ETV Bharat / state

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର; ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା, ଏସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ - ODISHA HEAVY RAIN ALERT

author img

By ETV Bharat Odisha Team

Published : Aug 16, 2024, 7:34 AM IST

Updated : Aug 16, 2024, 8:07 PM IST

Odisha Weather Heavy Rain Alert: ଆସନ୍ତାକାଲି ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । 7 ଦିନ ଯାଏ ଲାଗି ରହିବ ବର୍ଷା । ଅଧିକ ପଢନ୍ତୁ

Odisha weather update
Odisha weather update (ETV Bharat Odisha)

ଭୁବନେଶ୍ୱର: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପଶ୍ଚିମବଙ୍ଗ ନିକଟରେ ଲଘୁଚାପ କ୍ଷେତ୍ର ସକ୍ରିୟ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗରେ ସକ୍ରିୟ । ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବା ବେଳେ ଆଜିଠାରୁ 5ରୁ 7ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ଆଜି ରାଜ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କାଁ ଭାଁ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥି ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଲଘୁଚାପ କ୍ଷେତ୍ର ସୃଷ୍ଟି:

Odisha weather update
Odisha weather update (ETV BHARAT ODISHA)

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଏବଂ ତତ-ସଂଲଗ୍ନ ବାଂଲାଦେଶ ଉପକୂଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ର ସହ ଜଡିତ ଘୂର୍ଣ୍ଣିବଳୟର ବ୍ୟାପ୍ତି ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ରହିବା ସହ ଏହା ବାୟୁମଣ୍ଡଳରେ ଉଚ୍ଚତା ସହ ଦକ୍ଷିଣପଶ୍ଚିମ ଦିଗରେ ଢଳି ରହିଛି । ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଆଗାମୀ ୨ରୁ ୩ ଦିନ ଯାଏଁ ଗତି କରିବାରେ ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିସ୍ତୃତି ବର୍ଷା ସହ ଉତ୍ତର ଓଡ଼ିଶାର କେତକ ଜିଲ୍ଲାରେ କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ (7 ରୁ 20 ସେମି) ତଥା ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷାର (20 ସେମିରୁ ଅଧିକ) ସମ୍ଭାବନା ମଧ୍ୟ ରହିଛି । ସେହିପରି ଆସନ୍ତାକାଲି ମଧ୍ୟ ବିସ୍ତୃତି ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆଜି ଏହି ସବୁ ଜିଲ୍ଲାରେ ହେବ ପ୍ରବଳ ବର୍ଷା:

ଆଜି 11ଜିଲ୍ଲାରେ ପ୍ରବଳ ବର୍ଷିବ: ଆଜି ରାଜ୍ୟର 11 ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ସହ ବିଜୁଳି ଘଡଘଡି ହେବାର ସମ୍ବାବନା ରହିଛି । ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର,ଅନୁଗୋଳ ,ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ ଜିଲ୍ଲାରେ ହୋଇପାରେ ବର୍ଷା ।

ଆଗାମୀ ଦିନ ପାଇଁ ୱାର୍ଣ୍ଣିଂ:

ଆସନ୍ତାକାଲି ଅର୍ଥାତ 17 ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ବରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ନୂଆପଡ଼ା, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅନ୍ୟପଟେ 18 ତାରିଖରେ ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ବରଗଡ, ଝାରସୁଗୁଡା, ସମ୍ବଲପୁର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 19 ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଝାରସୁଗୁଡା ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି 20 ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେପଟେ 21 ଓ 22 ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ସାମାନ୍ୟ ହ୍ରାସ ହେବାନେଇ ଆକଳନ କରିଛି ପାଣିପାଗ ବିଭାଗ ।

ଏମାନେ ରୁହନ୍ତୁ ସତର୍କ:

ଘୂର୍ଣ୍ଣିବଳୟ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ଆଗାମୀ 48 ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ । ପ୍ରବଳୁ ଅତି ପ୍ରବଳ ବର୍ଷା ପ୍ରଭାବରେ ଅନେକ ସ୍ଥାନ ଜଳମଗ୍ନ ହେବାର ସମ୍ଭାବନା ରହିଛି । ମୁଖ୍ୟତଃ ମାଟିଘରେ ରହୁଥିବା ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

ଏହା ମଧ୍ୟ ପଢନ୍ତୁ-ଆସନ୍ତା ୨୪ ଘଣ୍ଟାରେ ଆଉ ଏକ ଲଘୁଚାପ, ୫ଦିନ ଯାଏଁ ପ୍ରବଳ ବର୍ଷା ! - Odisha Weather update

ଏବେ ବି ନିଅଣ୍ଟିଆ ସ୍ଥିତି:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୭୨.୧ ମିମି ବର୍ଷା ରେକର୍ଡ ହୋଇଛି । ଏବେବି ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୭୪୯.୦ ମିମି ବର୍ଷା ସ୍ୱାଭାବିକ ରହିବା କଥା । ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେପଟେ ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ଯାଜପୁରର ଜେନାପୁରରେ ସର୍ବାଧିକ ୧୫୦.୦ ମିମି ବର୍ଷା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Aug 16, 2024, 8:07 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.