ETV Bharat / state

ଓଡ଼ିଶା ପାଇଁ IMD ଆଲର୍ଟ : ତିନି ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ! ୧୬ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ - Odisha Weather Update

author img

By ETV Bharat Odisha Team

Published : Aug 6, 2024, 10:30 AM IST

Updated : Aug 6, 2024, 10:56 AM IST

Weather Update: ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । 16 ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ । କାଲିଠୁ ବଢିବ ବର୍ଷାର ପରିମାଣ । କେଉଁ ଜିଲ୍ଲାରେ ଅଧିକ ବର୍ଷା ହେବା ଜାଣିବାକୁ ପାଇଁ ପଢନ୍ତୁ ପୁରା ଖବର । ଅଧିକ ପଢନ୍ତୁ

Weather Update
Weather Update (ETV BHARAT ODISHA)

ଭୁବନେଶ୍ୱର: ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ତୁହାକୁ ତୁହା ବର୍ଷା । ଆହୁରି 3 ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପ୍ରବଳ ବର୍ଷା ସହ ବିଜୁଳି, ଘଡଘଡି ସମ୍ଭାବନା ରହିଛି । ମୁଖ୍ୟତଃ ଉତ୍ତର ଓ ଉପକୂଳ ଓଡିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଆଜି (ମଙ୍ଗଳବାର) ପାଇଁ 16ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଉଛି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ଼, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ।

Weather Update
Weather Update (ETV BHARAT ODISHA)

କାଲିଠୁ ବର୍ଷାର ପରିମାଣ ବୃଦ୍ଧି ପାଇବ: ଆସନ୍ତାକାଲିଠୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ବିଜୁଳି ଓ ଘଡଘଡି ହୋଇପାରେ । ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ବର୍ଷା ନେଇ ଆଲର୍ଟ କରାଯାଇଛି । ଆସନ୍ତା 8 ତାରିଖରେ 4ଟି ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଅଧିକ ପଢନ୍ତୁ-କାଲିଠୁ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ସମ୍ଭାବନା, ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି - Rain In Odisha

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା: ଆଗକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବ କି ନାହିଁ ସେନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ । କିନ୍ତୁ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗକୁ ବର୍ଷା ବଢିବାର ସମ୍ଭାବନା ରହିଛି ।

ରାଜ୍ୟରେ ନିଅଣ୍ଟିଆ ସ୍ଥିତି: ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ନିଅଣ୍ଟିଆ ବର୍ଷା ହୋଇଛି । ମୌସୁମୀରେ ରାଜ୍ୟରେ ଜୁନ 1ରୁ ଏଯାବତ୍ 546.8 ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି 11 ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବାବେଳେ 2 ଜିଲ୍ଲାରେ ଅଧିକ ବର୍ଷା ଓ 14 ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ବାକି ୧୩ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ୱର

Last Updated : Aug 6, 2024, 10:56 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.