ETV Bharat / state

ଆସନ୍ତା ୨୪ ଘଣ୍ଟାରେ ଆଉ ଏକ ଲଘୁଚାପ, ୫ଦିନ ଯାଏଁ ପ୍ରବଳ ବର୍ଷା ! - Odisha Weather update

author img

By ETV Bharat Odisha Team

Published : Aug 15, 2024, 7:32 PM IST

ODISHA WEATHER UPDATE: ରାଜ୍ୟରେ ଆସନ୍ତା ୫ ଦିନ ଯାଏଁ କିଛି କିଛି ସ୍ଥାନରେ ପ୍ରବଳ ନେଇ ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୨୪ ଘଣ୍ଟାରେ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଅଧିକ ପଢନ୍ତୁ

ODISHA WEATHER UPDATE
ODISHA WEATHER UPDATE (ETV Bharat Odisha)

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ବାଂଲାଦେଶ ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ନେବ ଲଘୁଚାପର ରୂପ । ଗାଙ୍ଗଟିକ ୱେଷ୍ଟ ବେଙ୍ଗଲ ଠାରେ ନେଇପାରେ ଲଘୁଚାପର ରୂପ । ଏହା ସହ ରାଜ୍ୟ ଉପରେ ମୌସୁମୀ ଟ୍ରପ ମଧ୍ୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟରେ ଅନେକ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କାଁ ଭାଁ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି:

ଆସନ୍ତା ୨୪ ଘଣ୍ଟାରେ ୧୮ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ଅର୍ଥାତ୍ ୭ ରୁ ୧୧ ସେମି ବର୍ଷାର ଆଶଙ୍କା ରହିଛି । ସେଗୁଡ଼ିକ ହେଲା ଭଦ୍ରକ, ବାଲେଶ୍ୱରରେ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା ,କଟକ ନୟାଗଡ, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୋଳ, ଢେଙ୍କାନାଳ, ଗଞ୍ଜାମ, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ପାଇଁ ଭଦ୍ରକ,ବାଲେଶ୍ୱର,ଯାଜପୁର,ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ,ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଏହା ମଧ୍ୟ ପଢନ୍ତୁ ...ମୌସୁମୀ ଟ୍ରପ ପ୍ରଭାବରେ ୧୭ ଯାଏଁ ପ୍ରବଳ ବର୍ଷା ! - ODISHA WEATHER UPDATE

ଗତ ୨୪ ଘଣ୍ଟାରେ କପ୍ତିପଦାରେ ସର୍ବାଧିକ ବର୍ଷା:

ଆସନ୍ତା ୧୯ ତାରିଖ ଯାଇ ଏଭଳି ବର୍ଷା ଲାଗିରହିବ ବୋଲି ପୂର୍ବାନୁମାନ କରିଛି ବିଭାଗ । ସେପଟେ ଗତ ୨୪ ଘଣ୍ଟାରେ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ମୟୂରଭଞ୍ଜ କପ୍ତିପଦାରେ ସର୍ବାଧିକ ୭୨.୦ ମିମି ବର୍ଷା ରେକର୍ଡ ହୋଇଛି ।

ରାଜ୍ୟରେ ନିଅଣ୍ଟିଆ ବର୍ଷା:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୫୪.୪ ମିମି ବର୍ଷା ରେକର୍ଡ ହୋଇଛି । ଏବେବି ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୭୩୭ .୧ ମିମି ବର୍ଷା ସ୍ୱାଭାବିକ ରହିବା କଥା । ୩ ଜିଲ୍ଲାରେ ସ୍ଵାଭାବିକଠୁ ଅଧିକ ବର୍ଷା ରହିଥିବା ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବାବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.