ETV Bharat / state

ପୂର୍ବ ଶତ୍ରୁତାରୁ ଗଡିଲା ମୁଣ୍ଡ, ମରଣାନ୍ତକ ଆକ୍ରମଣରେ ଆଖି ବୁଜିଲେ ଯୁବକ - Youth attacked

Youth allegedly attacked by gang in Khordha: ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଅଞ୍ଚଳରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ । ଅଧିକ ପଢନ୍ତୁ

Youth allegedly attacked
Youth allegedly attacked
author img

By ETV Bharat Odisha Team

Published : Mar 18, 2024, 12:36 PM IST

ନିଆଳି: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯିବା ପରେ ଚିକିତ୍ସାଧିନ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲ୍ଲା ତଥା ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅଞ୍ଚଳରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଥିବା ବେଳେ ବାଲିପାଟଣା ଥାନା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତି ସନ୍ଦେହରେ 2 ଜଣଙ୍କୁ ଅଟକ ରଖି ପଚରାଉଚରା କରିଛି ପୋଲିସ । ତେବେ ହତ୍ୟାକାଣ୍ଡର ପ୍ରକୃତ କାରଣ ସ୍ପଷ୍ଟ ହୋଇନଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ କରାଯାଇଥିବା ନେଇ ଜଣାପଡିଛି ।

ଏହାମଧ୍ୟ ପଢନ୍ତୁ..ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ତଥା ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅନ୍ତର୍ଗତ ବନମାଳୀପୁର ନୂଆସାହି ନିକଟ ମହଲା ସାହିର ଅକ୍ଷୟ ମାଝୀଙ୍କୁ ଗତକାଲି (ରବିବାର) ରାତିରେ ଦୁର୍ବୃତ୍ତମାନେ ସଂଘବଦ୍ଧ ଆକ୍ରମଣ କରିଥିଲା । ଦୁର୍ବୃତ୍ତମାନେ ତାଙ୍କୁ ବିଭିନ୍ନ ମାରଣାସ୍ତ୍ର ସାହାଯ୍ୟରେ ମରଣାନ୍ତକ ଆକ୍ରମଣ କରିବା ପରେ ତାଙ୍କୁ ମୃତ ଭାବି ଏକ ନିଛାଟିଆ ସ୍ଥାନରେ ଫିଙ୍ଗି ଚାଲିଯାଇଥିଲେ । କିଛି ସ୍ଥାନୀୟ ଲୋକେ ରକ୍ତାକ୍ତ ଅବସ୍ଥାରେ ଜଣେ ଯୁବକ ପଡିଥିବାର ଦେଖି ତାଙ୍କୁ ଉଦ୍ଧାର କରି ପ୍ରଥମେ ବାଲିପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ପରେ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲକୁ ନେଇଥିଲେ । ତେବେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଆଜି (ସୋମବାର) ତାଙ୍କର ମୃତ୍ୟୁ ହୋଇଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତାଙ୍କର ମୁଣ୍ଡ, ହାତ, ଗୋଡ଼ ଏବଂ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଥିବା ନେଇ ସୂଚନା ମିଳିଛି ।

ଏହାମଧ୍ୟ ପଢନ୍ତୁ..ଅଶୁଭ ରବିବାର ! କଳାହାଣ୍ଡିରେ ବାଇକ ଧକ୍କାରେ ୨ ମୃତ, ଛୁରୀ ଭୁସି ଜଣଙ୍କୁ ହତ୍ୟା

ଅନ୍ୟପଟେ ଅକ୍ଷୟଙ୍କ ପତ୍ନୀ ଶ୍ରାବଣୀ ମାଝୀ ଏନେଇ ଆଜି (ସୋମବାର) ବାଲିପାଟଣା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ମୃତକଙ୍କ ପତ୍ନୀଙ୍କ ଏତଲା ଆଧାରରେ ହତ୍ୟା ମାମଲା ରୁଜ୍ଜୁ କରି ବାଲିପାଟଣା ଥାନା ପୋଲିସ ତଦନ୍ତ ଚଳାଇଥିବା ବେଳେ ୨ ଜଣଙ୍କୁ ସନ୍ଦେହରେ ଅଟକ ପଚରାଉଚରା କରୁଥିବା ନେଇ ସୂଚନା ରହିଛି । ତେବେ କେଉଁ କାରଣରୁ ଏହି ହତ୍ୟାକାଣ୍ଡ ଘଟିଛି ତାହାର ପ୍ରକୃତ କାରଣ ଜଣାପଡିନଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ କରାଯାଇଥିବା ନେଇ ପୋଲିସ ସୂତ୍ରରୁ ସୂଚନା ମିଳିଛି । ଅନ୍ୟପଟେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ମୃତଦେହ ବ୍ୟବଚ୍ଛେଦ ହେବ ବୋଲି ଜଣାପଡିଛି ।

ଇଟିଭି ଭାରତ, ନିଆଳି

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.