ETV Bharat / state

ବଦଳିବ ପାଗର ମୁଡ: ବଢିବ ପାରଦ, କମିବ ଶୀତ - WEATHER UPDATE

କମିବ ଥଣ୍ଡା । ହାଲୁକା ଶୀତକୁ ଘନକୁହୁଡି ସ୍ଥିତି । କିଛି ଜିଲ୍ଲାକୁ ସତର୍କତା ଜାରି କଲା ପାଣିପାଗ ବିଜ୍ଞାନ କେନ୍ଦ୍ର ।

ବଢିବ ପାରଦ, କମିବ ଶୀତ
ବଢିବ ପାରଦ, କମିବ ଶୀତ (ETV Bharat Odisha)
author img

By ETV Bharat Odisha Team

Published : 22 hours ago

ଭୁବନେଶ୍ବର: ରାଜ୍ୟରେ ବଦଳିବ ପାଗ । ବଢିବ ତାପମାତ୍ରା । କମିବ ଶୀତ । ଆସନ୍ତା ୪ ଦିନ ମଦ୍ୟରେ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

  • ହାଲୁକା ଶୀତ ସହ ଘନକୁହୁଡି ସ୍ଥିତି:

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, 9 ତାରିଖ ପର୍ଯ୍ୟନ୍ତ ଘନ କୁହୁଡି ନେଇ ୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ସୁନ୍ଦରଗଡ, କନ୍ଧମାଳ ଏବଂ କୋରାପୁଟରେ ଘନ କୁହୁଡି ଅନୁଭୁତ ହେବ । ଏହାସହ ଆଜି ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କେନ୍ଦୁଝର, ସମ୍ବଲପୁର, ଝାରସୁଗୁଡା, ବଲାଙ୍ଗୀର, ଗଞ୍ଜାମ ଏବଂ କଳାହାଣ୍ଡିରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ନେଇ ସତର୍କତା ଜାରି କରାଯାଇଛି । ୯ ତାରିଖରେ ସମ୍ବଲପୁର, ଝାରସୁଗୁଡା, ବଲାଙ୍ଗୀର, ଗଞ୍ଜାମ ଏବଂ କଳାହାଣ୍ଡିରେ ହାଲୁକା କୁହୁଡି ନେଇ ସତର୍କତା ଜାରି କରାଯାଇଛି ।

ବଦଳିବ ପାଗର ମୁଡ: ବଢିବ ପାରଦ, କମିବ ଶୀତ (ETV Bharat Odisha)
  • କିଛି ସ୍ଥାନରେ ଘନକୁହୁଡି

ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ପାହାଡିଆ ଅଞ୍ଚଳ ଭାବରେ ଦାରିଙ୍ଗବାଡିରେ ସର୍ବନିମ୍ନ ୮.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ସମତଳ ଅଞ୍ଚଳ ଭାବରେ କୋରାପୁଟରେ ୯.୪ ଡିଗ୍ରୀ, ସିମିଳିଗୁଡାରେ ୯.୬ଡିଗ୍ରୀ, ଫୁଲବାଣୀରେ ୧୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଟୁଇନସିଟି କଟକ ଏବଂ ଭୁବନେଶ୍ବରରେ ୧୪.୫ ଡିଗ୍ରୀ ଲେଖାଏଁ ତାପମାତ୍ରା ରେକର୍ଡ ହୋଇଛି । ରାଉରକେଲାରେ ଅତିଘନକୁହୁଡି ଦୃଶ୍ୟମାନ ହୋଇଥିବା ବେଳେ କୋରାପୁଟ, ଫୁଲବାଣୀ ଏବଂ ଚାନ୍ଦବାଲିରେ ଘନ କୁହୁଡି ଦୃଶ୍ୟମାନ ହୋଇଛି ।

ଏହା ମଧ୍ୟ ପଢନ୍ତୁ:-

୬ ଜିଲ୍ଲାରେ ଘନ କୁହୁଡି, ଶୀତରେ ଥରୁଛି କୋରାପୁଟ ଓ ଫୁଲବାଣୀ

୨୪ ଘଣ୍ଟା ପର୍ଯ୍ୟନ୍ତ ଶୀତ ଲହରୀ, ୬ରୁ କମିବ ଶୀତ

  • ସତର୍କତା ପାଇଁ ଜିଲ୍ଲାପାଳଙ୍କୁ ଚିଠି

ସେପଟେ ଘନ କୁହୁଡି ନେଇ ସତର୍କତା ଜାରି କରାଯାଇଥିବାରୁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି । ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷ କରି ରାତି ୨ଟାରୁ ସକାଳ ୧୦ ପର୍ଯ୍ୟନ୍ତ ଘାଟିରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ରାସ୍ତାରେ ନଜର ରଖିବାକୁ ପରିବହନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.