ପ୍ରକ୍ରିୟା ଉପସ୍ଥାପିତ କରିବ । ଅକ୍ଷର ଭୂମିରେ ପ୍ରଥମ ଥର ପାଇଁ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଳନ କରାଯିବ । ଐତିହ୍ୟ ନଗରୀ ଭୁବନେଶ୍ୱର କେନ୍ଦ୍ର ସ୍ଥଳରେ ଏହି ସମ୍ମିଳନୀ ଓଡିଆ ଭାଷାର ଜୟଗାନ କରିବ । ଆମ ଭାଷାର ସୌନ୍ଦର୍ଯ୍ୟ ଓ ଖାଣ୍ଡେଲାଇଟ ପଥରରେ ଲିପିବଦ୍ଧ ହୋଇଥିବା କଳିଙ୍ଗ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ଏହା ମାଧ୍ୟମରେ ପ୍ରତିଫଳିତ ହେବ ।

ଏହା ମଧ୍ୟ ପଢନ୍ତୁ ....ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ; ଟ୍ୟାଗଲାଇନ ‘ଭାଷା ହିଁ ଭବିଷ୍ୟତ’

ଓଡିଆ ଭାଷାର ଅସ୍ମିତାର ପରିଚୟ ହେବ ବୋଲି ପାଣ୍ଡିଆନ ଆଶା ବ୍ୟକ୍ତ କରିଛନ୍ତି । ସେଠାରେ ମଧ୍ୟ ଏକ ଓଡ଼ିଆ ଭାଷା ସମ୍ମିଳନୀ ସ୍ମୃତି ତୋରଣ ନିର୍ମାଣ କରାଯାଉଛି । ଏହାର ନିର୍ମାଣ କାର୍ଯ୍ୟ ଉଭୟ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଓ ପୂର୍ତ୍ତ ବିଭାଗ ସହଯୋଗରେ କରାଯାଉଛି । ଭାଷାପ୍ରେମୀ ବିଶେଷ କରି ଯୁବ ପିଢିଙ୍କ ପାଇଁ ଏହା ହେବ ପ୍ରମୁଖ ଆକର୍ଷଣ ସ୍ଥଳୀ । 5T ଓ ନବୀନ ଓଡିଶା ଅଧ୍ୟକ୍ଷଙ୍କ ପରିଦର୍ଶନ ସମୟରେ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ, ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା, ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗ ପ୍ରମୁଖ ଶାସନ ସଚିବ ମନୋଜ କୁମାର ମିଶ୍ର, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଦିଲୀପ ରାଉତରାଏ, ଇପିକଲ ପରିଚାଳନା ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ, ଟ୍ଵିନ ସିଟିର ପୋଲିସ କମିଶନର ସଞ୍ଜୀବ ପଣ୍ଡା, ଭୁବନେଶ୍ୱର ଡ଼ିସିପି ପ୍ରତୀକ ସିଂ ପ୍ରମୁଖ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.