ବରଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଭିନ୍ନ ପ୍ରକଳ୍ପର କରୁଛନ୍ତି ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ ଦେଖନ୍ତୁ ଲାଇଭ

By ETV Bharat Odisha Team

Published : Feb 20, 2024, 12:35 PM IST

Updated : Feb 20, 2024, 1:09 PM IST

thumbnail

ବରଗଡ଼:ବରଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ବହୁ ପ୍ରତୀକ୍ଷିତ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଓ କ୍ୟାନ୍ସର ହସ୍ପିଟାଲର ଉଦଘାଟନ କରୁଛନ୍ତି । ଭୁବନେଶ୍ୱରରୁ ହେଲିକ୍ୟାପ୍ଟର ଯୋଗେ ବାହାରି ମୁଖ୍ୟମନ୍ତ୍ରୀ ଦିନ ୧୧ଟା ୫୦ ମିନିଟରେ ବିଜେପୁର ବ୍ଲକ କନାପାଳିଠାରେ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିଛନ୍ତି । ଏହାପରେ କନାପାଲି ପମ୍ପ ହାଉସ ପରିଦର୍ଶନ କରି ଆୟୋଜିତ ସଭାରେ ସାମିଲ ହୋଇଛନ୍ତି । ସେଠାରେ ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନିର୍ମିତ କର୍କଟ ରୋଗ ଚିକିତ୍ସା କେନ୍ଦ୍ର ଓ ନୃସିଂହନାଥ ପୀଠର ବିକାଶ ଓ ରୂପାନ୍ତରଣ ଆଦିର ଉଦଘାଟନ କରୁଛନ୍ତି । ଏହାସହ ଅନ୍ୟ ୫୯ଟି ପ୍ରକଳ୍ପ ଉଦଘାଟନ କରିବା ସହ ୨୧ଟି ନୂତନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ମୁଖ୍ୟମନ୍ତ୍ରୀ ଆଜି ଦିନ ୧୦ଟା ୩୦ ମିନିଟରେ ନବୀନ ନିବାସରୁ ବାହାରି ୧୦ଟା ୩୫ ମିନିଟରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିଥିଲେ । 

ବରଗଡ, ଇଟିଭି ଭାରତ

Last Updated : Feb 20, 2024, 1:09 PM IST

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.