ଦର୍ଶନ କରନ୍ତୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତୀ, ପାଇବେ ଦିବ୍ୟ ଅନୁଭୂତି - Mangala Alati - MANGALA ALATI

🎬 Watch Now: Feature Video

thumbnail

By ETV Bharat Odisha Team

Published : Jun 18, 2024, 7:20 AM IST

Mangala Alati Of Patitapaban: ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହିମା ଅପାର । କୋଟି ଓଡ଼ିଆଙ୍କର ସେ ହେଉଛନ୍ତି ଆରାଧ୍ୟ ଦେବତା । ନିରାଶର ଆଶା ସେ ଅନାଥର ନାଥ । ସକାଳୁ ସକାଳୁ ସବୁଦିନ ଶ୍ରୀମନ୍ଦିରରେ ପତିତପାବନଙ୍କ ଆଳତୀ ହୋଇଥାଏ । ଭକ୍ତମାନେ ଆଳତୀ ନେବା ପାଇଁ ଶ୍ରୀମନ୍ଦିର ସମ୍ମୁଖରେ ଭିଡ଼ ଜମାଇଥାନ୍ତି । ଏବେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରର ଚାରି ଦ୍ୱାର ଫିଟାଯାଇଛି  । ସବୁଦିନ ପରି ଆଜି ମଧ୍ୟ ସେବାୟତମାନଙ୍କ ଦ୍ବାରା ବଡ଼ି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଥିଲା । ଧୂପ, ଘଣ୍ଟି ଓ ମନ୍ତ୍ରୋଚାରଣ ସହ ସମ୍ପନ୍ନ ହୋଇଥିଲା ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି । କୁହାଯାଏ ଯେ, ମଙ୍ଗଳ ଆଳତୀ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହୋଇଥାଏ ଓ ଭଗବାନଙ୍କ ଅପାର କରୁଣା ପୂଣ୍ୟପ୍ରାପ୍ତି ହୋଇଥାଏ । ଦୂର ଦୂରାନ୍ତରରୁ ସାତ ଦରିଆ ତେର ନଈ ପାର ହୋଇ ଶ୍ରୀକ୍ଷେତ୍ର ଆସିଥାଆନ୍ତି ଭକ୍ତ । ଭକ୍ତଜନଙ୍କୁ ଦର୍ଶନ ଦେବା ପାଇଁ ବର୍ଷକୁ ଥରେ ଶ୍ରୀମନ୍ଦିରରୁ ବାହାରକୁ ଆସନ୍ତି ମହାପ୍ରଭୁ । 

ଇଟିଭି ଭାରତ, ପୁରୀ 

ABOUT THE AUTHOR

...view details

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.