ସମର୍ଥକଙ୍କ ସହ ଆସି ରାୟଗଡାରେ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ - Odisha Assembly Election 2024

By ETV Bharat Odisha Team

Published : Apr 24, 2024, 10:56 PM IST

Updated : Apr 24, 2024, 11:07 PM IST

thumbnail

MLA Candidates file nomination: ରାୟଗଡା: ଆଜି ନାମାଙ୍କନ ପତ୍ର ଦାଖଲର ସପ୍ତମ ଦିନରେ ଭାରତୀୟ ଜନତା ପାର୍ଟିର ତିନି ହେଭିୱେଟ ନେତା ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ରାୟଗଡ ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଯୁବ ଆଦିବାସୀ ନେତା ବସନ୍ତ ଉଲ୍ଲାକା । ରାୟଗଡର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀ ମନ୍ଦିରରୁ ହଜାର ହଜାର କର୍ମୀଙ୍କ ସହ ଏକ ବିରାଟ ପଟୁଆରରେ ବାହାରି ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଥିଲେ ।  

ଏହା ମଧ୍ୟ ପଢ଼ନ୍ତୁ.. ସମର୍ଥକଙ୍କ ସହ ଆସି ରାୟଗଡ଼ାରେ ନାମାଙ୍କନ ଭରିଲେ ବିଭିନ୍ନ ଦଳର ପ୍ରାର୍ଥୀ - ODISHA ASSEMBLY ELECTION 2024

ସେହିଭଳି ଭାରତୀୟ ଜନତା ପାର୍ଟିର ବିଧାୟକ ପ୍ରାର୍ଥୀ ତ୍ରିନାଥ ଗମାଙ୍ଗ ଗୁଣୁପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଗୁଣୁପୁର ଜଗନ୍ନାଥ ମନ୍ଦିରରେ ଜଗନ୍ନାଥଙ୍କୁ ପୂଜା କରିବା ପରେ ହଜାର ହଜାର କାର୍ଯ୍ୟକର୍ତ୍ତାଙ୍କୁ ଧରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଥିଲେ । ସେହିପରି ବିଷମକଟକ ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ଜଗନ୍ନାଥ ନୁଣ୍ଡୃକା, ରାୟଗଡ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ନିଜ ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ରାୟଗଡ ସହର ସ୍ଥିତ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରୁ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚିଥିଲେ । ସେଠାରେ ସେ ଅତିରିକ୍ତ ଜିଲ୍ଲାପାଳ ରଇଚ ଶବରଙ୍କୁ ନିଜ ନାମାଙ୍କନ ପତ୍ର ପ୍ରଦାନ କରିଥିଲେ ।  

ଇଟିଭି ଭାରତ, ରାୟଗଡ଼ା

Last Updated : Apr 24, 2024, 11:07 PM IST

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.