ETV Bharat / state

ପ୍ରତି ୫ ବର୍ଷରେ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ହେବ ଆୟୋଜିତ: ମୁଖ୍ୟମନ୍ତ୍ରୀ

author img

By ETV Bharat Odisha Team

Published : Feb 5, 2024, 10:32 PM IST

World Odia Language Conference: ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଆମର ଭାଷା ଇତିହାସରେ ସବୁଦିନ ପାଇଁ ଏକ ମାଇଲ ଖୁଣ୍ଟ ହୋଇ ରହିବ । ୫ ବର୍ଷ ପରେ ଆମେ ସମସ୍ତେ ପୁଣି ଥରେ ଏକାଠି ହେବା । ଓଡିଆ ଭାଷାକୁ ଆହୁରି ଆଗକୁ ନେବା ପାଇଁ ମତ ବିନିମୟ କରିବା । ଅଧିକ ପଢନ୍ତୁ

ପ୍ରତି ୫ ବର୍ଷରେ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ହେବ ଆୟୋଜିତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଉଦଯାପିତ ହୋଇଛି ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ । ସମ୍ମିଳନୀକୁ ପ୍ରତି ୫ ବର୍ଷରେ ଥରେ ଆୟୋଜନ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସମ୍ମିଳନୀ ଅବସରରେ ଆୟୋଜିତ ମ୍ୟୁଜିଅମର ସମୟସୀମା ଆଉ ୩ ଦିନ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ସମ୍ମିଳନୀର ପ୍ରସ୍ତାବ ଉପରେ ନିଆଯାଇଛି ନୀତିଗତ ନିଷ୍ପତ୍ତି ବାବଦରେ ବିଧାନସଭାରେ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ।

ଅଧିକ ପଢନ୍ତୁ- ଉଦ୍ଦେଶ୍ୟମୂଳକ ନୁହେଁ, କଣ୍ଠ କବି ଭୁଲରେ ପାଟିରୁ ଖସିଯାଇଥିଲା: ସଂହତି ପାଣି

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଆମର ଭାଷା ଇତିହାସରେ ସବୁଦିନ ପାଇଁ ଏକ ମାଇଲ ଖୁଣ୍ଟ ହୋଇ ରହିବ । ୫ ବର୍ଷ ପରେ ଆମେ ସମସ୍ତେ ପୁଣି ଥରେ ଏକାଠି ହେବା । ଓଡିଆ ଭାଷାକୁ ଆହୁରି ଆଗକୁ ନେବା ପାଇଁ ମତ ବିନିମୟ କରିବା । ସମ୍ମିଳନୀରେ ଯୋଗ ଦେଇଥିବା ଛାତ୍ରଛାତ୍ରୀ, ଯୁବ ସମାଜ, ଲେଖକ, ଗବେଷକ, ସାହିତ୍ୟିକ, କବି ପ୍ରତ୍ୟେକ ଓଡିଆଙ୍କୁ ହୃଦୟରୁ ଧନ୍ୟବାଦ । ତିନି ଦିନ ମଧ୍ୟରେ ଆମ ଭାଷାର ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଛି । ଖୁବ ଭଲ ଭଲ ପ୍ରସ୍ତାବ ମଧ୍ୟ ଆସିଛି । ବର୍ତ୍ତମାନ ବିଧାନସଭା ଚାଲିଛି । ତେଣୁ ଭାଷା ସଂପର୍କରେ ନିଆଯାଇଥିବା ସମସ୍ତ ନିଷ୍ପତ୍ତିକୁ ବିଧାନସଭାରେ ଘୋଷଣା କରିବେ ବୋଲି କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଯୁଗ ଯୁଗ ଧରି ଓଡିଆ ଭାଷା, ଆମ ଓଡିଆ ଜାତିର ପରିଚୟକୁ ଆଗକୁ ନେଇଛି । ଆଜିର ମହାର୍ଘ ଅବସରରେ ସମସ୍ତେ ସଂକଳ୍ପ ନେବାକୁ ସେ ଆହ୍ବାନ ଦେଇଛନ୍ତି । ଆସନ୍ତୁ, ଓଡିଆରେ ନୂଆ ନୂଆ ଶବ୍ଦ ସୃଷ୍ଟି କରି ଆମ ଶବ୍ଦ ଭଣ୍ଡାରକୁ ସମୃଦ୍ଧ କରିବା । ବୈଜ୍ଞାନିକ ଉନ୍ମେଷ, ବୈଷୟିକ ଜ୍ଞାନର ଅଗ୍ରଗତି ଓ କମ୍ପୁଟର ଭାଷା ହେଉଛି ବର୍ତ୍ତମାନ ଯୁଗରେ ଭାଷା ପାଇଁ ଏକ ବଡ ଆହ୍ବାନ । ତେଣୁ ଓଡିଆ ଭାଷାକୁ ଏହା ସହିତ ସମନ୍ବିତ କରିବାକୁ ହେବ । ଯୁବ ସମାଜକୁ ସେ ଆହ୍ବାନ ଦେଇ କହିଛନ୍ତି ଯେ, ‘ମୁଁ ଆଶା କରୁଛି ଓଡିଆ ଭାଷା ଆମ ଯୁବପିଢିର ଭାଷା ହେବ । ଆମେ ଆମ ଭାଷାର ଗୌରବକୁ ଅନୁଭବ କଲେ, ଏହା ନିଶ୍ଚୟ ଆଗକୁ ଯିବ ।

ସମ୍ମିଳନୀ ଅବସରରେ ଆୟୋଜିତ ମ୍ୟୁଜିଅମ ସମସ୍ତଙ୍କ ମନକୁ ଛୁଇଁଛି । ତେଣୁ ସମସ୍ତଙ୍କ ଅନୁରୋଧରେ ଏହାର ସମୟ ସୀମାକୁ ଆଉ ୩ ଦିନ ବୃଦ୍ଧି କରାଯାଇଛି । ପୁରସ୍କାର ପାଇଥିବା ସବୁ ପ୍ରତିଭା ମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ୩ଟି ପୁସ୍ତକର ଉନ୍ମୋଚନ କରିଛନ୍ତି । ପ୍ରଥମଟି ହେଉଛି ହିନ୍ଦୁ ଗ୍ରୁପ ଦ୍ବାରା ପ୍ରକାଶିତ Shree Jagannatha: Lord of The Universe । ଦ୍ବିତୀୟ ପୁସ୍ତକଟି ହେଉଛି Odia: Journey of A Language । ଏହି ପୁସ୍ତକଟି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଆର ବାଲକ୍ରିଷ୍ଣନଙ୍କ ପରିକଳ୍ପନା ଏବଂ ଶୁଭ୍ରାଂଶୁ ପଣ୍ଡା ଓ ପ୍ରତୀକ ପଟ୍ଟନାୟକଙ୍କ ଦ୍ବାରା ରଚିତ ହୋଇଛି ।

ଅଧିକ ପଢନ୍ତୁ- ଆଗାମୀ ପିଢିଙ୍କ ପାଇଁ ଭାଷା ସଂରକ୍ଷଣ ଆବଶ୍ୟକ: ପ୍ରଫେସର ଜି. ଉମା ମହେଶ୍ବର ରାଓ

ତୃତୀୟରେ Magical Tales From Odisha ପୁସ୍ତକର ଦୁଇଟି ଅନୁବାଦ ପୁସ୍ତକ । ଏହି ପୁସ୍ତକଟି ଜର୍ମାନୀ ଓ ଜାପାନୀ ଭାଷାରେ ଅନୁବାଦିତ ହୋଇଛି । କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ, ବିଧାୟକ, 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ପ୍ରମୁଖ ଶାସନ ସଚିବ, ସଚିବ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ରେଭେନ୍ସା କଲେଜିଏଟ ସ୍କୁଲର ଅଷ୍ଟମ ଶ୍ରେଣୀର ଛାତ୍ର ସିଦ୍ଧାନ୍ତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.