ETV Bharat / state

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, 30 ଯାଏଁ ପ୍ରବଳ ବର୍ଷିବ - ODISHA WEATHER UPDATE

author img

By ETV Bharat Odisha Team

Published : Jun 28, 2024, 6:16 PM IST

ODISHA WEATHER UPDATE: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହେଲା ଲଘୁଚାପ । ଆସନ୍ତା 30 ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ନେଇ ଆକଳନ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକ ପଢ଼ନ୍ତୁ

ODISHA WEATHER UPDATE
ODISHA WEATHER UPDATE (ETV Bharat Odisha)

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ । ପ୍ରଭାବରେ ଆସନ୍ତା 30 ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ପାଇଁ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ଗଞ୍ଜାମ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅର୍ଥାତ ଏହିସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଥିବା ଆକଳନ କରିଛି ବିଭାଗ ।

ସେହିପରି ଖୋର୍ଦ୍ଧା,ପୁରୀ,ବାଲେଶ୍ଵର, ଯାଜପୁର,କଟକ, ବଲାଙ୍ଗୀର,ନୂଆପଡ଼ା, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଅର୍ଥାତ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ମଧ୍ୟ ବହିବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜିଠାରୁ ୩୦ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ଏହା ସଂଲଗ୍ନ ଜିଲ୍ଲା ଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗିରହିବ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସହିତ କିଛି ଜାଗାରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ତେଣୁ ଆଗାମୀ ୩ ଦିନ ପାଇଁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...5ଦିନ ରାଜ୍ୟରେ ଲାଗି ରହିବ ବର୍ଷା, ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ - Heavy Rainfall In Odisha

ସେହିପରି ଆସନ୍ତାକାଲି ପାଇଁ ୩ ଜିଲ୍ଲାରେ ୭ରୁ ୨୦ ସେମି, ଅର୍ଥାତ୍ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ ବର୍ଷା କମ ରହିଛି । କଳାହାଣ୍ଡି, ଭଦ୍ରକ, ସୁନ୍ଦରଗଡ଼ ଓ ଝାରସୁଗୁଡା ଏହି ୪ ଜିଲ୍ଲାରେ ଅତ୍ୟଧିକ ନିଅଁଟିଆ ବର୍ଷା ରେକର୍ଡ ହୋଇଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ୭ ସହରରେ ପ୍ରବଳ ବର୍ଷା ସହ କୋରାପୁଟର ଜୟପୁରରେ ସର୍ବାଧିକ ୧୧୬.୦୦ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି ସର୍ବାଧିକ ତାପମାତ୍ରା ୩୭.୪ ଡିଗ୍ରୀ ସୋନପୁରରେ ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.