ETV Bharat / state

ଥରୁଛି ସାରା ଓଡି଼ଶା, ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି - ଓଡିଶାରେ ଘନ କୁହୁଡି

Dense Fog in Odisha: ରାଜ୍ୟରେ ଜାରି ରହିଛି ଶୀତର ପ୍ରକୋପ । ରାଜ୍ୟରେ ଘନ କୁହୁଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

ଘନ କୁହୁଡ଼ି
ଘନ କୁହୁଡ଼ି
author img

By ETV Bharat Odisha Team

Published : Jan 29, 2024, 10:30 PM IST

ଘନ କୁହୁଡ଼ି

ଭୁବନେଶ୍ବର: ଜାଡର ମାଡ଼ରେ ଥରୁଛି ସାରା ଓଡିଶା । ରାଜ୍ୟରେ ଜାରି ରହିଛି ଶୀତର ପ୍ରକୋପ । ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ନିୟାମକ ବା ପ୍ରକ୍ରିୟା ସକ୍ରିୟ ନଥିବା ବେଳେ ଆଗାମୀ ତିନି ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । ସେହିପରି ଆସନ୍ତା ଦୁଇଦିନ ମଧ୍ୟରେ ରାଜ୍ୟରେ ୨ରୁ 3 ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଥିବା ବେଳେ ଏଥିରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ସେପଟେ ରାଜ୍ୟରେ ଘନ କୁହୁଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ତେବେ ରାଜ୍ୟରେ ଦୁଇଦିନ ପରେ ରାତି ତାପମାତ୍ରା ସ୍ୱାଭାବିକ ହେବ । ସେପଟେ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ଓଡ଼ିଶାରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟରେ ଘନ କୁହୁଡ଼ିର ସମ୍ଭାବନା ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ଚେତାବନୀ ଜାରି । ଉପକୂଳ ଜିଲ୍ଲା ସମେତ ପାଶ୍ୱବର୍ତ୍ତୀ ଜିଲ୍ଲାଗୁଡିକରେ ଘନ କୁହୁଡି ଦୃଶ୍ୟମାନ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ପାଇଁ ୨୩ ଜିଲ୍ଲାକୁ ଘନ୍ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ସେହିସବୁ ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂପୁର, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଂଜାମ, ଅନୁଗୋଳ, ଢେଙ୍କାନାଳ, ମୟୁରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, କେନ୍ଦୁଝର ଓ ଦେବଗଡ ।

ଏହା ମଧ୍ୟ ପଢ଼ନ୍ତୁ....ଜାଡ଼ରେ ଥରୁଛି ସାରା ଓଡ଼ିଶା, କଲବଲ କରୁଛି କୁହୁଡ଼ି

ସେହିପରି ଆସନ୍ତା ଦୁଇଦିନ ପରେ ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟ ମଧ୍ୟକୁ ଆସିବ ଥଣ୍ଡା ଓ ଶୁଷ୍କ ବାୟୁ । ଯାହା ଫଳରେ ୧ ଓ ୨ ତାରିଖରେ ଉତ୍ତର ଆଭ୍ୟାନ୍ତରୀଣ ଓ ଉତ୍ତର ଓଡ଼ିଶାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ । ଗତ ୨୪ ଘଣ୍ଟାରେ ରାଜ୍ୟରେ ପାଗ ଶୁଖିଲା ରହିଥିବା ବେଳେ କେତୋଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦୃଶ୍ୟମାନ ହେବା ସହ ପ୍ରବଳ ଶୀତ ଅନୁଭବ ହୋଇଛି । ଶୀତ ଜାରି ରହିଥିବା ବେଳେ ସମତଳ ଅଞ୍ଚଳ ଭାବରେ ସୁନ୍ଦରଗଡ ଜିଲ୍ଲାରେ ୮.୬ ସେଲସିୟସ ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ପାହାଡିଆ ଅଂଚଳରେ ଜି. ଉଦୟଗିରିରେ ୭.୦ ସେଲ୍ସିୟସ ତାପମାତ୍ରା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.