ମଙ୍ଗଳମୟ ହେବ ଦିନ, ଦର୍ଶନ କରନ୍ତୁ ପ୍ରଭୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତି - Mangala Alati - MANGALA ALATI
🎬 Watch Now: Feature Video


Published : Jul 25, 2024, 8:18 AM IST
ପୁରୀ: ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବଃ ତୁମେ । ରଥଯାତ୍ରା ଶେଷ ହେବା ପରେ ପ୍ରତିଦିନ ସକାଳୁ ଭକ୍ତଙ୍କ ଗହଳି ଚହଳିରେ ଫାଟି ପଡୁଛି ଶ୍ରୀମନ୍ଦିର । ବଡଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ପ୍ରଭୁ ଜଗନ୍ନାଥଙ୍କୁ ଶ୍ରୀମନ୍ଦିରରେ ଦର୍ଶନ କରୁଛନ୍ତି ଭକ୍ତ । ପ୍ରତିଦିନ ପରି ଆଜି ମଧ୍ୟ ଶ୍ରୀମନ୍ଦିରରେ ପତିତପାବନଙ୍କ ମଙ୍ଗଳ ଆଳତି ସମ୍ପନ୍ନ ହୋଇଛି । ଭୋରରୁ ସେବାୟତଙ୍କ ଦ୍ୱାରା ଦ୍ୱାରଫିଟା ନୀତି ପରେ ମଙ୍ଗଳ ଆଳତି ନୀତି କରାଯାଇଛି । ଘଣ୍ଟ ଘଣ୍ଟା ଓ ମନ୍ତ୍ରୋଚ୍ଚାରଣରେ ପ୍ରକମ୍ପିତ ହୋଇଛି ଶ୍ରୀମନ୍ଦିର ପରିସର । ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତି ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁମାନଙ୍କ ଭିଡ ଦେଖିବାକୁ ମିଳିଥିଲା । ଆଳତି ପାଇଁ ନିଜକୁ କୃତ୍ୟ କୃତ୍ୟ ମନେ କରିଛନ୍ତି ଭକ୍ତ । ବିଶ୍ବାସ ରହିଛି ପ୍ରଭୁ ପତିତପାବନଙ୍କ ଏହି ଦିବ୍ୟ ମଙ୍ଗଳ ଆଳତି ଦର୍ଶନ କଲେ ପାପ କ୍ଷୟ ହୋଇଥାଏ ଓ କୋଟି ଜନ୍ମର ପୂଣ୍ୟ ମିଳିଥାଏ ।
ଇଟିଭି ଭାରତ, ପୁରୀ