ବଜେଟ୍ ଟାବଲେଟ ଧରି ସଂସଦରେ ପହଞ୍ଚିଲେ ଅର୍ଥମନ୍ତ୍ରୀ, ଦେଖନ୍ତୁ ଭିଡିଓ - ଅନ୍ତରୀଣ ବଜେଟ
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/01-02-2024/640-480-20637987-thumbnail-16x9-fm.jpg)
![ETV Bharat Odisha Team](https://etvbharatimages.akamaized.net/etvbharat/prod-images/authors/odisha-1716536003.jpeg)
Published : Feb 1, 2024, 11:21 AM IST
Finance Minister Nirmala Sitharaman with Budget tablet, ନୂଆଦିଲ୍ଲୀ: ସଂସଦରେ ଉପସ୍ଥାପିତ ହେଉଛି ଅନ୍ତରୀଣ ବଜେଟ ୨୦୨୪ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଷଷ୍ଠ ଥର ପାଇଁ ବଜେଟ୍ ଉପସ୍ଥାପନ କରୁଛନ୍ତି । ଆଗକୁ ଦେଶରେ ଲୋକସଭା ନିର୍ବାଚନ ଥିବାରୁ ଏହି କାମଚଳା ବଜେଟ୍ ଆଗତ ହୋଇଛି । ଏହା ମୋଦି ସରକାରଙ୍କ ଦ୍ବିତୀୟ ପାଳିର ଶେଷ ବଜେଟ୍ । ନିର୍ବାଚନ ପରେ ନୂଆ ସରକାର ପୂର୍ଣ୍ଣାଙ୍ଗ ବଜେଟ୍ ଆଣିବେ । ନିର୍ବାଚନ ବର୍ଷ ହୋଇଥିବାରୁ ସବୁ ବର୍ଗର ଜନସାଧାରଣ ବଜେଟକୁ ନେଇ ଆଶାବାଦୀ ଅଛନ୍ତି । ସଂସଦରେ ବଜେଟ୍ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀ ବଜେଟ୍କୁ ମଞ୍ଜୁରୀ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଥିଲେ । ଏହାପରେ ବଜେଟ ଟାବଲେଟ ଧରି ସେ ସଂସଦରେ ପହଞ୍ଚିଥିଲେ । ସେଠାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ବଜେଟକୁ ଅନୁମୋଦନ ଦିଆଯାଇଥିଲା । ଏହାପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଉପସ୍ଥାପନ କରୁଛନ୍ତି । ଦେଖନ୍ତୁ ଭିଡିଓ