ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ, ଜନତା ମଇଦାନରୁ ଦେଖନ୍ତୁ LIVE

By ETV Bharat Odisha Team

Published : Feb 3, 2024, 11:10 AM IST

Updated : Feb 3, 2024, 11:43 AM IST

thumbnail

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେଉଛି ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ । ତିନି ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ହେଉଛି ସମ୍ମିଳନୀ । କାର୍ଯ୍ୟକ୍ରମକୁ ଉଦଘାଟନ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର କଳା, ସଂସ୍କୃତି, ଐତିହ୍ୟ ଓ ଭାଷା ସମ୍ପର୍କିତ ବିଭିନ୍ନ କଳାକୃତି ଏଥିରେ ପ୍ରଦର୍ଶିତ ହେବ । ସମ୍ମିଳନୀରେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବିଦ୍ୱାନ ପଦ୍ମଶ୍ରୀ ପ୍ରଫେସର ହରମାନ କୁଲକେ, ପ୍ରଫେସର ଉୱେ ସ୍କୋଡା, ପ୍ରଫେସର ଆର୍ଲୋ ଗ୍ରିଫିଥସ, ପ୍ରଫେସର ଆଣ୍ଟେ ସ୍କିମେଡ଼ିଚେନ ଏବଂ ବହୁ ଜାତୀୟସ୍ତରର ବିଦ୍ୱାନ ଅଂଶଗ୍ରହଣ କରିବେ । ଓଡ଼ିଆ ଭାଷା ଏବଂ ଭାଷା ବିଜ୍ଞାନରେ ଅନନ୍ୟ ଅବଦାନ ପାଇଁ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ବର୍ଦ୍ଧିତ କରାଯିବ । ଏଥିରେ ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପିକା, ବୁଦ୍ଧିଜୀବୀ ପ୍ରମୁଖ ଯୋଗ ଦେଇଛନ୍ତି । ବିଭାଗୀୟ ମନ୍ତ୍ରୀ ଅଶ୍ଵିନୀ କୁମାର ପାତ୍ର, 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା ଆର କାର୍ତ୍ତିକେୟନ, ବିଭାଗୀୟ ନିର୍ଦ୍ଦେଶକ ଦିଲୀପ ରାଉତରାଏ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ସରୋଜ କୁମାର ସାମଲ ପ୍ରମୁଖ ଉପସ୍ଥିତିରେ ଅଛନ୍ତି ।
 

Last Updated : Feb 3, 2024, 11:43 AM IST

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.