ETV Bharat / state

କାଲି ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷାରେ ଭାସିବ ଏସବୁ ଜିଲ୍ଲା, ସତର୍କ ଜାରି - Odisha Weather Update

author img

By ETV Bharat Odisha Team

Published : Aug 28, 2024, 7:23 PM IST

IMD Odisha Weather: କାଲି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ । କେଉଁ କେଉଁ ଜିଲ୍ଲାକୁ ଆଲର୍ଡ ଜାରି କରାଯାିଛି ? ଅଧିକ ପଢ଼ନ୍ତୁ

IMD Odisha Weather
IMD Odisha Weather (ETV Bharat Odisha)

ଭୁବନେଶ୍ବର: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆସନ୍ତାକାଲି ନେବ ଲଘୁଚାପର ରୂପ । କାଲିଠୁ ୩୧ ଯାଏଁ ଅତ୍ୟନ୍ତ ପ୍ରବଳ ବର୍ଷା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଉଚ୍ଚତା ୫.୮ କିମି ରହିଛି । ଏହା ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଆସନ୍ତାକାଲି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । କ୍ରମଶଃ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳକୁ ଆସନ୍ତା ୨ ଦିନରେ ପହଞ୍ଚିବ । ଫଳରେ ଆସନ୍ତାକାଲି ଠାରୁ ବର୍ଷା ବଢ଼ିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

IMD Odisha Weather (ETV Bharat Odisha)

ଆଜି ପାଇଁ ୱାର୍ଣ୍ଣିଂ:

ଆଜି ଆନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ରହିବ । ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଓ ବାଲେଶ୍ଵର ଜିଲ୍ଲାକୁ ୟେଲୋ ଚେତାବନୀ ସୂଚନା ଜାରି କରାଯାଇଛି । ସେହିପରି ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ବୁଜୁଳି ଘଡ଼ଘଡ଼ି ପାଇଁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଅତ୍ୟନ୍ତ ବର୍ଷା ଆଲର୍ଟ:

ଆସନ୍ତାକାଲି ଅର୍ଥାତ ୨୯ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ଅତ୍ୟନ୍ତ ବର୍ଷା ଅର୍ଥାତ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାକୁ ଅତ୍ୟନ୍ତ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ଗଞ୍ଜାମ, ଗଜପତି, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ ଓ କେନ୍ଦ୍ରାପଡ଼ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି । ୩୦ ତାରିଖରେ ଅନେକ ସ୍ଥାନରେ ବର୍ଷାର ପରିମାଣ ବୃଦ୍ଧି ପାଇବାକୁ ଥିବା ବେଳେ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଅତ୍ୟନ୍ତ ବର୍ଷା ହେବ । ସେହିପରି କଲାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, ଗଜପତି, ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରେ ଅତ୍ୟନ୍ତ ବର୍ଷା ଅର୍ଥାତ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବେ । ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହପିର ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର ଜିଲ୍ଲାକୁ ୟୋଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଏମାନଙ୍କୁ ସତର୍କ ସୂଚନା:

୩୧ ତାରିଖରେ ୩୦ ତାରିଖ ଅପେକ୍ଷା ବର୍ଷା ପରିମାଣ ହ୍ରାସ ପାଇବ । ପ୍ରବଳ ବର୍ଷା ପାଇଁ ୩୧ ତାରିଖରେ ନବରଙ୍ଗପୁର, ମାଲକାନଗିରି, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି । ବର୍ଷା ସମୟରେ ତଳି ଅଞ୍ଚଳରେ ଜଳବନ୍ଦୀ ସମସ୍ୟା, ପାହାଡି ଅଞ୍ଚଳରେ ଭୂସ୍ଖଳନ, ସହରାଞ୍ଚଳରେ କୂତ୍ରିମ ବନ୍ୟା, କଚ୍ଚା ରାସ୍ତା, ମାଟି ଘର ଭାଙ୍ଗିବା ନେଇ ସତର୍କ କରିଛି ପାଣିପାଗ ବିଭାଗ । ଏହାସହ ସମୁଦ୍ର ଅଶାନ୍ତ ରହିବ । ୩୦ ଓ ୩୧ ତାରିଖ ସମୁଦ୍ର ମଧ୍ୟକୁ ନଯିବା ପାଉଁ ମତ୍ସଜୀବୀମାନଙ୍କୁ ବାରଣ କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ସୁଦ୍ଧା ସମୁଦ୍ରରୁ ଫେରି ଆସିବାକୁ ପାଣିପାଗ ବିଭାଗ ସୂଚନା ଦେଇଛି । ସେହିପରି ଏହାର ପ୍ରଭାବରେ ଋଷିକୂଲ୍ୟା, ବଂଶଧାରା, ନାଗାବଳୀ ସହ ଲୋୟର ମହାନଦୀ ଅବବାହିକାରେ ଅଧିକ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଏବେ ବି ନିଅଣ୍ଟିଆ ବର୍ଷା:
ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୭୮୭.୬ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୮୮୪.୨ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୧୯ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ଓ ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେପଟେ ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ବର୍ଷା ହୋଇଥିବା ବେଳେ ସୁନ୍ଦରଗଡର ରାଜଗାଙ୍ଗପୁରରେ ସର୍ବାଧିକ ୯୪.୦୦ ମିଲି ମିଟର ବର୍ଷା ରେକର୍ଡ କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...ଆସନ୍ତା ୩୧ ଯାଏଁ ପ୍ରବଳ କାଚିବ! ଆଜି ପାଇଁ 7 ଜିଲ୍ଲାକୁ ସତର୍କ ସୂଚନା, ଉପକୂଳରେ ବଜ୍ରପାତ ଭୟ - ODISHA WEATHER UPDATE

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.